ପୁରୁଷୋତ୍ତମପୁରରେ କରୋନା ସ୍ଥିତି ସମୀକ୍ଷା: ମୁକାବିଲା ଲାଗି ଅଧିକାରୀମାନଙ୍କୁ ଜିଲାପାଳଙ୍କ ପରାମର୍ଶ

ପୁରୁଷୋତ୍ତମପୁର,୨୭ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶନିବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ୟାଳୟକୁ ଆସି କରୋନା ଭାଇରସ୍‌ ସଂକ୍ରମଣ ନେଇ ସମସ୍ତ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରି ପରିସ୍ଥିତିର ସମୀକ୍ଷା କରିଛନ୍ତି। ସ୍ବାବ୍‌ ରିପୋର୍ଟ ବିଳମ୍ବରେ ଆସୁଥିବା ନେଇ ଅସନ୍ତୋଷ ପ୍ରକାଶ କରି ରିପୋର୍ଟ ଶୀଘ୍ର ଆଣିବା ଲାଗି ସ୍ବାସ୍ଥ୍ୟ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ରୋଗୀ ଚିହ୍ନଟ କରିବା, ସେମାନଙ୍କ ମିଳାମିଶା ସହ ଯାତାୟାତର ବିବରଣୀ ପରଖିବା, ପରୀକ୍ଷା କରିବା ଓ ଚିକିତ୍ସା ସେବା ଯୋଗାଇବା ଉପରେ ଗୁରୁତ୍ୱ ଦେବା ସହ ପ୍ରତି ପଞ୍ଚାୟତ ଓ ଏନ୍‌ଏସିରେ କୋଭିଡ୍‌ କେୟାର ହୋମ୍‌ ଯଥାଶୀଘ୍ର ଖୋଲିବା ଲାଗି ପଦକ୍ଷେପ ନେବା, କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଘରକୁ ଫେରିଥିବା ପ୍ରବାସୀମାନଙ୍କୁ ମନରେଗା ଯୋଜନାରେ କାମ ଯୋଗାଇବା, ସରକାରଙ୍କ ଘୋଷଣା ମୁତାବକ ୨ ହଜାର ଟଙ୍କା ଯଥାଶୀଘ୍ର ପ୍ରଦାନ କରିବା, ଏନ୍‌ଏସିରେ ହେଉଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପ୍ରତି ଗୁରୁତ୍ୱ ଦେବାକୁ ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପୁରୁଷୋତ୍ତମପୁର ବ୍ଲକକୁ ପ୍ରଥମ ପର୍ଯ୍ୟାୟରେ ଫେରିଥିବା ୬,୫୦୦ ଜଣ ପ୍ରବାସୀଙ୍କ ମଧ୍ୟରୁ ୮୦ ପ୍ରତିଶତଙ୍କୁ ଟଙ୍କା ପ୍ରଦାନ କରାଯାଇଥିବା, ସମୁଦାୟ ୫୦ ଜଣ ରୋଗରେ ଆକ୍ରାନ୍ତ ହୋଇ ଥିବା ବେଳେ ସେଥିରେ ୮ ଜଣ ଗର୍ଭବତୀ ମହିଳାଙ୍କ ସମେତ ୧୩ ଜଣ ମହିଳା ରହିଛନ୍ତି। ୨୯ ଜଣ ରୋଗୀ ସୁସ୍ଥ ହୋଇ ଫେରିଥିବା ବେଳେ ୨୧ ଜଣ କୋଭିଡ୍‌ ମେଡିକାଲ ଓ ପାରଳା ମହାରାଜା କଲେଜ ଚିକିତ୍ସା କେନ୍ଦ୍ରରେ ଚିକିତ୍ସିତ ହେଉଥିବା, କ୍ୱାରାଣ୍ଟାଇନ୍‌ ଫେରନ୍ତା ପ୍ରବାସୀ ୨୩୬ ଜଣଙ୍କୁ ମନରେଗା ଯୋଜନାରେ କାର୍ଯ୍ୟ ଯୋଗାଇ ଦିଆଯାଇଥିବା ନେଇ ବିଡିଓଙ୍କ ଠାରୁ ତଥ୍ୟ ନେଇଥିଲେ ଜିଲାପାଳ। ଏହି ବୈଠକରେ ଏଥିରେ ଛତ୍ରପୁର ଉପଜିଲାପାଳ ପ୍ରିୟରଞ୍ଜନ ପୃଷ୍ଟି, ପୁରୁଷୋତ୍ତମପୁର ଏସ୍‌ଡିପିଓ ସୀମା ସ୍ବାଇଁ, ବିଡିଓ ସୀମାଞ୍ଚଳ ମହାନ୍ତି, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ, ଥାନାଧିକାରୀ ଜଗନ୍ନାଥ ମଲ୍ଲିକ, ସହକାରୀ ଯନ୍ତ୍ରୀ ମୋହନ ସାହୁ, ଏନଏସି ନିର୍ବାହୀ ଅଧିକାରୀ ଏ. ନାଗେଶ୍ବର ରାଓ, ଭାଟକୁମରଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ବି. କ୍ରିଷ୍ଣା, ଡା ରବିନ୍ଦ୍ରନାଥ ଗନ୍ତାୟତ, ସିଡିପିଓ ବବିତା ଚ୍ୟାଉପଟ୍ଟନାୟକଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଗଦେଇ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri