ଦେବକୁଣ୍ଡ, ଭୀମକୁଣ୍ଡର ବିକାଶ ଲାଗି ସମୀକ୍ଷା

ବାରିପଦା ଅଫିସ/ଉଦଳା/ଠାକୁରମୁଣ୍ଡା/ରାଇରଙ୍ଗପୁର,୩ା୩(ଡି.ଏନ.ଏ.): ୫-ଟି ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ ୨ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି। ଗୁରୁବାର ହେଲିକେପ୍ଟର ଯୋଗେ ଉଦଳା ଉପଖଣ୍ଡ ଦେବକୁଣ୍ଡରେ ପହଞ୍ଚତ୍ ମା’ ଅମ୍ବିକାଙ୍କ ଦର୍ଶନ କରିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ଟି.ଅଶୋକ କୁମାର, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନର ଉପ ନିର୍ଦ୍ଦେଶକ ସମ୍ରାଟ ଗୌଡା, ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ, ଉପଜିଲାପାଳ ଭଗବାନ ବେହେରାଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନଙ୍କ ସହିତ ଦେବକୁଣ୍ଡ ଓ ଭୀମକୁଣ୍ଡ ପର୍ଯ୍ୟଟନସ୍ଥଳୀର ପୁନରୁଦ୍ଧାର ଓ ବିକାଶ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ପରେ ସେଠାରୁ ଭୀମକୁଣ୍ଡ ପର୍ଯ୍ୟଟନସ୍ଥଳୀରେ ପହଞ୍ଚତ୍ ସ୍ଥିତି ପରଖିବା ପରେ ଖିଚିଂ ସ୍ଥିତ ମା’ କିଚକେଶ୍ୱରୀ ମନ୍ଦିରର ପୁନରୁଦ୍ଧାର ସମ୍ପର୍କରେ ଆଲୋଚନା କରିଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ୫-ଟି ରୂପାନ୍ତରିତ ମା’ କୀଚକେଶ୍ୱରୀ ହାଇସ୍କୁଲ ପରିଦର୍ଶନ କରି ଛାତ୍ରୀଛାତ୍ରଙ୍କ ସହ ଭାବବିନିମୟ କରିଥିଲେ। ସେଠାରୁ ଖଇରୀ ଭଣ୍ଡନ ବ୍ୟାରେଜର ଜଳସେଚନ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିବା ପରେ ରାଇରଙ୍ଗପୁରଠାରେ ପହଞ୍ଚତ୍ଥିଲେ। ସେଠାରେ ଥିବା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜନ୍ମସ୍ଥଳୀ ଓ ରାଇରଙ୍ଗପୁର ହାଟ ନିକଟସ୍ଥ ବଡ଼ବନ୍ଧର ବିକାଶକୁ ନେଇ ଜିଲା ପ୍ରଶାସନ ସହିତ ଆଲୋଚନା କରିଥିଲେ। ରାଇରଙ୍ଗପୁରଠାରେ ରାତ୍ରିଯାପନ କରିବା ପରେ ଶୁକ୍ରବାର ସକାଳ ୬ଟାରେ ବାରିପଦା ଅଭିମୁଖେ ଯାତ୍ରା କରିବେ। ଶୁକ୍ରବାର ୫-ଟି ସଚିବ ବାରିପଦା ଜଗନ୍ନାଥ ମନ୍ଦିର ଦର୍ଶନ, ଏମ୍‌କେସି ହାଇସ୍କୁଲ ପରିକ୍ରମା, ମଧୁବନ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ, ବୁଢ଼ାବଳଙ୍ଗ ନଦୀର ଆଡିବନ୍ଧ ଓ ରିଂ ରୋଡ୍‌ ସମ୍ପର୍କରେ ଆଲୋଚନା, ବାଲିଡିହା ଜଳସେଚନ ପ୍ରକଳ୍ପ ଓ ପାଲବଣୀସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବାସସ୍ଥଳୀ ପରିଦର୍ଶନ, ପିଆର୍‌ଏମ୍‌ ମେଡିକାଲ ଓ କଲେଜ ପରିଦର୍ଶନ ସହିତ ବଡ଼ଯୋଡ଼ସ୍ଥିତ ଗୁହାଳଡିହୀ ଗ୍ରାମରେ ଥିବା ସବାଇ ଘାସ ପ୍ରସ୍ତୁତିସ୍ଥାନକୁ ଯାଇ ସେଠାରୁ ମାଣତ୍ରୀ ଶୈବପୀଠରେ ପହଞ୍ଚତ୍ବାର କାର୍ଯ୍ୟକ୍ରମ ରହିଛି। ୫-ଟି ସଚିବଙ୍କ ଏହି ଗସ୍ତ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଖିଦୃଶିଆ ଅନୁଦାନ ଘୋଷଣା କରିବେ ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?