‘ବଡ଼ ଅଟ୍ଟାଳିକାରୁ ହିଁ ଆରମ୍ଭ ହେବ ଉଚ୍ଛେଦ, ଶେଷ ହେବ ମାଫିଆଙ୍କ ଯୁଗ’

ବରଗଡ଼,୧୩ା୭(ପ୍ରେମାନନ୍ଦ ଖମାରୀ): ରାଜସ୍ବ ଓ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ବରଗଡ଼ ଗସ୍ତରେ ଆସିଥିବା ବେଳେ ଗଣମାଧ୍ୟମ ପ୍ରତିନିଧିମାନେ ସହରସ୍ଥିତ ଲେଙ୍ଗୁ ମିଶ୍ରଛକଠାରୁ ପୁରୁଣା ଜିରା ବ୍ରିଜ୍‌ ରାସ୍ତାପାର୍ଶ୍ୱ ଜବରଦଖଲ ପ୍ରସଙ୍ଗ ସହିତ ବାଲି ଓ ଖଣି ମାଫିଆଙ୍କ ଦୌରାତ୍ମ୍ୟ ନେଇ ଦୃଷ୍ଟି ଆକର୍ଷଣ କରିଥିଲେ। ମନ୍ତ୍ରୀ ଜବରଦଖଲ ପ୍ରସଙ୍ଗକୁ ନେଇ କହିଥିଲେ, ରାଜ୍ୟ ସରକାର ଇତିମଧ୍ୟରେ ଜବରଦଖଲ ଉଚ୍ଛେଦ ପାଇଁ ନିର୍ଦ୍ଦେଶନାମା ଜାରି କରିସାରିଛନ୍ତି। ତେବେ ଯେଉଁ ଗରିବ ଲୋକ ଯାହା ଘରଡିହ ନାହିଁ ସେଭଳି ଯଦି କେହି ଅଳ୍ପ କିଛି ଜମିରେ ଘରଡିହ କରିଛି ତାହା ନୁହେଁ, ଶହଶହ ସରକାରୀ ଜମି ଜବରଦଖଲ କରିଛନ୍ତି, ଜବରଦଖଲ ଜମିକୁ ଭଡ଼ାରେ ଦେଇଛନ୍ତି ଏବଂ ସରକାରଙ୍କ ରାଜସ୍ବ ହାନି ଘଟୁଛି ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ଏବଂ ଜବରଦଖଲରେ ରହିଥିବା ସୁଉଚ୍ଚ ଅଟ୍ଟାଳିକାରୁ ହିଁ ଉଚ୍ଛେଦ ଆରମ୍ଭ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ସେହିପରି ଖଣି, ବାଲି ଚୋରି ଉପରେ ଲଗାମ ଲଗାଇବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ ସୂଚନା ଦେଇଥିଲେ। ଖଣି, ରାଜସ୍ବ, ଜଳସମ୍ପଦ ଓ ଜଙ୍ଗଲ ବିଭାଗ ମଧ୍ୟରେ ସେନେଇ ବିଚାର ବିମର୍ଷ ଚାଲିଛି। ଆଗାମୀ ଦିନରେ ଖଣି, ବାଲି ମାଫିଆଙ୍କ ଯୁଗ ଶେଷ ହେବ ବୋଲି ପୂଜାରୀ ବଡ଼ ବୟାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri