Posted inରାଜ୍ୟ

ଟ୍ରାଫିକ୍‌ ପୋଲିସକୁ ରାଜସ୍ବ ଚିନ୍ତା: ୩୪ ଦିନରେ ୩୬ ଲକ୍ଷ ଜରିମାନା ଆଦାୟ

ବ୍ରହ୍ମପୁର ଅଫିସ୍‌,୪।୧: ବ୍ରହ୍ମପୁର ସହରର ଟ୍ରାଫିକ୍‌ ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଗଠନ ହୋଇଛି ଟ୍ରାଫିକ ୟୁନିଟ୍‌। ସରକାରଙ୍କ ବାଣିଜ୍ୟ ଓ ପରିବହନ ବିଭାଗ ବିଜ୍ଞପ୍ତି ଅନୁଯାୟୀ, ଗଠିତ ଟ୍ରାଫିକ୍‌ ୟୁନିଟର ମୂଳ ଲକ୍ଷ୍ୟ ଲୋକଙ୍କୁ ଏବଂ ଯାନବାହନ ଚାଳକଙ୍କୁ ଟ୍ରାଫିକ୍‌ ନିୟମ ସମ୍ପର୍କରେ ସଚେତନ କରିବା। ହେଲେ ଆଇନ ଉଲ୍ଲଂଘନକାରୀଙ୍କ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଉଛି ବୋଲି ଥାନା ଅଧିକାରୀ ସୁନୀଲ ବେହେରା ସୂଚନା ଦେଇଛନ୍ତି। କରୋନା କଟକଣା କୋହଳ ପରେ ହେଲ୍‌ମେଟ୍‌ ଯାଞ୍ଚ ସହିତ ଅମାନିଆଙ୍କ ଉପରେ କଡ଼ା ନଜର ରଖାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଡିସେମ୍ବର ୧ରୁ ନୂଆ ନିୟମ ଲାଗୁ ହୋଇଥିଲା। ହେଲ୍‌ମେଟ୍‌ ନ ପିନ୍ଧିଲେ ୧ ହଜାର ଟଙ୍କା ଜରିମାନା ଆଦାୟ କରିବାକୁ ନିୟମ କରାଯାଇଛି। ବାଇକ୍‌ ପଛରେ ବସିଥିବା ବ୍ୟକ୍ତି ମଧ୍ୟ ହେଲ୍‌ମେଟ୍‌ ପିନ୍ଧିବାକୁ ନିୟମ ହୋଇଛି। ସେହିପରି ୩ ମାସ ପର୍ଯ୍ୟନ୍ତ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ ପାଇଁ ମଧ୍ୟ ପୋଲିସ ଆରଟିଓଙ୍କୁ ସୁପାରିସ କରିପାରିବ ବୋଲି ସେ କହିଛନ୍ତି। ଟ୍ରାଫିକ୍‌ ପୋଲିସ ପକ୍ଷରୁ ହସ୍ତଗତ ହୋଇଥିବା ରିପୋର୍ଟ ଅନୁସାରେ ଗତ ୩୪ ଦିନରେ ବ୍ରହ୍ମପୁର ଟ୍ରାଫିକ୍‌ ଥାନା ପକ୍ଷରୁ ୨୦୨୦ ଡିସେମ୍ବର ୧ରୁ ୨୦୨୧ ଜାନୁୟାରୀ ୩ ସୁଦ୍ଧା ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କ ନିକଟରୁ ପ୍ରାୟ ୩୬ ଲକ୍ଷ ଟଙ୍କାର ଜରିମାନା ଆଦାୟ କରାଯାଇଛି। ସେହିପରି ପ୍ରାୟ ୪୮୦ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍‌) ବାତିଲ (ରଦ୍ଦ) ପାଇଁ ଆରଟିଓଙ୍କୁ ସୁପାରିସ କରାଯାଇଛି। ୨୯ ଜଣ ନିଶାସକ୍ତ ଗାଡ଼ି ଚାଳକଙ୍କ ନାମରେ ମାମଲା ରୁଜୁ କରାଯାଇଛି ବୋଲି ଟ୍ରାଫିକ୍‌ ଥାନା ଅଧିକାରୀ ସୁନୀଲ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ଟିକେଟକୁ ନେଇ କଂଗ୍ରେସ ଭବନରେ ଅସନ୍ତୁଷ୍ଟଙ୍କ ହୋହଲ୍ଲା

ଭୁବନେଶ୍ୱର, ୨୩।୪(ସୁନିତ୍‌ ମିଶ୍ର):ସବୁ ରାଜନୈତିକ ଦଳରେ ବର୍ତ୍ତମାନ ଟିକେଟ ବଣ୍ଟାକୁ ନେଇ ଗଣ୍ଡଗୋଳିଆ ପରିସ୍ଥିତି ଲାଗି ରହିଛି। କଂଗ୍ରେସରେ ଟିକେଟ ବଣ୍ଟନ ନେଇ ସୋମବାର ଦଳୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri