ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏଥିସହ ହୋମଷ୍ଟେ କରିବାକୁ ଆଗ୍ରହୀ ସ୍ଥାନୀୟ ବ୍ୟବସାୟୀ ଓ ସାଧାରଣ ଲୋକଙ୍କୁ ସରକାରଙ୍କ ନୀତି ସମ୍ପର୍କରେ ଅବଗତ କରାଇଛନ୍ତି।

ପ୍ରମୁଖ ସଚିବ ପ୍ରଥମେ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ ବିଡିଓ ପ୍ରୀତିରଞ୍ଜନ ରଥ ଓ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ ପ୍ରମୁଖ ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ପରେ ବ୍ଲକ ସଭାଗୃହରେ ଏକ କର୍ମଶାଳା ଆୟୋଜିତ ହୋଇଥିଲା। ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କର୍ମଶାଳାରେ ମୁଖ୍ୟ ଅତିଥି ଭାବେ ପ୍ରମୁଖ ସଚିବ ବଳବନ୍ତ ସିଂ ଏବଂ ଅନ୍ୟତମ ଅତିଥି ଭାବେ ଜିଲା ପର୍ଯ୍ୟଟନ ଉନ୍ନୟନ ଅଧିକାରୀ ଶ୍ରୀନିବାସ ଷଡ଼ଙ୍ଗୀ ପ୍ରମୁଖ ଯୋଗଦେଇଥିଲେ।

ପ୍ରମୁଖ ସଚିବ ଉପସ୍ଥିତ ଅଞ୍ଚଳବାସୀ ଓ ହୋଟେଲ ମାଲିକମାନଙ୍କୁ ହୋମଷ୍ଟେ କରିବା ପାଇଁ ପ୍ରୋତ୍ସାହିତ କରିଥିଲେ। ରାଜ୍ୟ ସରକାର ହୋମଷ୍ଟେ କରୁଥିବା ମାଲିକମାନଙ୍କୁ ସବ୍‌ସିଡି ପ୍ରଦାନ କରିବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ନିର୍ମାଣ ଖର୍ଚ୍ଚ ପ୍ରଦାନ କରିବେ ବୋଲି ସେ କହିଥିଲେ। ଏହାଦ୍ୱାରା ହୋମଷ୍ଟେ ମାଲିକମାନେ ସ୍ୱାବଲମ୍ବୀ ହେବା ସହ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ଆଗମନ ଆହୁରି ବୃଦ୍ଧି ପାଇବ ବୋଲି ସେ ମତ ଦେଇଥିଲେ।

ସେହିପରି ଦାରିଙ୍ଗବାଡ଼ିର ପର୍ଯ୍ୟଟନ କ୍ଷେତ୍ର ଲଭର୍ସ ପଏଣ୍ଟ ସମେତ ହିଲ୍‌ଭ୍ୟୁ ପାର୍କ, ମିଡିୟୁବାନ୍ଦା ଜଳପ୍ରପାତ, କିସୁବାଡ଼ି ଜଳପ୍ରପାତ ଓ ଡୁଲୁରୀ ପାଇନ୍‌ ବଣ ଆଦିର ବିକାଶ କରାଯିବା ସମ୍ପର୍କରେ ସେ ସୂଚନା ଦେଇଥିଲେ। ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ରରେ ପରିଣତ କରିବାକୁ ରାଜ୍ୟ ସରକାର ଯୋଜନା କରିବା ସହ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି ବୋଲି ସେ କହିଥିଲେ।

ସମସ୍ତ ପର୍ଯ୍ୟଟନସ୍ଥଳୀର ବିକାଶ ମାଷ୍ଟରପ୍ଲାନ୍‌ ଅନୁଯାୟୀ କରାଯିବ ବୋଲି ସେ କହିଥିଲେ। ପର୍ଯ୍ୟଟକ ଦାରିଙ୍ଗବାଡ଼ି ଆସିଲେ ଅତିକମ୍‌ରେ ଦୁଇ ରାତି ରହିବା ଭଳି ବ୍ୟବସ୍ଥା କରିବା ଲକ୍ଷ୍ୟ ରହିଛି ବୋଲି ସେ ପ୍ରକାଶ କରିଥିଲେ। ଏଥିସହ ଦାରିଙ୍ଗବାଡ଼ିର ପର୍ଯ୍ୟଟନ କ୍ଷେତ୍ରର ମାନଚିତ୍ର ସମ୍ପୂର୍ଣ୍ଣ ବଦଳିଯିବ ବୋଲି କହିବା ସହ ହୋମଷ୍ଟେକୁ ବିଶେଷ ପ୍ରାଧାନ୍ୟ ଦେଇଥିଲେ।

ହୋମଷ୍ଟେର ଫାଇଦା ସମ୍ପର୍କରେ ବିଡିଓ ପ୍ରୀତିରଞ୍ଜନ ରଥ ମଧ୍ୟ ଉପସ୍ଥିତ ହୋଟେଲ ମାଲିକ ଓ ଜନସାଧାରଣଙ୍କୁ ବୁଝାଇଥିଲେ। ଆଗ୍ରହୀ ବ୍ୟକ୍ତିମାନେ କିପରି ଅନ୍‌ଲାଇନ୍‌ରେ ଆବେଦନ କରିବେ ଏବଂ ହୋମଷ୍ଟେ ଆରମ୍ଭ ହେବା ପରେ ସରକାରୀ ରିହାତି ପାଇବାର ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ସୂଚନା ଦିଆଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?