Posted inଜାତୀୟ

ରେବନ୍ଥ ରେଡ୍ଡୀ ହେବେ ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ, ବୁଧବାର ନେଇପାରନ୍ତି ଶପଥ

ହାଇଦ୍ରାବାଦ, ୫।୧୨: ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ ରାଜ୍ୟ କଂଗ୍ରେସ ସଭାପତି ରେବନ୍ଥ ରେଡ୍ଡୀ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କଂଗ୍ରେସ ହାଇକମାଣ୍ଡ ଏହି ନିଷ୍ପତ୍ତି ଉପରେ ମୋହର ମାରିଛନ୍ତି ଏବଂ ଆସନ୍ତା କାଲି ଅର୍ଥାତ ବୁଧବାର କିମ୍ବା ପରଦିନ ଶପଥ ଗ୍ରହଣ ଉତ୍ସବ ହେବ। ରାଜ୍ୟରେ ଦଳକୁ କ୍ଷମତାକୁ ଆଣିବାରେ ରେବନ୍ଥଙ୍କ ବଡ଼ ଭୁମିକା ଥିବା କୁହାଯାଉଛି।

କଂଗ୍ରେସର ବରିଷ୍ଠ ନେତା ଉତ୍କଳ କୁମାର ରେଡ୍ଡୀ ଏବଂ ଭଟ୍ଟୀ ବିକ୍ରମାର୍କାଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ଦିଆଯାଇପାରେ କିମ୍ବା ଏକ ଉଚ୍ଚ ମନ୍ତ୍ରୀ ପଦବୀ ଦିଆଯାଇପାରେ। ରାଜ୍ୟରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ବ୍ୟବସ୍ଥା ରହିବ ନାହିଁ ବୋଲି ସୂତ୍ରରୁ ଖବର ମିଳିଛି। ତେବେ ରେଭନ୍ଥ ମୁଖ୍ୟମନ୍ତ୍ରୀ ହେବାର ଚର୍ଚ୍ଚା ମଧ୍ୟରେ ଉତ୍ତମ ରେଡ୍ଡୀ କର୍ଣ୍ଣାଟକ କଂଗ୍ରେସ ସଭାପତି ଡିକେ ଶିବକୁମାରଙ୍କ ଘରେ ପହଞ୍ଚିଛନ୍ତି।

ମାଲକଜଗିରିର ଜଣେ ଅଭିଜ୍ଞ ରାଜନେତା ତଥା ଲୋକସଭା ସାଂସଦ ରେବନ୍ଥ ରେଡ୍ଡୀ ତେଲଙ୍ଗାନା ରାଜନୀତିରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି। ୨୦୧୭ ରେ ତେଲୁଗୁ ଦେଶମ ପାର୍ଟି (ଟିଡିପି) ରୁ କଂଗ୍ରେସକୁ ଆସିବା ପରେ ରାଜ୍ୟର ରାଜନୈତିକ ସ୍ଥିତିରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ରାଜ୍ୟରେ କଂଗ୍ରେସ ୬୪ ଟି ଆସନ ଜିତିଥିବାବେଳେ ବିଆରଏସ୍ ୩୯ ଟି ସିଟ୍ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri