ଖୁବ୍‌ଶୀଘ୍ର ପରଦାକୁ ଫେରୁଛନ୍ତି ଏହି ସୁପରହିଟ୍‌ ଯୋଡ଼ି

ମୁମ୍ବାଇ: ବଲିଉଡ୍‌ର ପ୍ରସିଦ୍ଧ ଯୋଡ଼ି ସଲମାନ ଖାନ୍‌ ଏବଂ କ୍ୟାଟ୍ରିନା କୈଫ୍‌ ଖୁବ୍‌ଶୀଘ୍ର ବଡ଼ ପରଦାକୁ ଫେରୁଛନ୍ତି। ଉଭୟଙ୍କର ଲକ୍ଷଲକ୍ଷ ପ୍ରଶଂସକ ସମଗ୍ର ବିଶ୍ୱରେ ରହିଛନ୍ତି। ଉଭୟ ଷ୍ଟାର୍‌ ନିଜର ବଳିଷ୍ଠ ଅଭିନୟ ମାଧ୍ୟମରେ ବକ୍ସ ଅଫିସରେ ରାଜ୍‌ କରିଥାନ୍ତି। ସଲମାନ ଏବଂ କ୍ୟାଟ୍ରିନାଙ୍କୁ ୪ବର୍ଷ ପୂର୍ବେ ୨୦୧୯ରେ ଫିଲ୍ମ ‘ଭାରତ’ରେ ଏକାଠି ଦେଖିବାକୁ ମିଳିଥିଲା।

ଏହି ଫିଲ୍ମ ସେତେବେଳେ ବକ୍ସ ଅଫିସରେ ହିଟ୍‌ ହୋଇଥିଲା। ବର୍ତ୍ତମାନ ରିଲିଜ ହେବାକୁ ଯାଉଥିବା ସଲମାନ ଏବଂ କ୍ୟାଟ୍ରିନାଙ୍କ ଫିଲ୍ମ ନିଶ୍ଚିତ ଭାବରେ ବକ୍ସ ଅଫିସରେ ଏହାର ଯାଦୁ ଦେଖାଇପାରେ। କାରଣ ଲୋକମାନେ ଗତ ୬ ବର୍ଷ ଧରି ଏହି ଫିଲ୍ମକୁ ଅପେକ୍ଷା କରି ରହିଛନ୍ତି। ଏହି ଫିଲ୍ମର ନାମ ହେଉଛି ‘ଟାଇଗର-୩’ । ଏହି ଫିଲ୍ମର ପ୍ରଥମ ଭାଗ ଏବଂ ଦ୍ୱିତୀୟ ଭାଗ ଦର୍ଶକଙ୍କୁ ବହୁତ ପସନ୍ଦ ଆସିଥିଲା।

ସଲମାନ ଏବଂ କ୍ୟାଟ୍ରିନାଙ୍କ ଫିଲ୍ମ ‘ଟାଇଗର-୩’ ଚଳିତ ବର୍ଷ ଦୀପାବଳି ଅବସରରେ ନଭେମ୍ବର ୧୦ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ଏହି ଫିଲ୍ମ ବକ୍ସ ଅଫିସରେ ସମସ୍ତ ରେକର୍ଡ ଭାଙ୍ଗିପାରେ ବୋଲି ଆଶା କରାଯାଉଛି।

ମନୀଷ ଶର୍ମାଙ୍କ ନିର୍ଦ୍ଦେଶିତ ଫିଲ୍ମ ‘ଟାଇଗର’ ’ହେଉଛି ଏକ ଆକ୍ସନ ଥ୍ରୀଲର ଫିଲ୍ମ। ୟଶରାଜ ଫିଲ୍ମ ଅଧୀନରେ ଆଦିତ୍ୟ ଚୋପ୍ରାଙ୍କ ଦ୍ୱାରା ନିର୍ମିତ ଏହି ଫିଲ୍ମରେ ସଲମାନ ଏବଂ କ୍ୟାଟ୍ରିନାଙ୍କ ବ୍ୟତୀତ ଇମ୍ରାନ ହାସ୍‌ମୀ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri