ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଆକାଶମାର୍ଗରୁ ବନ୍ୟା ସମୀକ୍ଷା କରିଛନ୍ତି । ତେବେ ବନ୍ୟା କ୍ଷତିର ଆକଳନ ଆରମ୍ଭ ହୋଇଯାଇଛି ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ।
ମନ୍ତ୍ରୀଙ୍କ କହିବା ଅନୁସାରେ, ସଂପୂର୍ଣ୍ଣ ପାଣି ନିଷ୍କାସନ ହୋଇଥିବା ସ୍ଥାନରେ ଆକଳନ ଆରମ୍ଭ ହୋଇଛି । କୃଷି ଓ ରାଜସ୍ବ ବିଭାଗ କର୍ମଚାରୀ କ୍ଷୟକ୍ଷତି ଆକଳନରେ ନିୟୋଜିତ ହୋଇଛନ୍ତି । ସଂପୂର୍ଣ୍ଣ ଘର ଭାଙ୍ଗିଥିଲେ ୧ ଲକ୍ଷ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ମିଳିବ । ଆଂଶିକ କଚ୍ଚା ଘର ଭାଙ୍ଗିଥିଲେ ୪ ହଜାର, କୁଡ଼ିଆ ଭାଙ୍ଗିଥିଲେ ୮ ହଜାର ମିଳିବ ।
ସେହିପରି ଫସଲ ହାନୀ ପାଇଁ ହେକ୍ଟର ପିଛା ୮୫୦୦ ଟଙ୍କା ମିଳିବ । ମୋଟ୍ ୨୨ ଜିଲାର ୮୫ ବ୍ଲକ, ୧୪୫୮ ଗାଁ ପ୍ରଭାବିତ ହୋଇଛି । ୮ ଲକ୍ଷ ୬୩ ହଜାର ୯୦୯ ଜଣ ପ୍ରଭାବିତ ହୋଇଥିବା ନେଇ ରାଜସ୍ବ ମନ୍ତ୍ରୀ ସୂଚନା ଦେଇଛନ୍ତି ।