ସିଟ୍‌ ନାହିଁ କହି ଫେରାଇ ଦେଉଛନ୍ତି ଘରୋଇ ସ୍କୁଲ

ଭୁବନେଶ୍ୱର,୪।୪(ଅନୁରାଧା ମହାରଣା)ଶିକ୍ଷାଧିକାର ଆଇନ୍‌ (ଆରଟିଇ) ଅଧୀନରେ ଆର୍ଥିକ ଅନଗ୍ରସର ଶ୍ରେଣୀର ପିଲାଙ୍କୁ ୨୫ ପ୍ରତିଶତ ସିଟ୍‌ରେ ମାଗଣା ପାଠ ପଢ଼ାଇବା ପାଇଁ ଅଭିଭାବକମାନେ ଆଶା ବାନ୍ଧିଛନ୍ତି। ତେବେ ନାମଲେଖା ପାଇଁ ପାରଦର୍ଶୀ ପୋର୍ଟାଲ ମାଧ୍ୟମରେ ଆବେଦନଠାରୁ ଆରମ୍ଭ କରି ଚୟନ ପ୍ରକ୍ରିୟା ଓ ନାମଲେଖା ପର୍ଯ୍ୟନ୍ତ ଅଭିଯୋଗର ତାଲିକା ଲମ୍ବି ଚାଲିଛି। ରାଜଧାନୀ ଭୁବନେଶ୍ୱରର ଅନେକ ଘରୋଇ ଇଂଲିଶ ମିଡିୟମ ସ୍କୁଲ୍‌ ଏହି ପୋର୍ଟାଲରେ ପଞ୍ଜୀକରଣ ନ କରିବା ଅଭିଯୋଗର ସମାଧାନ ହୋଇ ନ ଥିବାବେଳେ ମନୋନୟନ ପ୍ରକ୍ରିୟା ଉପରେ ମଧ୍ୟ ଅନେକ ଅଭିଭାବକ ପ୍ରଶ୍ନ ଉଠାଇଛନ୍ତି। ଆବେଦନ ପରେ ମନୋନୀତ ପିଲାଙ୍କୁ ବିଭିନ୍ନ ପ୍ରାଇଭେଟ ସ୍କୁଲରେ ନାମଲେଖା ପାଇଁ ପାରଦର୍ଶୀ ପୋର୍ଟାଲରେ ତାଲିକା ଜାରି ହେଲା। ସେହି ଅନୁସାରେ ସମ୍ପୃକ୍ତ ପିଲାଙ୍କ ଅଭିଭାବକମାନେ ନାମ ଲେଖାଇବାକୁ ଆଲଟ୍‌ମେଣ୍ଟ ହୋଇଥିବା ଘରୋଇ ସ୍କୁଲ୍‌କୁ ଯିବା ପରେ କର୍ତ୍ତୃପକ୍ଷ ସିଟ୍‌ ନ ଥିବା କହି ଫେରାଇ ଦେଉଥିବା ଗୁରୁତର ଅଭିଯୋଗ ଉଠିଛି। ଫଳରେ ଅଭିଭାବକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ସେମାନେ ଭୁବନେଶ୍ୱର ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ ଅଭିଯୋଗ କରିଛନ୍ତି। ଏହାସତ୍ତ୍ୱେ କୌଣସି ସୁଫଳ ମିଳି ନ ଥିବା ଅଭିଭାବକ ମହାସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ପ୍ରାୟ ୫୦୦ ରୁ ଅଧିକ ଅଭିଭାବକ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଭେଟିଥିଲେ ମଧ୍ୟ କୌଣସି ସନ୍ତୋଷଜନକ ଉତ୍ତର ମିଳି ନ ଥିଲା। ନିରୂପାୟ ହୋଇ ଉକ୍ତ ଅଭିଭାବକମାନେ ମହାସଂଘ ନେତୃତ୍ୱରେ ନବୀନ ନିବାସ ଅଭିମୁଖେ ବାହାରିଥିଲେ। ତେବେ ବାଟରେ ପୋଲିସ ସେମାନଙ୍କୁ ଅଟକାଇବା ସହ ବୁଝାଶୁଝା କରିବା ପରେ ସେମାନେ ଫେରିଥିଲେ। ତେବେ ଅଭିଭାବକମାନେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅଭିଯୋଗ ପତ୍ର ପ୍ରଦାନ କରିଛନ୍ତି। ଅନ୍ୟପଟେ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ରଞ୍ଜନ ମିଶ୍ରଙ୍କ ସହିତ ଓଡିଶା ଅଭିଭାବକ ମହାସଂଘ ସଭାପତି ବାସୁଦେବ ଭଟ୍ଟ, କାର୍ଯ୍ୟକାରୀ ସଭାପତି ପ୍ରସନ୍ନ ବିଷୋୟୀ ପ୍ରମୁଖ ଆଲୋଚନା କରିଛନ୍ତି। ଗୁରୁବାର ଭୁବନେଶ୍ୱର ବିଇଓଙ୍କୁ ସବିଶେଷ ରିପୋର୍ଟ ମାଗିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନିର୍ଦ୍ଦେଶକ ଆଶ୍ୱାସନା ଦେଇଛନ୍ତି। ସେହିପରି ଅଭିଭାବକ ମହାସଂଘର ଏକ ପ୍ରତିନିଧି ଦଳ ବିଇଓଙ୍କୁ ସାକ୍ଷାତ କରି ଏ ସଂକ୍ରାନ୍ତରେ ଆଲୋଚନା କରିବ ବୋଲି ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri