ବିପଜ୍ଜନକ ସ୍ଥିତିରେ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ

ଧରାକୋଟ,୧୩।୬(ଡି.ଏନ୍‌.ଏ.): ଧରାକୋଟ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ପ୍ରତି ବିପଜ୍ଜନକ ସ୍ଥିତିରେ ପହଞ୍ଚତ୍ଛି । ବହୁଦିନ ପୂର୍ବରୁ ଏହା ନିର୍ମିତ ହୋଇଥିଲା। ବର୍ତ୍ତମାନ ଅଫିସ୍‌ ଛାତରୁ ପାଣି ଗଳୁଥିବାବେଳେ କବାଟ, ଝରକା ନଷ୍ଟ ହୋଇଗଲାଣି। ଏପରିକି ଚଟାଣ ମଧ୍ୟ ନଷ୍ଟ ହୋଇଗଲାଣି। ଗତ ଫାଇଲିନ ବାତ୍ୟାରେ ପାଚେରି କାନ୍ଥ ଭାଙ୍ଗି ଯାଇଛି । ଫଳରେ ବୁଲା ଗୋରୁ କୁକୁର ଅବାଧରେ ଭିତରକୁ ପଶୁଛନ୍ତି। ଏପରିକି ସାମ୍‌ନା ପଟର ଗ୍ରୀଲ ନଷ୍ଟ ହୋଇ ଯାଇଥିବା ଯୋଗୁ ରାତିରେ ଏଠାରେ ମଦ୍ୟପାନ କରିବା ପାଇଁ ଅସାମାଜିକମାନେ ଆଡ୍ଡା ଜମାଉଛନ୍ତି। ଧରାକୋଟ ରାଜସ୍ବ ସର୍କଲ ଅଧୀନରେ ୨୮ ରାଜସ୍ବ ଗ୍ରାମ ରହିଛି। ପ୍ରତିଦିନ ଏଠାକୁ ସଂଖ୍ୟାଧିକ ଲୋକ ଜମିଜମା କାର୍ଯ୍ୟ, ଛାତ୍ରୀଛାତ୍ରମାନେ ବିଭିନ୍ନ ପ୍ରମାଣ ପତ୍ର ପାଇଁ ଆସିଥା’ନ୍ତି। କାର୍ଯ୍ୟାଳୟର ଅବସ୍ଥା ଏପରି ହୋଇଛି ଯେ, ବର୍ଷା ପାଣି ଭିଜି ରେକର୍ଡ଼ ସବୁ ନଷ୍ଟ ହୋଇଯାଇଛି। ଏଣୁ ବାରମ୍ବାର କର୍ମଚାରୀମାନେ ତହସିଲ କାର୍ଯ୍ୟାଳୟକୁ ରେକର୍ଡ ଦେଖିବାକୁ ପଡୁଥିବାରୁ ସମୟ ନଷ୍ଟ ହେଉଛି। କୋଠାର ଏହିପରି ସ୍ଥିତି ସମ୍ପର୍କରେ ବାରମ୍ବାର ବିଭାଗୀୟ ଉଚ୍ଚ ପଦାଧିକାରୀଙ୍କୁ ଚିଠି ଲେଖାଯାଇଥିଲେ ମଧ୍ୟ ଫଳ ଶୂନ। ବିପଜ୍ଜନକ କୋଠା କେଉଁଦିନ ଭୁଶୁଡ଼ି ଧନ ଜୀବନ ନଷ୍ଟ ହେବ କହିହେଉ ନାହିଁ। ଏଣୁ ଗ୍ରାମ୍ୟ ନିର୍ମାଣ ବିଭାଗ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ନୂତନ କୋଠା ନିର୍ମାଣ ପାଇଁ ଦାବି ହେଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri