ପୋତାଗଡ଼ର ବିକାଶ ନେଇ ଏମ୍‌ପି, ବିଧାୟକଙ୍କ ସମୀକ୍ଷା

ଗଞ୍ଜାମ,୧୮।୯(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ର ବିକାଶ ଓ ପୁନରୁଦ୍ଧାର ନିମନ୍ତେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଶନିବାର ପୋତାଗଡ଼ ଗସ୍ତ କରି ଏହାର ସମୀକ୍ଷା କରିଥିଲେ। ତହସିଲଦାର ଅରୁଣ କୁମାର ନାୟକ, ବ୍ରହ୍ମପୁର ଡିଭିଜନ ଜଳସମ୍ପଦ ଅଧୀକ୍ଷଣ ଯନ୍ତ୍ରୀ ଜୟଦୀପ ପଣ୍ଡା, ହୁମ୍ମା ଜଳସେଚନ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜିତ କୁମାର ପ୍ରଧାନ, ଏନ୍‌ଏସି ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ ଏବଂ ପୂର୍ବତନ ଏନ୍‌ଏସି ଉପାଧ୍ୟକ୍ଷ ନୀଳାଞ୍ଚଳ ବାରିକ ପ୍ରମୁଖ ସମୀକ୍ଷା ବେଳେ ଉପସ୍ଥିତ ଥିଲେ। ଋଷିକୁଲ୍ୟା ନଦୀପାର୍ଶ୍ୱରେ ଥିବା ଏହି ଐତିହାସିକ ପୋତାଗଡ଼ର ଉନ୍ନତୀକରଣ ପାଇଁ ବ୍ଲୁ ପ୍ରିଣ୍ଟ ସରିଛି। ଏଥିପାଇଁ ୬ କୋଟି ୯୪ ଲକ୍ଷ ୯୮ ହଜାର ଟଙ୍କା ବ୍ୟୟବରାଦ ହୋଇଛି। ଶୀଘ୍ର ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ଏମ୍‌ପି ସୂଚନା ଦେଇଛନ୍ତି। ସେଠାରେ ସ୍ମାର୍ଟ ପାର୍କ, ବୋଟିଂ କ୍ଲବ, ଆକର୍ଷଣୀୟ ମୁଖ୍ୟ ଫାଟକ, ପର୍ଯ୍ୟଟକଙ୍କ ପାଇଁ ଫୁଡ୍‌ ପ୍ଲାଜା ଆଦି ନିର୍ମାଣ ହେବ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ ବୋଲି ଏମ୍‌ପି କହିଛନ୍ତି। ପ୍ରାକ୍ତନ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ସମୟରେ ପୂର୍ବରୁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସ୍ମାର୍ଟ ପାର୍କ ପାଇଁ ୭୫ ଲକ୍ଷ ଓ ପାର୍କିଂ ସ୍ଥଳ ଉନ୍ନୟନ ଲାଗି ୧୦ ଲକ୍ଷ, ପାଚେରି ଓ ବିଶ୍ରାମସ୍ଥଳ ନିମନ୍ତେ ୧୦ ଲକ୍ଷ, ଏନ୍‌ଏସି ପ୍ରଶାସନ ପକ୍ଷରୁ ୩୭ ଲକ୍ଷ ୫୦ ହଜାର ଏବଂ ଆଦର୍ଶ ଶୌଚାଳୟ ପାଇଁ ୧୦ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି। ବର୍ତ୍ତମାନ ଏହାର ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ତତ୍‌ ସଙ୍ଗେସଙ୍ଗେ ପୋତାଗଡ଼ର ଉନ୍ନୟନ ପାଇଁ ବିଧାୟକ ପର୍ଯ୍ୟଟନ ସଚିବଙ୍କୁ ୨୦୨୧ରେ ଚିଠି ଲେଖିବା ପରେ ପୁଣି ୫ କୋଟି ଟଙ୍କା ମଞ୍ଜୁର ହୋଇଥିବା ବିଧାୟକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହାପରେ ଏମ୍‌ପି ଓ ବିଧାୟକ ପୋଡ଼ମ୍‌ପେଟାଠାରେ ନିର୍ମାଣ
ହେଉଥିବା ନୂତନ ବିଜୁ ସେତୁ ଓ ହୁମ୍ମା ଶୁକୁଆ ହାଟ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri