ପୋତାଗଡ଼ର ବିକାଶ ନେଇ ଏମ୍‌ପି, ବିଧାୟକଙ୍କ ସମୀକ୍ଷା

ଗଞ୍ଜାମ,୧୮।୯(ଡି.ଏନ୍‌.ଏ.): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ର ବିକାଶ ଓ ପୁନରୁଦ୍ଧାର ନିମନ୍ତେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଶନିବାର ପୋତାଗଡ଼ ଗସ୍ତ କରି ଏହାର ସମୀକ୍ଷା କରିଥିଲେ। ତହସିଲଦାର ଅରୁଣ କୁମାର ନାୟକ, ବ୍ରହ୍ମପୁର ଡିଭିଜନ ଜଳସମ୍ପଦ ଅଧୀକ୍ଷଣ ଯନ୍ତ୍ରୀ ଜୟଦୀପ ପଣ୍ଡା, ହୁମ୍ମା ଜଳସେଚନ ସହକାରୀ ନିର୍ବାହୀ ଯନ୍ତ୍ରୀ ଅଜିତ କୁମାର ପ୍ରଧାନ, ଏନ୍‌ଏସି ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ ଏବଂ ପୂର୍ବତନ ଏନ୍‌ଏସି ଉପାଧ୍ୟକ୍ଷ ନୀଳାଞ୍ଚଳ ବାରିକ ପ୍ରମୁଖ ସମୀକ୍ଷା ବେଳେ ଉପସ୍ଥିତ ଥିଲେ। ଋଷିକୁଲ୍ୟା ନଦୀପାର୍ଶ୍ୱରେ ଥିବା ଏହି ଐତିହାସିକ ପୋତାଗଡ଼ର ଉନ୍ନତୀକରଣ ପାଇଁ ବ୍ଲୁ ପ୍ରିଣ୍ଟ ସରିଛି। ଏଥିପାଇଁ ୬ କୋଟି ୯୪ ଲକ୍ଷ ୯୮ ହଜାର ଟଙ୍କା ବ୍ୟୟବରାଦ ହୋଇଛି। ଶୀଘ୍ର ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ଏମ୍‌ପି ସୂଚନା ଦେଇଛନ୍ତି। ସେଠାରେ ସ୍ମାର୍ଟ ପାର୍କ, ବୋଟିଂ କ୍ଲବ, ଆକର୍ଷଣୀୟ ମୁଖ୍ୟ ଫାଟକ, ପର୍ଯ୍ୟଟକଙ୍କ ପାଇଁ ଫୁଡ୍‌ ପ୍ଲାଜା ଆଦି ନିର୍ମାଣ ହେବ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ ବୋଲି ଏମ୍‌ପି କହିଛନ୍ତି। ପ୍ରାକ୍ତନ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ସମୟରେ ପୂର୍ବରୁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସ୍ମାର୍ଟ ପାର୍କ ପାଇଁ ୭୫ ଲକ୍ଷ ଓ ପାର୍କିଂ ସ୍ଥଳ ଉନ୍ନୟନ ଲାଗି ୧୦ ଲକ୍ଷ, ପାଚେରି ଓ ବିଶ୍ରାମସ୍ଥଳ ନିମନ୍ତେ ୧୦ ଲକ୍ଷ, ଏନ୍‌ଏସି ପ୍ରଶାସନ ପକ୍ଷରୁ ୩୭ ଲକ୍ଷ ୫୦ ହଜାର ଏବଂ ଆଦର୍ଶ ଶୌଚାଳୟ ପାଇଁ ୧୦ ଲକ୍ଷ ଟଙ୍କା ବ୍ୟୟବରାଦ ହୋଇଛି। ବର୍ତ୍ତମାନ ଏହାର ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ତତ୍‌ ସଙ୍ଗେସଙ୍ଗେ ପୋତାଗଡ଼ର ଉନ୍ନୟନ ପାଇଁ ବିଧାୟକ ପର୍ଯ୍ୟଟନ ସଚିବଙ୍କୁ ୨୦୨୧ରେ ଚିଠି ଲେଖିବା ପରେ ପୁଣି ୫ କୋଟି ଟଙ୍କା ମଞ୍ଜୁର ହୋଇଥିବା ବିଧାୟକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏହାପରେ ଏମ୍‌ପି ଓ ବିଧାୟକ ପୋଡ଼ମ୍‌ପେଟାଠାରେ ନିର୍ମାଣ
ହେଉଥିବା ନୂତନ ବିଜୁ ସେତୁ ଓ ହୁମ୍ମା ଶୁକୁଆ ହାଟ ପରିଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri