ପ୍ରକାଶ ପାଇଲା ଯୁକ୍ତ୨ ପରୀକ୍ଷା କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ୨ ପରୀକ୍ଷା ଏପ୍ରିଲରୁ ଆରମ୍ଭ ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପଢୁଥିବା ୨ୟ ବର୍ଷର ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଗୁରୁବାର ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। କଳା ଓ ବାଣିଜ୍ୟ ପରୀକ୍ଷା ଏପ୍ରିଲ ୨୮ରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହେବ। ଏହା ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ଯାଏ ଚାଲିବ। ସେହିଭଳି ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ମେ’ ୯ରୁ ଆରମ୍ଭ ହେବ। ବିଜ୍ଞାନ ଛାତ୍ରୀଛାତ୍ରମାନେ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଓ ଧନ୍ଦାମୂଳକ ଛାତ୍ରୀଛାତ୍ରମାନେ ସକାଳ ୯ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ଦେବେ। ଛାତ୍ରୀଛାତ୍ରମାନେ ଅଧଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚତ୍ବେ ଏବଂ ୧୫ ମିନିଟ୍‌ ପୂର୍ବରୁ ପରୀକ୍ଷା ହଲ୍‌କୁ ଯାଇ ନିଜ ସିଟ୍‌ରେ ବସିବେ। ପରୀକ୍ଷା ଆରମ୍ଭ ହେବାର ୧୦ ମିନିଟ୍‌ ପୂର୍ବରୁ ଉତ୍ତର ଖାତା ଓ ୫ ମିନିଟ୍‌ ପୂର୍ବରୁ ପ୍ରଶ୍ନପତ୍ର ଦିଆଯିବ। ଅନ୍ୟପକ୍ଷରେ ପ୍ରାକ୍ଟିକାଲ ପରୀକ୍ଷା ଆଗୁଆ ହେବ। ଏପ୍ରିଲ ୪ରୁ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହୋଇ ୧୨ ତାରିଖ ଯାଏ ଚାଲିବ। ତେବେ ସବୁଠି କରୋନା କଟକଣାରେ ପରୀକ୍ଷା କରିବା ପାଇଁ କୁହାଯାଇଛି। ଖିଲାପ ହେଲେ ପରୀକ୍ଷା ନିୟନ୍ତ୍ରକଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, କରୋନା ଯୋଗୁ ଗତବର୍ଷ ବିନା ପରୀକ୍ଷାରେ ଯୁକ୍ତ୨ ପରୀକ୍ଷା ଫଳ ପ୍ରକାଶ କରାଯାଇଥିଲା। ଚଳିତବର୍ଷ କରୋନା ସଂକ୍ରମଣ ହ୍ରାସ ପାଇବାରୁ ଅଫ୍‌ଲାଇନ୍‌ ପରୀକ୍ଷା କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହାପୂର୍ବରୁ ପରୀକ୍ଷା ସଂକ୍ରାନ୍ତରେ ସରକାର ଛାତ୍ରୀଛାତ୍ର, ଅଭିଭାବକ, ଶିକ୍ଷାବିତ୍‌, ଶିକ୍ଷା ଅଧିକାରୀଙ୍କ ସମେତ ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri