Posted inଜାତୀୟ

ଟିକସ ବଢ଼ାଇ ୨୦ ଲକ୍ଷ କୋଟି ଆୟ

ନୂଆଦିଲ୍ଲୀ, ୨୫।୧: ପେଟ୍ରୋଲ, ଡିଜେଲର କ୍ରମାଗତ ଦରବୃଦ୍ଧିକୁ ନେଇ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସରକାର ଟିକସ ସଂଗ୍ରହରେ ବ୍ୟସ୍ତ ଥିବାବେଳେ ଦେଶରେ ହୁ ହୁ ହୋଇ ଦରଦାମ୍‌ ବଢ଼ି ଚାଲିଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି। କଂଗ୍ରେସ ନେତା ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ନୂଆ ମୂଲ୍ୟସୂଚୀ ଟୁଇଟରରେ ଶେୟାର କରିଛନ୍ତି। ଏଥିରେ ପେଟ୍ରୋଲ ଦର ୯୩ ଟଙ୍କା ୬୩ ପଇସା, ଡିଜେଲ୍‌ ୮୩ ଟଙ୍କା ୬୪ ପଇସା ରହିଥିବାବେଳେ ଗ୍ୟାସ୍‌ ଦର ୯୩.୫ ଟଙ୍କା ବୃଦ୍ଧି ପାଇଥିବା ଉଲ୍ଲେଖ ରହିଛି। ମୋଦିଜୀ ଜିଡିପି (ଗ୍ୟାସ୍‌, ଡିଜେଲ, ପେଟ୍ରୋଲ)ରେ ଅଭୂତପୂର୍ବ ଅଭିବୃଦ୍ଧି କରିଛନ୍ତି ବୋଲି ରାହୁଲ ତାଚ୍ଛଲ୍ୟ କରିଛନ୍ତି। ତୈଳ ଦର ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ବାର ଦିନକ ପରେ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି। ମୋଦି ସରକାରଙ୍କ ସମୟରେ ଲାଗୁ ହୋଇଥିବା ଉତ୍ପାଦ ଶୁଳ୍କ ତୁରନ୍ତ ପ୍ରତ୍ୟାହାର କରିନେବା ପାଇଁ କଂଗ୍ରେସ ଦାବି କରିଛି। ଦରଦାମ୍‌ ବୃଦ୍ଧି ଯୋଗୁ ସାଧାରଣ ଜନତା ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ପେଟ୍ରୋଲ ଦରବୃଦ୍ଧି ସର୍ବକାଳୀନ ରେକର୍ଡ ସୃଷ୍ଟି କରିଥିବା କଂଗ୍ରେସ ମୁଖପାତ୍ର ଅଜୟ ମାକେନ କହିଛନ୍ତି। ୨୦୧୪ ମେ’ରେ କଂଗ୍ରେସ କ୍ଷମତାରୁ ଯିବାବେଳେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ବ୍ୟାରେଲ୍‌ ପ୍ରତି ୧୦୮ ଡଲାର ଥିବାବେଳେ ଦେଶରେ ପେଟ୍ରୋଲ ଓ ଡିଜେଲ ଯଥାକ୍ରମେ ଲିଟର ପ୍ରତି ୭୧.୫୧ ଏବଂ ୫୭.୨୮ ଟଙ୍କାରେ ବିକ୍ରି ହେଉଥିଲା। ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଅଧାକୁ ଖସିଆସିଥିବାବେଳେ ଦିଲ୍ଲୀରେ ଏବେ ପେଟ୍ରୋଲ ୮୫.୭୦ ଓ ଡିଜେଲ ୭୫.୮୮ ଟଙ୍କାରେ ପହଞ୍ଚତ୍ଛି। ମୋଦି ସରକାର ଗତ ୬ ବର୍ଷ ୬ ମାସ ମଧ୍ୟରେ ପେଟ୍ରୋଲ ଡିଜେଲ ଉପରେ ଉତ୍ପାଦ ଶୁଳ୍କ ବଢ଼ାଇ ୨୦ ଲକ୍ଷ କୋଟି ଟଙ୍କା ଆୟ କରିଥିବା କଂଗ୍ରେସ ମୁଖପାତ୍ର କହିବା ସହ ଏହି ଟଙ୍କା କୁଆଡ଼େ ଗଲା ତାହାର ଜବାବ ଦେବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁବୁଠି ଉଡ଼ିଲା ତ୍ରିରଙ୍ଗା

ଲାଞ୍ଜିଗଡ,୧୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ସ୍ଥାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ଲାଞ୍ଜିଗଡ଼ ଯୁବକ ସଂଘ…

ସିଜିମାଲି ପାହାଡ଼ରେ ଉଡ଼ିଲା ତ୍ରିରଙ୍ଗା

କଲ୍ୟାଣସିଂହପୁର,୧୫।୮(ଦୀପକ କୁମାର ପରିଡ଼ା): ବହୁ ଚର୍ଚ୍ଚିତ ସିଜିମାଲି ଅଞ୍ଚଳରେ ‘ମା’ ମାଟି ମାଳି ସୁରକ୍ଷା ମଞ୍ଚ’ ଆନୁକୂଲ୍ୟରେ ୮୦ତମ ସ୍ବଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ…

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri