ଅଗଷ୍ଟ ୧୧ରୁ ସମୂହ ଛୁଟିରେ ଯିବେ ରାଜସ୍ବ ଅମଲା

ବଲାଙ୍ଗିର ୧୧।୮(ସୁଶାନ୍ତ ବାରିକ) : ବହୁ ପ୍ରତୀକ୍ଷିତ ଦଶ ଦଫା ଦାବି ପୁରଣ କରିବାରେ ରାଜ୍ୟ ସରକାରଙ୍କ ସହ ଆଲୋଚନା ବିଫଳ ହେବା ପରେ ସଂଘର ପୂର୍ବନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ,୧୧ ଅଗଷ୍ଟରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରାଜସ୍ବ ଅମଲାମାନେ ସାମୁହିକ ଛୁଟିରେ ରହିବା ପରିପ୍ରେକ୍ଷୀରେ ଆଜି ବଲାଙ୍ଗିର ଜିଲାର ସମସ୍ତ ରାଜସ୍ବ ଅମଲା ମଧ୍ୟ ସାମୂହିକ ଛୁଟିରେ ଅଛନ୍ତି l

ପ୍ରକାଶ ଥାଉ କି, ଗତ ୮ ତାରିଖ ଦିନ ରାଜସ୍ବ ଅମଲାମାନେ ନିଜ ନିଜ ଅଧିକାରୀଙ୍କୁ ସମୂହ ଛୁଟି ଦରଖାସ୍ତ ପ୍ରଦାନ କରିଥିଲେ l ଯେତେ ଦିନ ପର୍ଯ୍ୟନ୍ତ ରାଜ୍ୟ ସରକାର ଦାବି ପୂରଣ କରି ବିଜ୍ଞପ୍ତି ପ୍ରକାଶ କରିବେ ନାହିଁ ସେତେଦିନ ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ରାଜ୍ୟ ରାଜସ୍ବ ଅମଲା ସଂଘର ମୁଖ୍ୟ ଉପଦେଷ୍ଟା ସୁଧାକର ମହାପାତ୍ର, ରାଜ୍ୟ ଉପସଭାପତି ସୁରେନ୍ଦ୍ର ବାବୁ, ବଲାଙ୍ଗିର ଜିଲା ରାଜସ୍ବ ଅମଲା ସଂଘର ସଭାପତି ପ୍ରଭାତ କୁମାର ମଲ୍ଲିକ, ସମ୍ପାଦକ ରତିକାନ୍ତ ପୁରୋହିତ, ଗଣମାଧ୍ୟମ ସମ୍ପାଦକ ଜ୍ୟୋତି ପ୍ରକାଶ ସାହୁ ପ୍ରକାଶ କରିଛନ୍ତି l ଏହି ଆନ୍ଦୋଳନ ସମୟରେ ଜନସାଧାରଣଙ୍କ ଯେଉଁସବୁ ଅସୁବିଧାର ସମ୍ମୁଖୀନ ହେବେ ସେଥିପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଦାୟୀ ରହିବେ ବୋଲି ସଂଘର କର୍ମକର୍ତ୍ତା ଚେତାବନୀ ଦେଇଛନ୍ତି।

ପୁନଶ୍ଚ ଜିଲା ସମ୍ପାଦକ ରତିକାନ୍ତ ପୁରୋହିତ ପ୍ରକାଶ କରିଛନ୍ତି ଯେ, ଜିଲାସ୍ତରରେ କାର୍ଯ୍ୟରତ ରାଜସ୍ବ ଅମଲାମାନଙ୍କର ୧୦ ଦଫା ଦାବି ପୂରଣ କରିବା ନିମିତ୍ତ ରାଜ୍ୟ ସରକାରଙ୍କୁ ବାରମ୍ବାର ନିବେଦନ କରିବା ପରେ , ମାନ୍ୟବର ରାଜସ୍ବ ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗତ ଜୁଲାଇ ୯ ତାରିଖରେ ପ୍ରାୟ ଅଢ଼େଇ ଘଣ୍ଟା ରୁ ଉଦ୍ଧର୍‌ବ ସମୟ ପର୍‌ୟଯନ୍ତ ରାଜସୱ ଅମଲା ସଂଘର ଶୀର୍ଷ ନେତୃବୃନ୍ଦଙ୍କ ସହିତ ଆଲୋଚନା କରି ଅତିଶୀଘ୍ର ଅର୍ଥାତ୍ ୭ ରୁ ୧୫ ଦିନ ଭିତରେ ଦାବିଗୁଡିକୁ ପୂରଣ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲେ, ଫଳ ସ୍ବରୂପ ୧୪ ଜୁଲାଇକୁ ହେବାକୁ ଥିବା ରାଜସ୍ବ ଅମଲା ମାନଙ୍କ ତରଫରୁ ରାଜ୍ୟବ୍ୟାପୀ ପ୍ରସ୍ତାବିତ ଆନ୍ଦୋଳନ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିବା ପାଇଁ ର୍ଯଯଯ ସଂଘ ନିଷ୍ପତ୍ତି ନେଇଥିଲା। କିନ୍ତୁ, ଅଗଷ୍ଟ ୧୦ ତାରିଖ ସୁଦ୍ଧା ର୍ଯଯଯ ସରକାର ରାଜସ୍ବ ଅମଲା ମାନଙ୍କର ଦାବିଗୁଡିକୁ ପୂରଣ କରିବା ତ ଦୂରର କଥା, ସେମାନଙ୍କ ପ୍ରତି ବୈମାତୃକ ମନୋଭାବ ପୋଷଣ କରିବା ସହ ସେମାନଙ୍କୁ ପ୍ରବଳ ଆଘାତ ଦେବା ଭଳି ରାଜସ୍ବ ସେବା ପଦ୍ଧତିରେ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ଥିବା ପଦୋନ୍ନତିକୁ ୪୦%ସ୍‌ରୁ ୩୩% କରିବା ସହ ଲେବେଲ-୯ ରେ ଜଣେ ଜିଲ୍ଲା ସ୍ତରୀୟ ରାଜସୱ କର୍ମଚାରୀ ୬ ବର୍ଷ ଦରମା ପାଇଲେ ଯୋଗ୍ୟ ହେବ ବୋଲି ନିର୍ଦ୍ଦେଶାନାମା ଜାରି କରିଥିଲେ। ଯାହା ଫଳରେ ସମସ୍ତ ରାଜସ୍ବ ଅମଲାମାନଙ୍କ ମଧ୍ୟରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଥିଲା। ପ୍ରକାଶ ଥାଉକି, ଜିଲାସ୍ତରୀୟ ରାଜସ୍ବ ଅମଲା ମାନଙ୍କ ପଦବୀ ପୁନର୍ଗଠନ ଆଳରେ ବର୍ଷ ବର୍ଷ ଧରି ସାଧାରଣ ପଦୋନ୍ନତିକୁ ଅଟକାଇ ରଖାଯିବା ଫଳରେ ସେମାନଙ୍କ ମଧ୍ୟରୁ ଅନେକ ପଦନ୍ନୋତି ପୂର୍ବରୁ ଅବସର ଗ୍ରହଣ କରିସାରିଛନ୍ତି l ସେମାନେ ତାଙ୍କର ନାର୍ଯ୍ୟ ପ୍ରାପ୍ତିରୁ ସବୁଦିନ ପାଇଁ ବଞ୍ଚିତ ହୋଇଗଲେ l ଜିଲସ୍ତରୀୟ ରାଜସ୍ବ ଅମଲାମାନେ ଦକ୍ଷତାର ସହ ରାଜ୍ୟ ସରକାରଙ୍କ ପ୍ରତ୍ୟେକ ଜନହିତକର ଯୋଜନା ତୃଣମୂଳ ସ୍ତରରେ ଲୋକମାନଙ୍କ ପାଖରେ ପହଞ୍ଚାଇବାରେ ମୁଖ୍ୟ ଭୂମିକା ଗ୍ରହଣ କରିବା ସହ ସୀମିତ ସମୟ ସୀମାରେ ତାଙ୍କର କାର୍ଯ୍ୟଗୁଡ଼ିକୁ କରି ଯୋଗାଇ ଦେଇ ଆସୁଥିଲେ ମଧ୍ୟ ସରକାର ସେମାନଙ୍କୁ ଅଣଦେଖା କରି ଆସୁଛନ୍ତି।

ସେମାନଙ୍କର ଦାବି ଗୁଡିକ ମଧ୍ୟରେ ପ୍ରମୁଖ ଦାବିଗୁଡିକ ହେଲା, ଜିଲା ସ୍ତରୀୟ କାର୍ଯ୍ୟରତ ରାଜସ୍ବ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାୟୀ, ଲେବେଲ- ୯କୁ ବୃଦ୍ଧି କରାଇବା, ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ସଂକଳ୍ପ ପତ୍ର ସଂଖ୍ୟା :- ୮୮୯୮ ତାରିଖ- ୧୫-୦୩-୨୪ ଅନୁଯାୟୀ ତଥା ସମସ୍ତ ୩୦ ଗୋଟି ଜିଲାପାଳ ମାନଙ୍କ ଦାରା ପ୍ରଦାନ କରାଯାଇଥିବା ତଥ୍ୟକୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯିବା, ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ବାସ୍ଥ୍ୟ ବୀମା ଲାଗୁ କରାଯିବା, ୧୯୯୦ ମସିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାୟୀ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ଅନୁକମ୍ପାମୂଳକ ନିଯୁକ୍ତି ପ୍ରଦାନ କରାଯିବା, ସରକାରୀ କର୍ମଚାରୀଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯିବା ଇତ୍ୟାଦି ଅଛି।

ପୁନଶ୍ଚ ଜିଲା ସଭାପତି ପ୍ରଭାତ କୁମାର ମଲ୍ଲିକ ସମ୍ପାଦକ ରତିକାନ୍ତ ପୁରୋହିତ ଓ କୋଷାଧ୍ୟକ୍ଷ ଜିତେନ୍ଦ୍ର ସାହୁ ପ୍ରକାଶ କରିଛନ୍ତି ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଏବଂ ମାନ୍ୟବର ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀଙ୍କ ଉପରେ ସଂଘର ଦୃଢ଼ ଆଶା ଓ ବିଶ୍ୱାସ ଅଛି ଯେ, ପୂର୍ବ ସରକାରଙ୍କ ଦ୍ୱାରା ପ୍ରତାରିତ ହୋଇଥିବା ହଜାର ହଜାର ରାଜସୱ ଅମଲାଙ୍କୁ, ଲୋକଙ୍କ ମୁଖ୍ୟମନ୍ତ୍ରୀ ଏବଂ ଲୋକଙ୍କ ସରକାର ଠାରୁ ନ୍ୟାୟ ମିଳିବ ବୋଲି ଆସ୍ଥା ପ୍ରକଟ କରିଛନ୍ତି ।

ଜନସାଧାରଣ ଏହି ଆନ୍ଦୋଳନ ଫଳରେ ସରକାରୀ ସେବା ପାଇବା ପାଇଁ ଯେଉଁ ଅସୁବିଧାର ସମ୍ମୁଖୀନ ହେବେ ସେଥିପାଇଁ ସେ ଜନସାଧାରଣଙ୍କୁ କ୍ଷମା ପ୍ରାର୍ଥନା କରିଛନ୍ତି । ଏହି ଆନ୍ଦୋଳନରେ ଜିଲା ଉପଦେଷ୍ଟା ନୀଳମାଧବ ପଟ୍ଟନାୟକ, ମଦନ ଗୋପାଳ ପଧାନ, କାର୍ଯ୍ୟକାରୀ ସଭାପତି ସୋମ୍ୟରଞ୍ଜନ ପଣ୍ଡା, ସାଂଗଠନିକ ସମ୍ପାଦକ ସୁନୀଲ କୁମାର ବିଶି, ଉପସଭାପତି ଦେବୀ ପ୍ରସନ୍ନ ଶତପଥୀ, ଜିଲା କାର୍ଯ୍ୟକାରିଣୀ ସଦସ୍ୟ ବିଜୟା ଭାରତୀ, ଶ୍ରୀନିବାସ ତ୍ରିପାଠୀ, ବିଶ୍ବଜିତ ମହାରଣା, ସଞ୍ଜିବ କୁମାର ସାହୁ, ନୀଳମାଧବ ନାଏକ, ନୀଳାମ୍ବର ପାଣ୍ଡେ, ଝସକେତନ ଖାଡିଆ, ସୁନୀଲ କୁମାର ସୁନା, ପୂର୍ବତନ ସମ୍ପାଦକ ଚୈତନ୍ୟ ବାଗ, ସୁଜାତା ମିଶ୍ର, ସୱାଗତିକା ମିଶ୍ର, ଲିପିକା ବେହେରା, ସୁବଳ ଚନ୍ଦ୍ର ଖର୍ସେଲ ଓ ସଂଘର ଅନ୍ୟାନ୍ୟ ସଦସ୍ୟ/ ସଦସ୍ୟା ମାନେ ଉପସ୍ଥିତ ରହି ଆନ୍ଦୋଳନକୁ ତୀବ୍ରତର କରିବାକୁ ମତାମତ ଦେଇଥିଲେ । ଏଥିରେ ଜିଲାର ସମସ୍ତ ରାଜସ୍ବ ଅମଲା ଯୋଗଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?