ରାଜ୍ୟ ଜାଗାମିଶନ ଉପଦେଷ୍ଟାଙ୍କ ପୁରୁଷୋତ୍ତମପୁର ଏନ୍ଏସିରେ ସମୀକ୍ଷା 

ପୁରୁଷୋତ୍ତମପୁର, ୨୪/୫(ଡିଏନ୍ଏ) ଗଞ୍ଜାମଜିଲ୍ଲା ପୁରୁଷୋତ୍ତମପୁର ଏନ୍ଏସିକୁ ବୁଧବାର ରାଜ୍ୟ ଜାଗା ମିଶନର ଉପଦେଷ୍ଟା ଶାଶ୍ୱତୀ ମିଶ୍ର ଗ୍ରସ୍ତରେ ଆସି କନକା ଓ କପିଳେଶ୍ବର ବସ୍ତିକୁ ପରିଦର୍ଶନ କରି ଲୋକମାନେ କିପରି ରହୁଛନ୍ତି ତାହାର ସମୀକ୍ଷା କରିବା ସହ ସୁବିଧା ଅସୁବିଧା ନେଇ ଲୋକଙ୍କ ସହ ଆଲୋଚନା କରିଛନ୍ତି। ରାଜ୍ୟ ସରକାର ଜାଗା ମିଶନ ଯୋଜନାରେ ଏହି ଏନ୍ଏସିର ପ୍ରାୟ ୧୨୫ ଜଣ ଭୂମୀହୀନଙ୍କୁ ଘରବାରି ପଟ୍ଟା ପ୍ରଦାନ କରିଛନ୍ତି। ଏହା ସହ ସେମାନଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ  ଯୋଜନାରେ ଘର, ପାନୀୟ ଜଳ, ରାସ୍ତା, ଆଲୋକର ସୁବିଧା  ଆଦି ଯୋଗାଇ  ଦେଇଛନ୍ତି। ଏହାକୁ କିଭଳି କାର୍ଯ୍ୟକାରୀ ହୋଇଛି ସେଥିନେଇ ବୁଲି ଦେଖିବା ସରକାର ଯୋଜନା ମାନ ସମ୍ପର୍କରେ ସଚେତନତା କରିଥିଲେ। ଏହି ସମୟରେ ବହୁ ବ୍ୟକ୍ତି ଦୀର୍ଘ ବର୍ଷ ହେଲା ଘର କରି ରହୁଥିଲେ ମଧ୍ୟ ସେମାନଙ୍କୁ ପଟ୍ଟା ମିଳୁ ନ ଥିବାରୁ ସେମାନଙ୍କୁ ବିଦ୍ୟୁତ, ପାଣି ମିଳିପାରୁ ନ ଥିବା ସହ ସେମାନଙ୍କ ପିଲାମାନେ ଶିକ୍ଷାଦାନ ଲାଗି ବାସିନ୍ଦା ଓ ଜାତିଗତ ପ୍ରମାଣପତ୍ର ପାଇବାରୁ ବଞ୍ଚିତ ହେଉଛନ୍ତି। ଏହାସହ  ବିଭିନ୍ନ କାର୍ଯ୍ୟରେ ହଇରାଣ ହରକତ ହେଉଥିବା କୁ ନେଇ ଅଭିଯୋଗ କରିଥିଲେ। ଏହାକୁ ନେଇ ସରକାରଙ୍କୁ ଜଣାଇ  ପଦକ୍ଷେପ ନେଇ ପଟ୍ଟା ଯୋଗାଇ ଦିଆଯିବା ବ୍ୟବସ୍ଥା କରାଯିବ ବୋଲି ଉପଦେଷ୍ଟା ଶାଶ୍ୱତୀ ମିଶ୍ର ପ୍ରତିଶ୍ରୁତି ଦେଇଥିଲେ। ଏହି ସମୟରେ ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣି ବୈଦ୍ୟ, ଏନ୍ଏସି ଅଧକ୍ଷା ପ୍ରିୟଙ୍କା ଗୌଡ, ଉପାଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ପଣ୍ଡା, ନଗର ବିଜେଡି ସଭାପତି ପ୍ରଭାତ କୁମାର ପଟ୍ଟନାୟକ, ଏମପି ପ୍ରତିନିଧି ପ୍ରେମାନନ୍ଦ ସାହୁ ଓ କାଉନସିଲର ଅଶୋକ କୁମାର ମହାଙ୍କୁଡ, ଭାସ୍କର ବେହେରା, ଗିରିଜା ବେହେରା, ଭବାନୀଶଙ୍କର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଓଡ଼ିଶାରେ ପଶ୍ଚିମବଙ୍ଗ ପୋଲିସର ତନାଘନା

ସମ୍ୱଲପୁର,୨୮।୧୨: ସମ୍ୱଲପୁର ଜିଲା ଅଇଁଠାପାଲି ଥାନାରେ ରବିବାର ପଶ୍ଚିମବଙ୍ଗ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପଶ୍ଚିମବଙ୍ଗ ମୁର୍ଶିଦାବାଦ ଅଞ୍ଚଳରେ ଜଣେ ଶ୍ରମିକଙ୍କୁ ହତ୍ୟା କରାଯାଇଥିଲା।...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

ବାଂଲାଦେଶ ପୋଲିସର ବଡ଼ ଦାବି, ହାଦି ମୃତ୍ୟୁର ସନ୍ଦିଗ୍ଧ ଭାରତ…

ନୂଆଦିଲ୍ଲୀ,୨୮।୧୨: ଛାତ୍ର ନେତା ଉସମାନ ସରିଫ ହାଦିଙ୍କ ମୃତ୍ୟୁ ବାଂଲାଦେଶରେ ହଇଚଇ ସୃଷ୍ଟି କରିଛି । ହାଦିଙ୍କ ହତ୍ୟାକାରୀଙ୍କୁ ଧରିବା ପାଇଁ ସାରା ଦେଶରେ ପ୍ରତିବାଦ...

ଜାନୁଆରୀ ୧ ପାଇଁ ମଧ୍ୟରାତ୍ରରୁ ଶ୍ରୀମନ୍ଦିର ଖୋଲାକୁ ବିରୋଧ, ମହାପ୍ରଭୁଙ୍କ ରାତି ଅନିଦ୍ରା କରା ନଯାଉ ବୋଲି ଚିଠି

ପୁରୀ,୨୮ା୧୨: ପାଖେଇ ଆସୁଛି ନୂଆବର୍ଷ । ହାତରେ ମାତ୍ର ଆଉ ଅଳ୍ପଦିନ ରହିଥିବା ବେଳେ ଏନେଇ ସମସ୍ତେ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଯଦି ଦେଖିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri