ରାଜସ୍ବ ଆଦାୟ ଅଭିବୃଦ୍ଧି ୫.୬%

ଭୁବନେଶ୍ୱର,୫।୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ(୨୦୨୨-୨୩)ର ତୃତୀୟ ୩ ମାସରେ ରାଜ୍ୟର ଆର୍ଥିକ ସ୍ଥିତି ପ୍ରଗତିଶୀଳ ରହିଛି। ୨୦୨୨ ଡିସେମ୍ବର ଶେଷ ସୁଦ୍ଧା ରାଜ୍ୟର ରାଜସ୍ବ ଆଦାୟ ୧,୦୧,୧୧୯ କୋଟିକୁ ବୃଦ୍ଧି ପାଇଛି। କେନ୍ଦ୍ରୀୟ ଅନୁଦାନ ୨୧% ହ୍ରାସ ସତ୍ତ୍ୱେ ରାଜ୍ୟର ରାଜସ୍ବ ଅଭିବୃଦ୍ଧି ୫.୬ ପ୍ରତିଶତ ହୋଇଛି। ଡିସେମ୍ବର ଶେଷ ସୁଦ୍ଧା ୩୨,୦୨୯ କୋଟି ଟଙ୍କା ନିଜସ୍ବ ରାଜସ୍ବ ଆଦାୟ କରାଯାଇଛି। ଗତବର୍ଷ ତୁଳନାରେ ଏହା ୧୩.୫୧ ପ୍ରତିଶତ ଅଧିକ ରହିଛି। ଗତବର୍ଷ ଏହି ସମୟ ସୁଦ୍ଧା ୨୮,୨୧୬ କୋଟି ଟଙ୍କା ଆଦାୟ ହୋଇଥିଲା। ଚଳିତ ଆର୍ଥିକ ବର୍ଷ ଅଣଟିକସ କ୍ଷେତ୍ରରେ ୧.୧୭ ପ୍ରତିଶତ ବୃଦ୍ଧି ହୋଇଛି। ଅଣଟିକସ କ୍ଷେତ୍ରରୁ ୬୩,୫୨୩ କୋଟି ଟଙ୍କା ଆଦାୟ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚିବସ୍ତରୀୟ ବୈଠକରୁ ଏହା ଜଣାପଡ଼ିଛି। ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ ଡିସେମ୍ବର ଶେଷ ସୁଦ୍ଧା ବଜେଟ ଅର୍ଥ ବିନିଯୋଗ ୨.୨୬ ପ୍ରତିଶତ ବୃଦ୍ଧିପାଇଛି। କୃଷି ଓ ଆନୁଷଙ୍ଗିକ କ୍ଷେତ୍ର, ଭିତ୍ତିଭୂମି, ସାମାଜିକ କ୍ଷେତ୍ରରେ ବଜେଟ ଖର୍ଚ୍ଚ ବୃଦ୍ଧି ପାଇଛି। ବ୍ୟାଙ୍କରେ ଅର୍ଥ ଗଚ୍ଛିତ ନ ରଖି ବଜେଟ ଅର୍ଥ ନିର୍ଦ୍ଧାରିତ ସମୟରେ ଖର୍ଚ୍ଚ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ଏଥିସହିତ ଖର୍ଚ୍ଚରେ ସ୍ବଚ୍ଛତା ପାଇଁ ଆନ୍ତଃବିଭାଗୀୟ ଅଡିଟ ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଧାରିତ ସମୟରେ ବିନିଯୋଗ ପ୍ରମାଣପତ୍ର(ୟୁସି) ପ୍ରଦାନ କରିବା ନେଇ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଆର୍ଥିକ ବିଷୟକୁ ୫-ଟି ପାରାମିଟରରେ ପରିଚାଳନା କରିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।
ଏହି ବୈଠକରେ ଉନ୍ନୟନ କମିଶନର ପ୍ରଦୀପ ଜେନା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ସମସ୍ତ ବିଭାଗର ପ୍ରମୁଖ ସଚିବ, ସଚିବ ଓ ସ୍ବତନ୍ତ୍ର ସଚିବମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ୍‌ କଟିବା ପରେ ସୂର୍ଯ୍ୟମଣିଙ୍କ ଘର ଆଗରେ ମେଳି

ଖଲ୍ଲିକୋଟ,୨୮ା୪(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକା ପ୍ରାର୍ଥୀ ରୂପେ ସୂର୍ଯ୍ୟମଣି ବୈଦ୍ୟଙ୍କ ନାମ ଘୋଷଣା ହୋଇଥିଲା କିନ୍ତୁ ଟିକେଟ୍‌ ପାଇଁ ନାମ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

ଟ୍ରକ୍‌ ପଛରେ ପିଟିହେଲା ବସ୍‌: ଡ୍ରାଇଭର, ହେଲପର ମୃତ

ସୋନପୁର,୨୮ା୪(ମୃତ୍ୟୁଞ୍ଜୟ ଶତପଥୀ): ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ସୋନପୁର ଥାନା ହରଡ଼ଖୋଲ ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ପ୍ରଧାନ ନାମକ ଯାତ୍ରୀବାହୀ...

କାହାକୁ ଟାର୍ଗେଟ କଲେ ଦୀପାଳି ଦାସ, କହିଲେ ସିଜନାଲ ପକ୍ଷୀ…

ଭୁବନେଶ୍ୱର,୨୮।୪: ଝାରସୁଗୁଡା ନିର୍ବାଚନ ମଣ୍ଡଳୀ ଲାଇକେରା ଠାରେ ବିଜେଡିର ମହିଳା ସମାବେଶ କରିଛନ୍ତି ଦୀପାଳି ଦାସ । ଏଥିରେ ଝାରସୁଗୁଡା ବିଧାୟିକା ପ୍ରାର୍ଥୀ ଦୀପାଳି ବିରୋଧୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri