‘କଟକ ଷ୍ଟେଶନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା’

ଭୁବନେଶ୍ୱର, ୪।୧: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପନାରାୟଣ ସୁନକର ମଙ୍ଗଳବାର କଟକ ଷ୍ଟେଶନ ନିରୀକ୍ଷଣକରି ଚାଲୁ ରହିଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏପରିକି ଏହି ପରିପ୍ରେକ୍ଷୀରେ ରେଳପଥର ବରିଷ୍ଠ ଅଧିକାରୀମାନେ ପ୍ରକଳ୍ପ ସମ୍ବନ୍ଧୀୟ ବିଭିନ୍ନ କାର୍ଯ୍ୟ ସମ୍ବନ୍ଧରେ ମହାପ୍ରବନ୍ଧକଙ୍କୁ ଅବଗତ କରାଇଥିଲେ। ସୁନକର ଭୁବନେଶ୍ୱର-କଟକ ରେଳ ସେକ୍ସନ ନିରୀକ୍ଷଣ କରି ନିରାପତ୍ତା ସମ୍ବନ୍ଧୀୟ ଏବଂ ରେଳ ଚଳାଚଳ ଟ୍ରାଫିକ ସମ୍ବନ୍ଧୀୟ କାର୍ଯ୍ୟ ସମୀକ୍ଷା କରିଥିଲେ। ସେହିପରି କଟକ ଷ୍ଟେଶନ ନିରୀକ୍ଷଣ ସମୟରେ ସୁନକର ଯାତ୍ରୀ ପରିସେବା କାର୍ଯ୍ୟ ସହିତ ଅନ୍ୟାନ୍ୟ ପ୍ରକଳ୍ପ କାର୍ଯ୍ୟ ଗୁଡ଼ିକର ସମୀକ୍ଷା କରିବା ସହ ସେ ସମ୍ବନ୍ଧରେ ବିସ୍ତୃତ ଆଲୋଚନା ଓ ଗୁରୁତ୍ୱାରୋପ କରିଥିଲେ। ଏପରିକି ବିକାଶମୂଳକ କାର୍ଯ୍ୟର ଶିଘ୍ର ସମ୍ପାଦନ ପାଇଁ ସେ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ l ଅପରପକ୍ଷରେ ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓଡ଼ିଶାରେ ରେଳ ପ୍ରକଳ୍ପ ଓ ଭିତ୍ତିଭୂମି ବିକାଶ ପାଇଁ ଗୁରୁତ୍ୱାରୋପ କରୁଥିବା ସହ ମନ୍ତ୍ରୀ ମଧ୍ୟ ଏହାର ଅଗ୍ରଗତି ସମ୍ବନ୍ଧରେ ନିୟମିତ ସମୀକ୍ଷା କରୁଛନ୍ତି। ନିକଟରେ କଟକ ରେଳ ଷ୍ଟେଶନର ବିକାଶ କାର୍ଯ୍ୟ ସମ୍ପର୍କରେ ବୈଷ୍ଣବ ନବୀକରଣ ଚିତ୍ରକୁ ଟୁଇଟ କରିଥିବା ବେଳେ ବହୁ ସଂଖ୍ୟାର ଲୋକ ଏହାର ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ପେଟ୍ରୋଲ ପମ୍ପରେ ନୂଆ ନିୟମ! ଦିନକୁ ମିଳିବ ମାତ୍ର ଏତିକି ଲିଟର, ଧାର୍ଯ୍ୟ ହେଲା ଲିମିଟ୍‌

ନୂଆଦିଲ୍ଲୀ,୨୪।୯: ଯଦି ଆପଣଙ୍କ ପାଖରେ ବଡ଼ ଗାଡ଼ି କିମ୍ବା ଡିଜେଲରେ ଚାଲୁଥିବା କମର୍ସିଆଲ ଯାନ ରହିଛି ଏବଂ ନିୟମିତ ଭାବେ ବହୁ ପରିମାଣରେ ଡିଜେଲ ଭରାଇବାକୁ ପଡ଼ୁଛି,…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?