Odisha Floods: ବନ୍ୟା ସ୍ଥିତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, କହିଲେ ଏହି ଜିଲାକୁ…

ଭୁବନେଶ୍ୱର,୩୧ା୭: ଓଡ଼ିଶାରେ ଲାଗି ରହିଥିବା ବର୍ଷା ଓ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ନେଇ ଲୋକ ସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ବନ୍ୟା ପ୍ରଭାବିତ ଜିଲାପାଳମାନଙ୍କ ସହ ମନ୍ତ୍ରୀ ଆଲୋଚନା କରିଛନ୍ତି। ଏହି ବୈଠକରେ ରାଜସ୍ବ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଏସ୍‌ଆର୍‌ସି, ପାଣିପାଗ ବିଜ୍ଞାନ କେନ୍ଦ୍ର ଏବଂ ଜଳସମ୍ପଦ ବିଭାଗ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହିଛନ୍ତି। ହୀରାକୁଦ ପୁଣି ୧୦ଟି ଗେଟ୍‌ ଖୋଲିଥିବା କହିଛନ୍ତି ମନ୍ତ୍ରୀ। ତେବେ ଆଉ ୧୨ଟି ଗେଟ୍‌ ଖୋଲିବା ପାଇଁ ଯୋଜନା ଚାଲିଛି। ଏବେ ମହାନଦୀରେ ୮ ଲକ୍ଷ ୬୫ ହଜାର କ୍ୟୁସେକ୍‌ ଜଳ ପ୍ରବାହିତ ହେଉଥିବାବେଳେ ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ ଜିଲାକୁ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।

ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍  ଏବଂ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖାଯାଇଛି। ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ଏବଂ ସେମାନଙ୍କ ପାଇଁ ଶୁଖିଲା ଖାଦ୍ୟ ଓ ପାନୀୟ ଜଳର ବ୍ୟବସ୍ଥା କରିବାକୁ ଜିଲାପାଳମାନଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲେ ଭାଜପା ମଣ୍ଡଳ କର୍ମକର୍ତ୍ତା: ଭୁଶୁଡ଼ିଛି ଅନେକ ଘରର କାନ୍ଥ,

ଦାରିଙ୍ଗବାଡ଼ି, ୩୦।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ଆକଳନ ଓ ସ୍ଥିତି…

ଭୂସ୍ଖଳନରେ ମା‘-ବାପାଙ୍କ ସହ ଚାଲିଗଲା ୭ ମାସ ଶିଶୁପୁତ୍ରର ଜୀବନ

ରାଇକିଆ, ୩୦।୧୦ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ମାଣିକେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଡାଙ୍ଗେସି ଗ୍ରାମରେ ଘଟିଥିବା ଭୂସ୍ଖଳନରେ ନିଖୋଜ ଥିବା ଗୋଟିଏ ପରିବାରର ତିନିଜଣଙ୍କ…

ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା: ଭୁଲିଗଲେ ୧୫ ବର୍ଷର ବୈବାହିକ ସମ୍ପର୍କ

କୋରାପୁଟ, ୩୦।୧୦ (ଅମିତାଭ ବେହେରା): ସାମାନ୍ୟ ତରକାରୀକୁ ନେଇ ଘରୋଇ କଳହର କରୁଣ ପରିଣତି। ରାଗରେ ଅନ୍ଧ ହୋଇ ୧୫ ବର୍ଷର ବୈବାହିକ ସମ୍ପର୍କକୁ ଭୁଲିଗଲେ ସ୍ୱାମୀ।…

ବିପନ୍ନଙ୍କ ନିକଟରେ ପହଞ୍ଚିନି ପ୍ରଶାସନ, ଭୋକ ଉପାସରେ ଛଟପଟ ହୋଇ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ

ପୁରୁଷୋତ୍ତମପୁର,୩୦ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଋଷିକୂଲ୍ୟା ନଦୀରେ ଭୟଙ୍କର ବନ୍ୟାରେ କୂଳ ଲଂଘି ଗାଁଠୁ ସହର ସବୁଠି ପଶିଛି ବନ୍ୟାଜଳ। ଭାଙ୍ଗିଛି…

ଗଞ୍ଜାମ ବ୍ଲକର ଅନେକ ଗାଁ ଜଳବନ୍ଦୀ, ବନ୍ୟାଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ

ଗଞ୍ଜାମ,୩୦ା୧୦(ଅନାଥ ତରାଇ): ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଲଗାଣ ବର୍ଷା ଓ ଋଷିକୂଲ୍ୟା ନଦୀର ବନ୍ୟାଜଳ ଯୋଗୁ ଗଞ୍ଜାମ ବ୍ଲକ୍‌ର ଅନେକ ଗାଁ ଜଳବନ୍ଦୀ ହୋଇପଡ଼ିଛି। ୟୁଡ଼ିଏସପୁର, ବରପଲ୍ଲୀ…

ଫିଲିପ୍ସଙ୍କ ଚମତ୍କାର ଶତକ: ଭାରତ ଆଗରେ ବିଶାଳ ଟାର୍ଗେଟ୍‌

ଅକଲାଣ୍ଡ,୩୦।୧୦: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଚତୁର୍ଥ ମୁକାବିଲା ଆଜି ଅକଲାଣ୍ଡର ଇଡେନ ପାର୍କରେ ଖେଳାଯାଉଛି। ଏହି ମ୍ୟାଚ୍‌ର ଭାରତୀୟ…

ସମ୍ବଲପୁର ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କୁ ଛୁରାମାଡ଼, ଅଭିଯୁକ୍ତ ଅଟକ

ସମ୍ବଲପୁର,୩୦ା୧୦(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟର ରାସାୟନିକ ବିଜ୍ଞାନ ବିଭାଗର ବିଭାଗୀୟ ମୁଖ୍ୟ ତଥା(ଏଚ୍‌ଓଡି) ପ୍ରଫେସର ସତ୍ୟନାରାୟଣ ସାହୁଙ୍କୁ ଜଣେ ଅବସରପ୍ରାପ୍ତ ସୁଇପର ଆକ୍ରମଣ କରିଛନ୍ତି। ଫଳରେ ସେ…

ଅଧାରେ ରହିଲା ଜଗା ଦର୍ଶନ, ବଡ଼ଦାଣ୍ଡରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ଭକ୍ତ, ଆଉ ତା’ ପରେ…

ପୁରୀ,୩୦ା୧୦(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବାକୁ ଆସିଥିବା ଜଣେ ଭକ୍ତଙ୍କର ପୁରୀରେ ଦେହାନ୍ତ ହୋଇଛି। ମନ୍ଦିରରେ ଦର୍ଶନ ପାଇଁ ବ୍ୟାରିକେଡ୍‌ ବାହାରେ ଅପେକ୍ଷା କରିଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?