୧୦ ବର୍ଷ ପରେ ଏକାଠି ହେଲେ: ଫୋକସ୍‌ରେ ଆଗାମୀ ରଣନୀତି

ଭଞ୍ଜନଗର,୨୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର ଉପଖଣ୍ଡ ନିଖିଳ ଉତ୍କଳ ଚତୁର୍ଥ ଶ୍ରେଣୀ ସରକାରୀ କର୍ମଚାରୀ ସଙ୍ଘର ଏକ ବୈଠକ ଭେଜିପୁଟ ଶିବ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲା ସଭାପତି ସୁବାସ ପ୍ରଧାନ ଅଧ୍ୟକ୍ଷତା କରି ସଙ୍ଘର ବିଭିନ୍ନ ସମସ୍ୟା ଏବଂ ତାର ନିରାକରଣ ଉପରେ କହିଥିଲେ। ଜିଲା ସମ୍ପାଦକ ଅକ୍ଷୟ କୁମାର ମିଶ୍ର ବିବରଣୀ ପ୍ରଦାନ କରିଥିଲେ।

ଏହି ଅବସରରେ ନୂତନ କର୍ମକର୍ତ୍ତା ନିର୍ବାଚନ ହୋଇଥିଲା। ଏଥିରେ ଉପଖଣ୍ଡ ପାଇଁ ଉପଦେଷ୍ଟା ଭାବେ ବିପ୍ର ଚରଣ ଗୌଡ ଏବଂ ସଭାପତି ଭାବେ କାହ୍ନୁ ଚରଣ ଦିଗାଲ ନିର୍ବାଚିତ ହୋଇଥିଲେ । ଉପ ସଭାପତି ଭାବେ ରବିନ୍ଦ୍ର ନାଥ ପରିଡ଼ା, ସମ୍ପାଦକ ରଞ୍ଜନ କୁମାର ପାତ୍ର, ସହ ସମ୍ପାଦକ ଭାସ୍କର ପତି, ସଂଗଠନ ସମ୍ପାଦକ ପଦର୍ଶନ ବାଉକ, ସୀମାଞ୍ଚଳ ବେହେରା, କୋଷାଧ୍ୟକ୍ଷ ଭାବେ ବିଜୟ କୁମାର ସ୍ବାଇଁ ନିର୍ବାଚିତ ହୋଇଥିଲେ।

ଏଥିସହ କାର୍ଯ୍ୟକାରୀ ସଭ୍ୟ ଭାବେ ମନୋଜ ଶତପଥି, ସୁରେନ୍ଦ୍ର କୁମାର ସେଠୀ, ଉପେନ୍ଦ୍ର ନାୟକ, ଗରିବ ଜେନା, ଏସ୍‌ ସାବତ, ବାସନ୍ତୀ ଦାସ ନିର୍ବାଚିତ ହୋଇଛନ୍ତି। ସୂଚନା ଯୋଗ୍ୟ, ୧୦ ବର୍ଷ ହେଲା ଏହି ଉପଖଣ୍ଡର ଚତୁର୍ଥ ଶ୍ରେଣୀ କର୍ମଚାରୀ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ହୋଇପାରି ନ ଥିଲା । ଇତିମଧ୍ୟରେ ସଙ୍ଘର ସମସ୍ତ ସଦସ୍ୟ ଏକାଠି ହୋଇ ସଂଘକୁ ଆଗକୁ ନେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ତେଣୁ ପ୍ରଥମେ ସଙ୍ଘର କର୍ମକର୍ତ୍ତା ନିର୍ବାଚନ ହେବା ସହ ଆଗାମୀ ରଣନୀତି ଉପରେ ଆଲୋଚନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inHome Left View All

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri