କାମସାରି ଘରକୁ ଫେରୁଥିଲେ: ଗଛରେ ପିଟି ହୋଇ ଚାଲିଗଲା ୨ସାଙ୍ଗଙ୍କ ଜୀବନ

ସନ୍ତ୍ରୀଛକ,୪।୧(ସନ୍ତୋଷ ପରିଡ଼ା): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ବଉଳିଗଡ଼ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଗଛରେ ପିଟି ହୋଇ ୨ସାଙ୍ଗଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହିନ୍ଦୋଳ ଥାନା ଗୁଲେହି ପଞ୍ଚାୟତ କଲଣ୍ଡା ଗ୍ରାମର ଶାନ୍ତନୁ ବେହେରା(୩୮) ଏବଂ ବାଲିମି ଥାନା ଅନ୍ତର୍ଗତ ସଞ୍ଜପଡ଼ା ପଞ୍ଚାୟତ ଆମେନା ଗ୍ରାମର ଅନିଲ ପ୍ରଧାନ(୩୨)।

ସୂଚନା ଅନୁଯାୟୀ, ୨ ସାଙ୍ଗ ତାଳଚେର ଅଞ୍ଚଳରେ ଗାଡ଼ି ଚାଳକ ଭାବେ କାମ କରୁଥିଲେ। ସେମାନେ କାମସାରି ଏକ ବାଇକ୍‌ ଯୋଗେ ଘରକୁ ଫେରୁଥିବା ବେଳେ ବଉଳିଗଡ଼ ଆମନା ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଅନୁମାନ କରୁଛି।

ଫଳରେ ସେମାନେ ରାସ୍ତାରେ ଛିଟିକି ପଡ଼ିଥିଲେ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଉଦ୍ଧାର କରି ଏକ ଘରୋଇ ଚିକିତ୍ସାଳରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଇଭ୍‌ ଇଭେଣ୍ଟରେ ଖସିପଡ଼ିଲା ମୃଣାଳଙ୍କ କାନ ଝୁମୁକା: ଆଉ ତା’ପରେ…ଦେଖନ୍ତୁ Video

ଅଭିନେତ୍ରୀ ମୃଣାଲ ଠାକୁର ରୂପରେ ଯେମିତି, ଅଭିନୟରେ ବି ସେମିତି ନିପୂଣ। ଖୁବ୍‌ କମ୍‌ ଦିନରେ ସେ ଦର୍ଶକଙ୍କ ହୃଦୟରେ ରାଜ୍‌ କରିଛନ୍ତି। ସେ ଏବେ ବଲିଉଡ୍‌ର…

ବିବାହ ଭୋଜି ଖାଇ ଫେରିବାବେଳେ ଟ୍ରକ୍‌ ପଛରେ ପିଟିହେଲା କାର୍‌, ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକଙ୍କ ସହ…

ଅନୁଗୋଳ,୨୧ା୨(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଜରପଡ଼ା ଥାନା ଅନ୍ତର୍ଗତ ମରାତିରା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ସୂଚନା…

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୫୮ କେଜି ସୁନା, ଟଙ୍କା…

ଭୁବନେଶ୍ୱର,୨୧।୨: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ଅବକାରୀ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି କାଚ ବୋତଲ ବଦଳରେ ମୋଟା କାଗଜ ଖୋଳରେ ମିଳିବ ମଦ

ଭୁବନେଶ୍ୱର,୨୧ା୨: ଶନିବାର ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି,…

ସେମିଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତୋଟି ମ୍ୟାଚ ଜିତିବାକୁ ପଡିବ, କେଉଁ ଦଳ ସବୁଠାରୁ ବିପଦଜନକ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତୀୟ ଦଳ ICC T20 ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ସହିତ ସୁପର ୮ରେ ପ୍ରବେଶ କରିଛି। ଏବେ, ଦଳକୁ ଆହୁରି ତିନୋଟି ମ୍ୟାଚ ଜିତିବାକୁ ଅଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri