Posted inରାଜ୍ୟ

ଟ୍ରାଫିକ୍‌ ପୋଲିସକୁ ରାଜସ୍ବ ଚିନ୍ତା: ୩୪ ଦିନରେ ୩୬ ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ୍‌,୪।୧: ବ୍ରହ୍ମପୁର ସହରର ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଗଠନ ହୋଇଛି ଟ୍ରାଫିକ ୟୁନିଟ୍‌। ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ବିଜ୍ଞପ୍ତି ଅନୁଯାୟୀ, ଗଠିତ ଟ୍ରାଫିକ୍‌ ୟୁନିଟର ମୂଳ ଲକ୍ଷ୍ୟ ଲୋକଙ୍କୁ ଏବଂ ଯାନବାହନ ଚାଳକଙ୍କୁ ଟ୍ରାଫିକ୍‌ ନିୟମ ସମ୍ପର୍କରେ ସଚେତନ କରିବା। ହେଲେ ଆଇନ ଉଲ୍ଲଂଘନକାରୀଙ୍କ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି ବୋଲି ଥାନା ଅଧିକାରୀ ସୁନୀଲ ବେହେରା ସୂଚନା ଦେଇଛନ୍ତି। କରୋନା କଟକଣା କୋହଳ ପରେ ହେଲ୍‌ମେଟ୍‌ ଯାଞ୍ଚ ସହିତ ଅମାନିଆଙ୍କ ଉପରେ କଡ଼ା ନଜର ରଖାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଡିସେମ୍ବର ୧ରୁ ନୂଆ ନିୟମ ଲାଗୁ ହୋଇଥିଲା। ହେଲ୍‌ମେଟ୍‌ ନ ପିନ୍ଧିଲେ ୧ ହଜାର ଟଙ୍କା ଜରିମାନା ଆଦାୟ କରିବାକୁ ନିୟମ କରାଯାଇଛି। ବାଇକ୍‌ ପଛରେ ବସିଥିବା ବ୍ୟକ୍ତି ମଧ୍ୟ ହେଲ୍‌ମେଟ୍‌ ପିନ୍ଧିବାକୁ ନିୟମ ହୋଇଛି। ସେହିପରି ୩ ମାସ ପର୍ଯ୍ୟନ୍ତ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ପାଇଁ ମଧ୍ୟ ପୋଲିସ ଆରଟିଓଙ୍କୁ ସୁପାରିସ କରିପାରିବ ବୋଲି ସେ କହିଛନ୍ତି। ଟ୍ରାଫିକ୍‌ ପୋଲିସ ପକ୍ଷରୁ ହସ୍ତଗତ ହୋଇଥିବା ରିପୋର୍ଟ ଅନୁସାରେ ଗତ ୩୪ ଦିନରେ ବ୍ରହ୍ମପୁର ଟ୍ରାଫିକ୍‌ ଥାନା ପକ୍ଷରୁ ୨୦୨୦ ଡିସେମ୍ବର ୧ରୁ ୨୦୨୧ ଜାନୁୟାରୀ ୩ ସୁଦ୍ଧା ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ନିକଟରୁ ପ୍ରାୟ ୩୬ ଲକ୍ଷ ଟଙ୍କାର ଜରିମାନା ଆଦାୟ କରାଯାଇଛି। ସେହିପରି ପ୍ରାୟ ୪୮୦ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ବାତିଲ (ରଦ୍ଦ) ପାଇଁ ଆରଟିଓଙ୍କୁ ସୁପାରିସ କରାଯାଇଛି। ୨୯ ଜଣ ନିଶାସକ୍ତ ଗାଡ଼ି ଚାଳକଙ୍କ ନାମରେ ମାମଲା ରୁଜୁ କରାଯାଇଛି ବୋଲି ଟ୍ରାଫିକ୍‌ ଥାନା ଅଧିକାରୀ ସୁନୀଲ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri