ଖସିଯିବେ ସମୀର ସାର୍‌! ICC ରିପୋର୍ଟରେ ସାଂଘାତିକ ଖୁଲାସା, ଫିଟିଗଲା ବାଟ…

ଭୁବନେଶ୍ୱର,୨୩।୭: ବାଲେଶ୍ବର ଏଫଏମ କଲେଜର ଛାତ୍ରୀ ମୃତ୍ୟୁ ମାମଲାରେ ବିଭିନ୍ନ ଦିଗକୁ ନେଇ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ଘଟଣାରେ କଲେଜର ଅଧ୍ୟାପକ ସମୀର ସାହୁ ଗିରଫ ହୋଇଥିବା ବେଳେ ପରେ କଲେଜ ଅଧ୍ୟକ୍ଷ ଦିଲ୍ଲୀପ ଘୋଷଙ୍କୁ ଗିରଫ କରାଯାଇଥିଲା। ଅନ୍ୟପଟେ କଲେଜରେ ଗଠିତ ହୋଇଥିବା ଆଇସିସି ନିଜ ରିପୋର୍ଟ ସମୀର ସାହୁଙ୍କୁ କ୍ଲିନ ଚିଟ ଏବଂ ବାରମ୍ବାର ନିଜ ମତ ବଦଳାଉଥିବାରୁ ସମୀର ସାହୁଙ୍କୁ ଏହାର ଫାଇଦା ମିଳିପାରେ ବୋଲି ଆଲୋଚନା ହେଉଛି । ତେବେ ସମୀରଙ୍କୁ ଅଦାଲତରେ ଦୋଷୀ ସାବ୍ୟସ୍ତ କରିବାକୁ ହେଲେ ତାଙ୍କ ଠୋସ ପ୍ରମାଣ ସଂଗ୍ରହ କରିବାକୁ ହେବ ବୋଲି ଆଇନଜୀବୀ କହିଛନ୍ତି ।

ରବିବାର ମହାବିଦ୍ୟାଳୟରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ପହଞ୍ଚି ଡିଆଇଜି ଡା. ସତ୍ୟଜିତ ନାୟକଙ୍କ ସହ ଆଲୋଚନା କରିଥିଲେ। ଏହା ପରେ ମହାବିଦ୍ୟାଳୟରେ ପହଞ୍ଚି ଛାତ୍ରୀଜଣକ ଆତ୍ମାହୁତି ଦେଇଥିବା ସ୍ଥାନ ବୁଲି ଦେଖିଥିଲେ। ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ ଅଧ୍ୟକ୍ଷ ଫିରୋଜ ପାଢ଼ୀଙ୍କ ସହ କଥା ହୋଇ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ। ଏହି ସମୟରେ ICC ରିପୋର୍ଟରେ ସାଂଘାତିକ ଖୁଲାସା ହୋଇଛି। ଯାହା ପୀଡ଼ିତାଙ୍କୁ ନ୍ୟାୟ ଦେବା ବଦଳରେ ଦାୟୀ କରାଯାଇଛି । ରିପୋର୍ଟରେ ସମୀର ସାହୁଙ୍କୁ କ୍ଲିନଚିଟ ଦିଆଯାଇଛି। ପୀଡିତା କରିଥିବା ଅଭିଯୋଗରେ କୌଣସି ସତ୍ୟତା ନାହିଁ ବୋଲି ଆଇସିସି କହିଛି। ଏହି ରିପୋର୍ଟକୁ ଦେଖିଲେ ଜଣାପଡୁଛି, ପୂରା କଲେଜ ଗୋଟିଏ ପଟେ ଅନ୍ୟପଟେ ଏକା ହୋଇ ଯାଇଥିଲେ ଛାତ୍ରୀ। ଫେବର ମାଗିବା କଥା ନେଇ ପୀଡିତା ଛାତ୍ରୀ ଅଭିଯୋଗ କରିଥିଲେ। ଯାହା ପରେ ଆଇସିସି କମିଟି ଗଠନ କରାଯାଇ ତଦନ୍ତ କରିଥିଲା।

ତଦନ୍ତ କରି ଏହି ରିପୋର୍ଟ ଦେଇଥିଲା ଆଇସିସି।
-ପୀଡ଼ିତାଙ୍କୁ ଫେଭର ମାଗିବା କଥା, କୌଣସି ବୟାନ ବା ଦୃଷ୍ଟିକୋଣରୁ ସାବ୍ୟସ୍ତ ହୋଇନାହିଁ।
-ଏହି ଘଟଣା ପରେ ମଧ୍ୟ ପୀଡ଼ିତା ସମୀର ସାରଙ୍କ ପାଖକୁ ନୋଟ ଆଣିବାକୁ ଯାଇଛନ୍ତି ଓ ଆଦୌ ଅସୁରକ୍ଷିତ ମନେ କରିନାହାଁନ୍ତି ।
-ମେସ୍‌ରେ ଥିବା ବେଳେ ରାତି ୧୦ରେ କାହା ସହ କଥା ହୋଇ ଜୋରରେ କାନ୍ଦନ୍ତି ଓ ଅନ୍ୟ ଅନ୍ତେବାସୀଙ୍କୁ ଅସୁବିଧାରେ ପକାନ୍ତି ।
-ସେ ଦିନ ୨ଟା ବେଳେ ବିଛଣାରୁ ଉଠନ୍ତି, ତେଣୁ କ୍ଲାସ କରିପାରନ୍ତି ନାହିଁ ।
-ବିଭାଗୀୟ ମୁଖ୍ୟଙ୍କୁ ଦରଖାସ୍ତ ନଦେଇ କ୍ଲାସରୁ ଅନୁପସ୍ଥିତ ରୁହନ୍ତି, ତେଣୁ ଉପସ୍ଥାନ କମ୍‌ ରୁହେ ।
-ନିର୍ଯାତନା ନେଇ ପ୍ରମାଣ କମିଟିର ହସ୍ତଗତ ହୋଇନାହିଁ, ତେଣୁ ଏହା ଭିତ୍ତିହୀନ


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri