ବାମରା ତହସିଲଦାରଙ୍କୁ ନେଇ ଏମିତି କହିଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୧୩।୯: ବାମରା ତହସିଲଦାରଙ୍କୁ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ସୂଚନା। ମନ୍ତ୍ରୀ ପୂଜାରୀ କହିଛନ୍ତି, ଆଜି କିମ୍ବା କାଲି ଭିତରେ ନିଲମ୍ବିତ ହେବେ।୧୫ ହଜାର ଲାଞ୍ଚ ନେବାବେଳେ ବାମରା ତହସିଲଦାର ଅଶ୍ବିନ ପଣ୍ଡାଙ୍କୁ ଧରିଥିଲା ଭିଜିଲାନ୍ସ।

ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୧୯ରେ ଟପ୍ପର ହୋଇଥିବା ଅଶ୍ୱିନୀ କୁମାର ପଣ୍ଡା ଶୁକ୍ରବାର ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଛନ୍ତି। ସେ ଏବେ ସମ୍ବଲପୁର ଜିଲା ବାମରା ତହସିଲଦାର ଭାବେ କାର୍ଯ୍ୟରତ ଅଛନ୍ତି। ଚାଷଜମିର କିସମ ପରିବର୍ତ୍ତନ ପାଇଁ ଜଣେ ବ୍ୟକ୍ତିଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଅଭିଯୋଗକାରୀଙ୍କଠାରୁ ଅଶ୍ୱିନୀଙ୍କ ପାଇଁ ଲାଞ୍ଚ ନେଉଥିବାବେଳେ ତାଙ୍କ ଅଫିସ ଡ୍ରାଇଭର ପି. ପ୍ରବୀନ କୁମାରଙ୍କୁ ମଧ୍ୟ ଭିଜିଲାନ୍ସ ଗିରଫ କରିଛି। ଅଭିଯୁକ୍ତଦ୍ୱୟଙ୍କୁ ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ଉଭୟଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri