ବନ୍ୟା ବିପନ୍ନଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ, ମିଳିବ…

ଭୂବନେଶ୍ୱର,୩୧।୭: ବନ୍ୟାସ୍ଥିତିର ସମୀକ୍ଷା ପରେ ରାଜସ୍ବ ମନ୍ତ୍ରୀ ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀରେ ବନ୍ୟା ଜଳ ବଢୁଥିବା ଗଣମାଧ୍ୟମ ଆଗରେ ମନ୍ତ୍ରୀ ପ୍ରକାଶ କରିଛନ୍ତି। କେବଳ ମହାନଦୀକୁ ଛାଡ଼ିଦେଲେ ବାକି ସବୁ ନଦୀ ବିପଦ ସଙ୍କେତ ତଳେ ଥିବା ସେ କହିଛନ୍ତି।

ଏବେ ମହାନଦୀରେ ୮ ଲକ୍ଷ ୬୫ ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ଏନେଇ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଏବଂ କଟକ ଜିଲାକୁ ଆଲର୍ଟ କରାଯାଇଛି। ଯାଜପୁରରେ ସର୍ବାଧିକ ଘାଇ ସୃଷ୍ଟି ହୋଇଥିବା ରାଜସ୍ବ ମନ୍ତ୍ରୀ କହିବା ସହ ଶୁକ୍ରବାର ବିଭିନ୍ନ ସ୍ଥାନରେ ପାଗ ପ୍ରାୟତଃ ଶୁଖିଲା ଅଛି। କାଲି ବି ୨ରୁ ୩ ଜିଲାରେ ଅଳ୍ପ ବର୍ଷା ହେବ। ତେଣୁ ଆସନ୍ତା ୨୪ ଘଣ୍ଟାରେ ସ୍ଥିତିରେ ଅନେକ ସୁଧାର ଆସିବ ବୋଳି ସେ ଆଶା ବ୍ୟକ୍ତ କରିଛନ୍ତି।

ବନ୍ୟା ପାଣି କମିବା ପର୍ଯ୍ୟନ୍ତ ଲୋକଙ୍କୁ ଶୁଖିଲା ଓ ରନ୍ଧା ଖାଦ୍ୟ ଦିଆଯିବ ବୋଲି ମନ୍ତ୍ରୀ ଘୋଷଣା କରିଛନ୍ତି। କ୍ଷୟକ୍ଷତି ରିପୋର୍ଟ ଆସିଲେ ତୁରନ୍ତ କ୍ଷତିପୂରଣ ଦିଆଯିବ। ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ସରକାରଙ୍କୁ ସହଯୋଗ କରିବକେ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

‘ଭଞ୍ଜ ସାହିତ୍ୟର ସୃଜନଶୀଳତାକୁ ନେଇ ଚିନ୍ତନର ଆବଶ୍ୟକତା ରହିଛି’

ଭଞ୍ଜନଗର,୩୧ା୭(ବାବୁଲା ପ୍ରଧାନ): ଓଡ଼ିଆ ସାହିତ୍ୟ ଜଗତର ଅମର ସ୍ରଷ୍ଟା କବିସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କ ସାହିତ୍ୟ ଓ ସୃଜନଶୀଳତାକୁ ନେଇ ଗଭୀର ଆଲୋଚନା ଓ ଚିନ୍ତନର ଆବଶ୍ୟକତା ରହିଛି।…

ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ…

‘ଆମ ପାଖରେ ଧୋନି ନାହାଁନ୍ତି,’ ଇଂଲଣ୍ଡ ପ୍ରଶିକ୍ଷକ ହେବା ପରେ ଷ୍ଟିଫେନ ଫ୍ଲେମିଂଙ୍କୁ ‘ଚେତାବନୀ’ ମିଳିଛି

ନୂଆଦିଲ୍ଲୀ,୩୧।୭: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ ସହିତ ଦୀର୍ଘ ସମୟ ଧରି କାର୍ଯ୍ୟ କରିଥିବା ଷ୍ଟିଫେନ ଫ୍ଲେମିଂଙ୍କୁ ଏବେ ଇଂଲଣ୍ଡ ଟେଷ୍ଟ ଦଳର ପ୍ରଶିକ୍ଷକ ନିଯୁକ୍ତ କରାଯାଇଛି।…

ସାଧୁ ବେଶରେ ସଂସଦ ଆସିଲେ ପପ୍ପୁ ଯାଦବ, ଦାନ ଦେଲେ ଏମପି

ପାଟନା,୩୧।୭: ବିହାର ପୁର୍ନିଆର ଏମପି ପପ୍ପୁ ଯାଦବ ଅଯୋଧ୍ୟା ରାମ ମନ୍ଦିର ଚାନ୍ଦା ସଂଗ୍ରହରେ କଥିତ ଅନିୟମିତତା ପ୍ରସଙ୍ଗକୁ ନେଇ ସଂସଦ ପରିସରରେ ପ୍ରତିବାଦ କରିଛନ୍ତି ।…

ବସ୍‌ ଷ୍ଟପ ଅଛି, ବସ୍‌ ଆସୁନାହିଁ: ମୁଖ୍ୟମନ୍ତ୍ରୀ ବସ୍‌ ସେବାରୁ ବଞ୍ଚିତ ଅଞ୍ଚଳବାସୀ

ଅମରପାଲି,୩୧ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତର ସୀମାବର୍ତ୍ତୀ ଉପାନ୍ତ ଗ୍ରାମ ସାହାଜଲଥାରେ ସରକାରୀ ଖର୍ଚ୍ଚରେ ଯାତ୍ରୀ ପ୍ରତୀକ୍ଷାଳୟ (ବସ୍‌ ଷ୍ଟପ୍‌) ନିର୍ମାଣ ହୋଇଥିଲେ…

ଭୀମଭୋଇ ସାମର୍ଥ୍ୟ ଶିବିର: ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

କର୍ଲାମୁଣ୍ଡା,୩୧।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କାର୍ଯ୍ୟାଳୟରେ ବ୍ଳକସ୍ତରୀୟ ଭୀମଭୋଇ ସାମର୍ଥ୍ୟ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri