ରାଉରକେଲା କୋଭିଡ୍‌ ସ୍ଥିତି ସମୀକ୍ଷା

ଭୁବନେଶ୍ୱର ୯।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ମଙ୍ଗଳବାର ରାଉରକେଲା ଗସ୍ତ କରି କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ମୁଖ୍ୟ ଶାସନ ସଚିବ ହାଇଟେକ ହସ୍ପିଟାଲ, ଜୟ ପ୍ରକାଶ ହସ୍ପିଟାଲ, ଶାନ୍ତି ସ୍ମାରକୀ ହସ୍ପିଟାଲ ପରିଦର୍ଶ କରି ଚିକିତ୍ସା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ କହିଛନ୍ତି, ସୁନ୍ଦରଗଡ ଜିଲା ପ୍ରଶାସନ ସନ୍ତୋଷଜନକ କୋଭିଡ ପରିଚାଳନା କରିଛନ୍ତି। ଜିଲାରେ କୋଭିଡ ପଜିଟିଭ ହାର ୧ ପ୍ରତିଶତ ରହିଛି। ଜିଲାରେ ୨ଟି ଆଇସିୟୁ କାର୍ଯ୍ୟ କରୁଥିବା ବେଳେ ଖୁବଶୀଘ୍ର ଆଉ ଏକ ପ୍ରତିଷ୍ଠା କରାଯିବ। ଏଥିସହ ରାଉରକେଲାକୁ ଅଧିକ ୨୦ଜଣ ଡାକ୍ତର ପଠାଯିବ। ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ସେମାନେ କାର୍ଯ୍ୟରେ ଯୋଗଦେବେ। ଘରକୁ ଘର ସର୍ଭେ ଏବଂ ବ୍ୟାପକ ସଚେତନତା ସୃଷ୍ଟି କରିବା ଲାଗି ଜନ ପ୍ରତିନିଧି,ବିଭିନ୍ନ ଅନୁଷ୍ଠାନ ଓ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ସାମିଲ କରି ଜନସମ୍ପର୍କ ଅଭିଯାନ ଆରମ୍ଭ ଲାଗି ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଶୁକ୍ରବାର ଠାରୁ ପୌର ନିଗମ ଏହି ଅଭିଯାନ ଆରମ୍ଭ କରିବ। ସ୍ବାସ୍ଥ୍ୟବିଭାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି ଯେ, ରାଉରକେଲାରେ ପ୍ଲାଜମା ବ୍ୟାଙ୍କ କାର୍ଯ୍ୟ କରୁଛି। ଗତ ମାସରେ ଆର.ଏମ.ଆର.ସି ତରଫରୁ କରାଯାଇଥିବା ସେରୋଲୋଜିକାଲ ସର୍ଭେରୁ ଜଣାପଡିଛି ରାଉରକେଲା ସହରର ପ୍ରାୟ ୨୫ ପ୍ରତିଶତ ଲୋକଙ୍କ ଶରୀରରେ କୋଭିଡ ଆଣ୍ଟିବଡି ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri