ରାଜସ୍ବ କମିଶନରଙ୍କ ଦିଗପହଣ୍ଡି ଗସ୍ତ: ସଚେତନତା ରଥ ଉଦ୍‌ଘାଟନ, ଖଡ଼ିଛୁଆଁ କାର୍ଯ୍ୟକ୍ରମର କଲେ ଶୁଭାରମ୍ଭ

ଦିଗପହଣ୍ଡି,୨ା୪(ଅଶେଷ ନାଥ ମିଶ୍ର): ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ରୂପା ରୋସନ ସାହୁ ବୁଧବାର ଦିଗପହଣ୍ଡି ଗସ୍ତ କରି ଫେରିଛନ୍ତି। ସେ ଦିଗପହଣ୍ଡି ସହରର ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଦ୍ୟାଳୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ଗୋଷ୍ଠୀ ସଚେତନତା ରଥକୁ ପତାକା ଦେଖାଇ ଉଦଘାଟନ କରିଥିଲେ। ପରେ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବକୁ ଶୁଭାରମ୍ଭ କରିଛନ୍ତି। ପରେ ସେ ଦିଗପହଣ୍ଡି ବ୍ଲକ୍‌ ଆଙ୍କୋରଡ଼ା ପଞ୍ଚାୟତ ରାଜପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ପହଞ୍ଚି ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ୫ ଛାତ୍ରୀଛାତ୍ରଙ୍କୁ ଖଡ଼ି ଛୁଆଁଇଥିଲେ। କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ, ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, ବ୍ଲକ ଉପାଧ୍ୟକ୍ଷା ସୁକାନ୍ତି ପ୍ରଧାନ, ତହସିଲଦାର ସନ୍ତୋଷ ସାହୁ, ବିଡ଼ିଓ ସୁଶ୍ରୀ ଅନାମିକା ପାଣ୍ଡେ, ସିଡିପିଓ ପୁଷ୍ପାଞ୍ଜଳି ଶତପଥି, ବ୍ଲକ ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ତଥା ସହ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ବିଶ୍ରବା ପାଇକ, ରସାନନ୍ଦ ଘଡେଇ, ପ୍ରଧାନଶିକ୍ଷୟିତ୍ରୀ ମମତା ଦେବୀ, ଅନୀତା ପାତ୍ର, ଗୋଷ୍ଠୀ ସମ୍ବଳ ଶିକ୍ଷକ ସୁଶାନ୍ତ ପ୍ରଧାନ, ସିଆରସିସି ଅନିଲ କୁମାର ଦାସ, ସହକାରୀ ଶିକ୍ଷକ ଉପେନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ। ବ୍ଲକ ଅଧିନ ୮୮ ଟି ପ୍ରାଥମିକ, ୬୮ଟି ଉଚ୍ଚ ପ୍ରାଥମିକ ଏବଂ ୨୦ଟି ନୋଡାଲ ହାଇସ୍କୁଲରେ ବୁଧବାର ୫ ବର୍ଷରୁ ଊଦ୍ଧର୍‌ବ ପ୍ରାୟ ୧ ହଜାରରୁ ଉଦ୍ଧର୍‌ବଙ୍କ ପ୍ରଥମ ଶ୍ରେଣୀରେ ନାମ ଲେଖାଯାଇ ଖଡ଼ି ଛୁଆଁ କରାଯାଇଥିବା ଜଣାପଡ଼ିଛି। ପ୍ରତି ବିଦ୍ୟାଳୟ ସମ୍ମୁଖରେ ପୂର୍ଣ୍ଣକଳସ ରଖାଯାଇ ସାଜସଜ୍ଜା କରାଯାଇଥିଲା। ଅଭିଭାବକ ବୃନ୍ଦ ବିଦ୍ୟାଳୟରେ ପହଞ୍ଚି ସେମାନଙ୍କ ଶିଶୁ ମାନଙ୍କ ଖଡ଼ିଛୁଆଁ କାର୍ଯ୍ୟକ୍ରମରେ ସାମିଲ ଥିଲେ। ସେହିପରି ଦିଗପହଣ୍ଡି ବ୍ଲକ ଏମ. ବାସୁଦେବପୁର ହାଇସ୍କୁଲରେ ପ୍ରଧାନଶିକ୍ଷକ ସୁଦାମ ଦାସଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ବିଦ୍ୟାଳୟ ପ୍ରବେଶ ଉତ୍ସବ ଉପଲକ୍ଷେ ପ୍ରଥମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

ଭଞ୍ଜନଗରରେ ବଢୁଛି ଦୁର୍ଘଟଣା: ୪ ଘଣ୍ଟାରେ ୩ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର…

ଭଞ୍ଜନଗର, ୨୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ଦୁର୍ଘଟଣା ହାର ବଢ଼ିବାରେ ଲାଗିଛି। ମଙ୍ଗଳବାର ମାତ୍ର ୪ ଘଣ୍ଟା ମଧ୍ୟରେ ଘଟିଥିବା ତିନୋଟି ପୃଥକ ପୃଥକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri