ରାଜସ୍ବ ଆଦାୟ ଅଭିବୃଦ୍ଧି ୫.୬%

ଭୁବନେଶ୍ୱର,୫।୧(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷ(୨୦୨୨-୨୩)ର ତୃତୀୟ ୩ ମାସରେ ରାଜ୍ୟର ଆର୍ଥିକ ସ୍ଥିତି ପ୍ରଗତିଶୀଳ ରହିଛି। ୨୦୨୨ ଡିସେମ୍ବର ଶେଷ ସୁଦ୍ଧା ରାଜ୍ୟର ରାଜସ୍ବ ଆଦାୟ ୧,୦୧,୧୧୯ କୋଟିକୁ ବୃଦ୍ଧି ପାଇଛି। କେନ୍ଦ୍ରୀୟ ଅନୁଦାନ ୨୧% ହ୍ରାସ ସତ୍ତ୍ୱେ ରାଜ୍ୟର ରାଜସ୍ବ ଅଭିବୃଦ୍ଧି ୫.୬ ପ୍ରତିଶତ ହୋଇଛି। ଡିସେମ୍ବର ଶେଷ ସୁଦ୍ଧା ୩୨,୦୨୯ କୋଟି ଟଙ୍କା ନିଜସ୍ବ ରାଜସ୍ବ ଆଦାୟ କରାଯାଇଛି। ଗତବର୍ଷ ତୁଳନାରେ ଏହା ୧୩.୫୧ ପ୍ରତିଶତ ଅଧିକ ରହିଛି। ଗତବର୍ଷ ଏହି ସମୟ ସୁଦ୍ଧା ୨୮,୨୧୬ କୋଟି ଟଙ୍କା ଆଦାୟ ହୋଇଥିଲା। ଚଳିତ ଆର୍ଥିକ ବର୍ଷ ଅଣଟିକସ କ୍ଷେତ୍ରରେ ୧.୧୭ ପ୍ରତିଶତ ବୃଦ୍ଧି ହୋଇଛି। ଅଣଟିକସ କ୍ଷେତ୍ରରୁ ୬୩,୫୨୩ କୋଟି ଟଙ୍କା ଆଦାୟ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚିବସ୍ତରୀୟ ବୈଠକରୁ ଏହା ଜଣାପଡ଼ିଛି। ବୈଠକରୁ ମିଳିଥିବା ସୂଚନା ଅନୁଯାୟୀ ଡିସେମ୍ବର ଶେଷ ସୁଦ୍ଧା ବଜେଟ ଅର୍ଥ ବିନିଯୋଗ ୨.୨୬ ପ୍ରତିଶତ ବୃଦ୍ଧିପାଇଛି। କୃଷି ଓ ଆନୁଷଙ୍ଗିକ କ୍ଷେତ୍ର, ଭିତ୍ତିଭୂମି, ସାମାଜିକ କ୍ଷେତ୍ରରେ ବଜେଟ ଖର୍ଚ୍ଚ ବୃଦ୍ଧି ପାଇଛି। ବ୍ୟାଙ୍କରେ ଅର୍ଥ ଗଚ୍ଛିତ ନ ରଖି ବଜେଟ ଅର୍ଥ ନିର୍ଦ୍ଧାରିତ ସମୟରେ ଖର୍ଚ୍ଚ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଛନ୍ତି। ଏଥିସହିତ ଖର୍ଚ୍ଚରେ ସ୍ବଚ୍ଛତା ପାଇଁ ଆନ୍ତଃବିଭାଗୀୟ ଅଡିଟ ବ୍ୟବସ୍ଥା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଧାରିତ ସମୟରେ ବିନିଯୋଗ ପ୍ରମାଣପତ୍ର(ୟୁସି) ପ୍ରଦାନ କରିବା ନେଇ ବୈଠକରେ ଗୁରୁତ୍ୱ ଦିଆଯାଇଛି। ଆର୍ଥିକ ବିଷୟକୁ ୫-ଟି ପାରାମିଟରରେ ପରିଚାଳନା କରିବାକୁ ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।
ଏହି ବୈଠକରେ ଉନ୍ନୟନ କମିଶନର ପ୍ରଦୀପ ଜେନା, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ସମସ୍ତ ବିଭାଗର ପ୍ରମୁଖ ସଚିବ, ସଚିବ ଓ ସ୍ବତନ୍ତ୍ର ସଚିବମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ନାଆମୀ କଲେଜ

ଭଦ୍ରକ,୯ା୧୦(ସନାତନ ରାଉତ): କଲେଜ ପରିସରରେ ବ୍ୟାପକ ଆନ୍ଦୋଳନ ଓ ଅଶାନ୍ତି ଯୋଗୁ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ନାଆମୀ ଡିଗ୍ରୀ କଲେଜକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ…

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?