Odisha Floods: ବନ୍ୟା ସ୍ଥିତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, କହିଲେ ଏହି ଜିଲାକୁ…

ଭୁବନେଶ୍ୱର,୩୧ା୭: ଓଡ଼ିଶାରେ ଲାଗି ରହିଥିବା ବର୍ଷା ଓ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ନେଇ ଲୋକ ସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ବନ୍ୟା ପ୍ରଭାବିତ ଜିଲାପାଳମାନଙ୍କ ସହ ମନ୍ତ୍ରୀ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଏସ୍‌ଆର୍‌ସି, ପାଣିପାଗ ବିଜ୍ଞାନ କେନ୍ଦ୍ର ଏବଂ ଜଳସମ୍ପଦ ବିଭାଗ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଛନ୍ତି। ହୀରାକୁଦ ପୁଣି ୧୦ଟି ଗେଟ୍‌ ଖୋଲିଥିବା କହିଛନ୍ତି ମନ୍ତ୍ରୀ। ତେବେ ଆଉ ୧୨ଟି ଗେଟ୍‌ ଖୋଲିବା ପାଇଁ ଯୋଜନା ଚାଲିଛି। ଏବେ ମହାନଦୀରେ ୮ ଲକ୍ଷ ୬୫ ହଜାର କ୍ୟୁସେକ୍‌ ଜଳ ପ୍ରବାହିତ ହେଉଥିବାବେଳେ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ଜିଲାକୁ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍  ଏବଂ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖାଯାଇଛି। ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ଏବଂ ସେମାନଙ୍କ ପାଇଁ ଶୁଖିଲା ଖାଦ୍ୟ ଓ ପାନୀୟ ଜଳର ବ୍ୟବସ୍ଥା କରିବାକୁ ଜିଲାପାଳମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦଧିବାମନ ମନ୍ଦିରରେ ଲାଗି ହେଲା ନବାନ୍ନ, ଇଷ୍ଟ ଦେବୀଙ୍କ ପାଖରେ ଅର୍ପଣ କରି…

ଭବାନୀପାଟଣା,୧୫।୯ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ସହରର ସର୍ବ ପୁରାତନ ଦଧିବାମନ ଜୀଉଙ୍କ ମନ୍ଦିରରେ ନବାନ୍ନ ଲାଗି ହୋଇଛି । ପୂର୍ବ ନିର୍ଦ୍ଧାରିତ ଲଗ୍ନ…

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

୮ ମାସର ସର୍ବୋଚ୍ଚ ସ୍ତରରେ ଖୁଚୁରା ମୁଦ୍ରାସ୍ଫୀତି, ଅସହ୍ୟ ହୋଇପାରେ ମହଙ୍ଗା ମାଡ଼

ନୂଆଦିଲ୍ଲୀ,୧୫।୯: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରେ ଦେଶରେ ସାଧାରଣ ଜନତାଙ୍କ ଉପରେ ପଡ଼ିଥିବା ମହଙ୍ଗା ମାଡ଼ ଆଗକୁ ଆହୁରି ଉତ୍କଟ ହେବା ଆଶଙ୍କା ବଢ଼ାଇଛି ।…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

ଫାଳିକିଆ ଆଇନ

ସଶସ୍ତ୍ର ଦୁର୍ବୃତ୍ତମାନେ ସେପ୍ଟେମ୍ବର ୧୩ରେ ମଣିପୁରର ତାମେଙ୍ଗଲଙ୍ଗ ଜିଲାରେ ଦୁଇଟି ପୃଥକ୍‌ ସ୍ଥାନରେ ଆକ୍ରମଣ କରିବାରୁ ଜଣେ ୬ ବର୍ଷର ଶିଶୁ ଆହତ ହେବା ସହ ୪…

ସରକାରୀ ଖର୍ଚ୍ଚର ହିସାବ ଦେଉନାହାନ୍ତି ବିଭାଗ, ବକେୟା ୨୫,୯୩୮ କୋଟିର ୟୁସି

ଭୁବନେଶ୍ୱର,୧୫।୯(ରବିନାରାୟଣ ଜେନା): ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୀବ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରୁ ମିଳିଥିବା ତଥ୍ୟ ଅନୁଯାୟୀ, ବିଭିନ୍ନ ବିଭାଗ…

ଓଡ଼ିଶାରେ କମୁଛି ବର୍ଷା; ଏହା ତାରିଖରୁ ଫେରିଯିବ ମୌସୁମୀ

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ରାଜ୍ୟରେ ଧୀରେ ଧୀରେ କମୁଛି ବର୍ଷା । ଉତ୍ତର-ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି…

ଆକାଶରେ ଦେଖାଗଲା ବିରଳ ମହାଜାଗତିକ ଦୃଶ୍ୟ: ଚନ୍ଦ୍ର ପଛରେ…

ଭୁବନେଶ୍ୱର,୧୫।୯(ବନ୍ଦନା ସେଠୀ): ଆକାଶରେ ସୋମବାର ଏକ ବିରଳ ମହାଜାଗତିକ ଘଟଣା ଦେଖିବାକୁ ମିଳିଛି। ପୃଥିବୀ ଏବଂ ଶୁକ୍ର ଗ୍ରହ ମଧ୍ୟରେ ଚନ୍ଦ୍ର ଆସିଯିବା ଫଳରେ କିଛି ସମୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?