ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷା କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଏପ୍ରିଲରୁ ଆରମ୍ଭ ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପଢୁଥିବା ୨ୟ ବର୍ଷର ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଗୁରୁବାର ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। କଳା ଓ ବାଣିଜ୍ୟ ପରୀକ୍ଷା ଏପ୍ରିଲ ୨୮ରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହେବ। ଏହା ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଚାଲିବ। ସେହିଭଳି ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ମେ’ ୯ରୁ ଆରମ୍ଭ ହେବ। ବିଜ୍ଞାନ ଛାତ୍ରୀଛାତ୍ରମାନେ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଓ ଧନ୍ଦାମୂଳକ ଛାତ୍ରୀଛାତ୍ରମାନେ ସକାଳ ୯ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ଦେବେ। ଛାତ୍ରୀଛାତ୍ରମାନେ ଅଧଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ବେ ଏବଂ ୧୫ ମିନିଟ୍‌ ପୂର୍ବରୁ ପରୀକ୍ଷା ହଲ୍‌କୁ ଯାଇ ନିଜ ସିଟ୍‌ରେ ବସିବେ। ପରୀକ୍ଷା ଆରମ୍ଭ ହେବାର ୧୦ ମିନିଟ୍‌ ପୂର୍ବରୁ ଉତ୍ତର ଖାତା ଓ ୫ ମିନିଟ୍‌ ପୂର୍ବରୁ ପ୍ରଶ୍ନପତ୍ର ଦିଆଯିବ। ଅନ୍ୟପକ୍ଷରେ ପ୍ରାକ୍ଟିକାଲ ପରୀକ୍ଷା ଆଗୁଆ ହେବ। ଏପ୍ରିଲ ୪ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହୋଇ ୧୨ ତାରିଖ ଯାଏ ଚାଲିବ। ତେବେ ସବୁଠି କରୋନା କଟକଣାରେ ପରୀକ୍ଷା କରିବା ପାଇଁ କୁହାଯାଇଛି। ଖିଲାପ ହେଲେ ପରୀକ୍ଷା ନିୟନ୍ତ୍ରକଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, କରୋନା ଯୋଗୁ ଗତବର୍ଷ ବିନା ପରୀକ୍ଷାରେ ଯୁକ୍ତ୨ ପରୀକ୍ଷା ଫଳ ପ୍ରକାଶ କରାଯାଇଥିଲା। ଚଳିତବର୍ଷ କରୋନା ସଂକ୍ରମଣ ହ୍ରାସ ପାଇବାରୁ ଅଫ୍‌ଲାଇନ୍‌ ପରୀକ୍ଷା କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବରୁ ପରୀକ୍ଷା ସଂକ୍ରାନ୍ତରେ ସରକାର ଛାତ୍ରୀଛାତ୍ର, ଅଭିଭାବକ, ଶିକ୍ଷାବିତ୍‌, ଶିକ୍ଷା ଅଧିକାରୀଙ୍କ ସମେତ ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri