ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ: ୫ ବର୍ଷ ପରେ ରାଜ୍ୟରେ…

ଭବାନୀପାଟଣା,୧୪ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରସ୍ଥିତ ଭାଗିରଥି ଇନ୍‌ ଠାରେ ବୁଧବାର ଅପରାହ୍ନରେ ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼ିଶା ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଯୋଗଦେଇଥିଲେ। ଭାଜପା ସରକାର ଓଡ଼ିଶାରେ ଆସିବା ପରେ ରାଜ୍ୟର ଅନ୍ନଦାତା, ମହିଳା କଲ୍ୟାଣ, ଯୁବଗୋଷ୍ଠୀ,ଗରିବୀ ଇତ୍ୟାଦିକୁ ଗୁରୁତ୍ୱ ଦେଇଛି। ବିଗତ ସରକାରଙ୍କ ବଜେଟ୍‌ଠାରୁ ଭାଜପା ସରକାର ବିଜେଟ୍‌ ୨୪ ଶତକଡ଼ା ଅଧିକ ରହିଛି। କୃଷିକ୍ଷେତ୍ରରେ ହେଉ ଅବା ମହିଳା, ଯୁବ ବର୍ଗ, ସ୍ବାସ୍ଥ୍ୟକ୍ଷେତ୍ରରେ ଉନ୍ନତି ପାଇଁ ପୂର୍ବ ସରକାରଠାରୁ ଅଧିକ ବଜେଟ୍‌ ରଖିଛି। ସେହିପରି ଆସନ୍ତା ୫ ବର୍ଷ ମଧ୍ୟରେ ରାଜ୍ୟରେ କେହି ଭୂମିହୀନ କିମ୍ବା ବାସହୀନ ପରିବାର ନ ଥିବେ ବୋଲି ରାଜସ୍ବ ବିଭାଗ ନିଷ୍ପତ୍ତି ନେଇଥିବା ମନ୍ତ୍ରୀ ପ୍ରକାଶ କରିଛନ୍ତି। ଗ୍ରାମାଞ୍ଚଳ ଓ ସହରାଞ୍ଚଳର ସରକାରୀ ସ୍ଥାନରେ ବସବାସ କରୁଥିବା ଗରିବ ଲୋକଙ୍କୁ ୪ ଡେସିମିଲି ଜାଗା ପ୍ରଦାନ କରାଯିବା ସହ ପ୍ରଧାନମନ୍ତ୍ରୀ ଆବାସ ସମେତ ବିଦ୍ୟୁତ ପାନୀୟ ଜଳ,ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ୍‌ ଆଦି ଯୋଜନାରେ ସେମାନଙ୍କୁ ଅର୍ନ୍ତଭୁକ୍ତ କରାଯିବ।
ସେହିପରି ଜଙ୍ଗଲରେ ରହୁଥିବା ଆଦିବାସୀଙ୍କୁ ମଧ୍ୟ ଜଙ୍ଗଲ କିସମର ଜମି ପଟ୍ଟା ପ୍ରଦାନ କରାଯିବ। ବର୍ତ୍ତମାନ ହୀରାକୁଦ ବନ୍ଦର ବାସଚ୍ୟୁତ ହେଉଥିବା ଲୋକଙ୍କୁ ଖୋଜାଚାଲିଛି। ସେମାନଙ୍କୁ ୧୦ ଡେସିମିଲି ଜାଗା ପ୍ରଦାନ କରାଯିବ। ନିର୍ବାଚନ ପୂର୍ବରୁ ଭାଜପା ଯାହା ଇସ୍ତାହାର ଆଣିଥିଲା, ତାହା ବର୍ତ୍ତମାନ ପୂରଣ କରି ଚାଲିଛି। ଏଥିରେ ଧାନ କୁଇଣ୍ଟାଲ ପିଛା ୩୧୦୦ କିଣା, ସୋଭାଗ୍ୟ ଯୋଜନାରେ ପ୍ରତି ମହିଳାଙ୍କୁ ୫୦ ହଜାର ଲେଖାଏ କୁପନ୍‌,ରତ୍ନଭଣ୍ଡାର ଖୋଲା,ଭକ୍ତ ଓ ଭଗବାନ ମଧ୍ୟରେ ପାଚେରୀ ନ ହେବା ପାଇଁ ଚାରିଦ୍ୱାର ଖୋଲା ହେବା, ଆୟୁଷ୍ମାନ ଭାରତ, ସିଏମ୍‌ କିଷାନ ଯୋଜନା ଉପରେ କହିବା ସହ ମୋହନ ସରକାର ଲୋକଙ୍କ ସରକାର ବୋଲି କହିଥିଲେ।
ଅନ୍ୟପକ୍ଷରେ ଜୁନାଗଡ଼ ତହସିଲରେ ହୋଇଥିବା ଏସ୍‌ସି,ଏସ୍‌ଟି ଜମି କେଲେଙ୍କାରୀର ତଦନ୍ତ କରାଯିବ ବୋଲି ମନ୍ତ୍ରୀ ନିଜ ଆଡୁ କହିଥିଲେ। ‘ଧରିତ୍ରୀ’ରେ ଏ ସମ୍ପର୍କରେ ଖବର ପ୍ରକାଶିତ ପରେ ଜିଲାପାଳଙ୍କୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ଗଣମାଧ୍ୟମ ଆଗରେ ସେ ସୂଚନା ଦେଇଥିଲେ। ଏହି ଜମି ଘୋଟାଲାରେ ଜୁନାଗଡ଼ର ଗୋଟିଏ ପରିବାରର ହାତ ରହିଥିବା ବେଳେ ୩ ଉପଜିଲାପାଳଙ୍କ ସମୟରେ ଏହା ହୋଇଥିବା କହିଥିଲେ। ଜିଲାପାଳଙ୍କ ତଦନ୍ତ ପରେ ଏହି ଘଟଣାରେ ସାମିଲ ଥିବା ବ୍ୟକ୍ତିଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଥିଲେ। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ କଳାହାଣ୍ଡି ଏମ୍‌ପି ମାଳବିକା କେଶରୀ ଦେଓ, ଧର୍ମଗଡ଼ ବିଧାୟକ ସୁଧୀର ପଟ୍ଟଯୋଷୀ,ଜିଲା ଭାଜପା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର,ପୂବର୍ର୍ତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର, ପୂର୍ବତନ ଜିଲା ସଭାପତି ଦେବେନ୍ଦ୍ର ମହାନ୍ତି,ଭବେନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri