କଟ୍‌ ଅଫ୍‌ ମାର୍କରେ ରେଭେନ୍ସା ଆଗରେ

ଭୁବନେଶ୍ୱର, ୨୭।୯(ବ୍ୟୁରୋ): ଯୁକ୍ତ୨ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ସୋମବାର ପ୍ରକାଶ ପାଇଛି। ଏଥିରେ ମୋଟ ୫୪,୬୩୩ ଛାତ୍ରୀଛାତ୍ର ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୫,୭୮୭ ଛାତ୍ରୀ ଥିବା ବେଳେ ୨୮,୮୪୪ ଜଣ ଛାତ୍ର ଏବଂ ୨ଜଣ କିନ୍ନର ରହିଛନ୍ତି। ସେହିପରି ୫୪,୬୩୩ ଛାତ୍ରୀଛାତ୍ରଙ୍କ ମଧ୍ୟରୁ କଳାରେ ୪୦,୮୭୧ଜଣ ଥିବା ବେଳେ ବାଣିଜ୍ୟରେ ୨,୬୪୪, ବିଜ୍ଞାନରେ ୧୦,୩୮୨, ଧନ୍ଦାମୂଳକ ଶିକ୍ଷାରେ ୪୬୭ ଏବଂ ସଂସ୍କୃତରେ ୨୬୯ଜଣ ରହିଛନ୍ତି।

ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟରେ କଳା, ବାଣିଜ୍ୟ ଓ ବିଜ୍ଞାନ ତିନୋଟି ବିଷୟରେ କଟକ ରେଭେନ୍ସା ଉଚ୍ଚ ମାଧ୍ୟମିକ ସ୍କୁଲ ଆଗରେ ରହିଛି। ଏଠାରେ କଳାରେ ଦ୍ୱିତୀୟ ପର୍ଯାୟ କଟ୍‌ ଅଫ୍‌ ୭୬.୫% ଯାଇଥିବା ବେଳେ ବିଜ୍ଞାନରେ ୯୦% ଏବଂ ବାଣିଜ୍ୟରେ ୮୦% ଯାଇଛି। ସେହିପରି କଳାରେ ଦ୍ୱିତୀୟରେ ଭୁବନେଶ୍ୱର ବିଜେବି ଉଚ୍ଚ ମାଧ୍ୟମିକ ସ୍କୁଲ ୭୬.୪%, ଭଦ୍ରକ ଉଚ୍ଚ ମାଧ୍ୟମିକ ସ୍କୁଲ ୭୩.୧୭% ସହ ତୃତୀୟରେ ରହିଛନ୍ତି। ବିଜ୍ଞାନରେ ଦ୍ୱିତୀୟ ସ୍ଥାନରେ ଭୁବନେଶ୍ୱର ବିଜେବି ଉଚ୍ଚ ମାଧ୍ୟମିକ ସ୍କୁଲ ରହିଛି। ଏଠାରେ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ୮୮.୩୩% ଥିବା ବେଳେ ବାଲେଶ୍ୱର ସୋରର ଉପେନ୍ଦ୍ରନାଥ ଉଚ୍ଚ ମାଧ୍ୟମିକ ସ୍କୁଲ ୮୬.୩୩% ସହ ତୃତୀୟ ସ୍ଥାନରେ ରହିଛି। ବାଣିଜ୍ୟରେ ରାଉରକେଲା ସରକାରୀ ଉଚ୍ଚ ମାଧ୍ୟମିକ ସ୍କୁଲ ୭୯.୫% ସହ ଦ୍ୱିତୀୟରେ ଥିବା ବେଳେ କଟକର ଶୈଳବାଳା ମହିଳା ଉଚ୍ଚ ମାଧ୍ୟମିକ ସ୍କୁଲ ୭୫.୫% ସହ ତୃତୀୟ ସ୍ଥାନରେ ରହିଛନ୍ତି। ସେହିଭଳି ଧନ୍ଦାମୂଳକ ଶିକ୍ଷାରେ କଳହାଣ୍ଡି ଧର୍ମଗଡ଼ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ସ୍କୁଲ ୭୦% ସହ ପ୍ରଥମ ସ୍ଥାନରେ ଥିବା ବେଳେ ସଂସ୍କୃତରେ ବଲାଙ୍ଗୀର ବିଦ୍ୟାଭୂଷଣ ସଂସ୍କୃତ ଉଚ୍ଚ ମାଧ୍ୟମିକ ସ୍କୁଲ ୪୩.୧୭% ସହ ପ୍ରତମ ସ୍ଥାନରେ ରହିଛି। ଦ୍ୱିତୀୟ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ର ୨୯ରୁ ଅକ୍ଟୋବର ୧ ତାରିଖ ସନ୍ଧ୍ୟା ୫ଟା ମଧ୍ୟରେ ନାମ ଲେଖାଇବେ। ଏହି ଦୁଇଟି ପର୍ଯ୍ୟାୟ ନାମଲେଖା ପରେ ବଳକା ସିଟ୍‌ ପାଇଁ ଅକ୍ଟୋବର ୪ରେ ତାଲିକା, ୫ ସୁଦ୍ଧା ପଞ୍ଜିକରଣ ଏବଂ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ। ଏହାପରେ ଅକ୍ଟୋବର ୭ ତାରିଖରେ ନାମଲେଖା ହେବ। ତେବେ ଏଥର ପ୍ରାୟ ୫ ଲକ୍ଷ ଯୁକ୍ତ୨ ସିଟ୍‌ ପାଇଁ ଆବେଦନ କରିଛନ୍ତି ୪ଲକ୍ଷ ୩୫ହଜାର ୬୧୨ ଜଣ ଛାତ୍ରୀଛାତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାସଂଯୋଗ: ୫ ରାଶିର ଭାଗ୍ୟ ବଦଳାଇବେ ୩ଗ୍ରହ; ଅଚାନକ ହେବେ ଧନୀ…

୩୦ ଅଗଷ୍ଟର ଦିନ ପଞ୍ଚାଙ୍ଗ ଏବଂ ଜ୍ୟୋତିଷୀୟ ଯୋଗ ଦୃଷ୍ଟିରୁ ଅତ୍ୟନ୍ତ ଖାସ ପ୍ରମାଣିତ ହୋଇପାରେ। ଏହି ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ୱିତୀୟା ତିଥି…

ଏଇ ଭାରତରେ

ଚେନ୍ନାଇର ଚିତଲାପକ୍କମ ନିକଟରେ ଥିବା ଚିତଲାପକ୍କମ ହ୍ରଦ ନିକଟବର୍ତ୍ତୀ ଅଞ୍ଚଳରେ ଖରାଦିନେ ନଳକୂପ ଶୁଖିଯାଏ। ବର୍ଷର ଅନ୍ୟ ସମୟରେ ବି ସେଗୁଡ଼ିକରୁ ଆବଶ୍ୟକ ପାଣି ବାହାରେ ନାହିଁ।…

ପ୍ରଶାସନିକ ସ୍ବଚ୍ଛତା ଏକ ପ୍ରଶ୍ନବାଚୀ

ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଓ ନିରପେକ୍ଷତା ଆଣିବା ଲାଗି ସରକାର ଯେତେ ଯାହା ପଦକ୍ଷେପ ଗ୍ରହଣ କଲେ ମଧ୍ୟ ତାହା ସଫଳ ହୋଇପାରୁନି। ବିଭିନ୍ନ କ୍ଷେତ୍ରରେ କିଭଳି…

ସମୟ ବ୍ୟାଙ୍କ୍‌ର ସେବାପୁଞ୍ଜି

ବ୍ୟାଙ୍କ୍‌ରେ ସଞ୍ଚତ୍ତ ସମସ୍ତ ଅର୍ଥ ଉଠାଇ ଆଣି ରାଜଧାନୀର ଏକ ପ୍ରମୁଖ ଇଞ୍ଜିନିୟରିଂ କଲେଜରେ ନିଜ ପୁଅର ନାମ ଲେଖାଉଥିବା ଜଣେ ମଧ୍ୟବର୍ଗୀୟ ପିତା ତାଙ୍କ ବନ୍ଧୁକୁ…

ବାରମ୍ବାର ଇଣ୍ଟରନାଲ ପରୀକ୍ଷା ଦେବେନି ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦।୮(ସୁଚିସ୍ମିତା ସାହୁ): ଯୁକ୍ତ୨ ଏକ୍ସ-ରେଗୁଲାର ଛାତ୍ରୀଛାତ୍ରଙ୍କ ଇଣ୍ଟରନାଲ ପରୀକ୍ଷାକୁ ନେଇ ରହିଥିବା ଦ୍ୱନ୍ଦ୍ୱ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଦୂର କରାଯାଇଛି। ଯୁକ୍ତ୨ରେ ଅସଫଳ…

୨ କୋଠରିରେ ପଢ଼ୁଛନ୍ତି ୧୦୪ ଛାତ୍ରୀଛାତ୍ର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣି ବ୍ଲକ ଲାବାଣ୍ୟଗଡ଼ ପଞ୍ଚାୟତ ଅନ୍ତର୍ଗତ ମାରିଙ୍ଗିସ୍ଥିତ ସରକାରୀ ପ୍ରାଥମିକ ଆବାସିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ୧୯୯୯ ମସିହାରେ ପ୍ରତିଷ୍ଠା…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

ଜାଣନ୍ତୁ କାହା ଅଭାବରୁ ବଢ଼ିଥାଏ ‘ଫ୍ୟାଟି ଫୁଡ୍‌’ ଲୋଭ

ଟୋକିଓ/ଲଣ୍ଡନ, ୩୦।୮: ସୁସ୍ବାଦୁ ତଥା ଅଧିକ ଚର୍ବିଯୁକ୍ତ ଖାଦ୍ୟ (ଫ୍ୟାଟି ଫୁଡ୍‌) ଦେଖିଲେ କେତେଜଣ ଲୋକ ନିଜକୁ ନିୟନ୍ତ୍ରଣ କରିପାରନ୍ତି ନାହିଁ କାହିଁକି? ଏହାର ଉତ୍ତର ଖୋଜିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri