ରୂପାନ୍ତରଣ ହେବ କାନ୍ତକବିଙ୍କ ଜନ୍ମପୀଠ

ଚାନ୍ଦବାଲି/ବାସୁଦେବପୁର/ଧାମନଗର/ଭଣ୍ଡାରିପୋଖରୀ,୧୩ା୬ (ଡି.ଏନ.ଏ./ସ୍ବ.ପ୍ର.): ୫-ଟି ସଚିବ ଭି. କେ. ପାଣ୍ଡିଆନ ଭଦ୍ରକ ଗସ୍ତ ଅବସରରେ ସୋମବାର ଦ୍ୱିତୀୟ ଦିନରେ ଚାନ୍ଦବାଲି, ବାସୁଦେବପୁର, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ଅବସରରେ ବନ୍ଦେ ଉତ୍କଳ ଜନନୀର ସ୍ରଷ୍ଟା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜନ୍ମପୀଠର ରୂପାନ୍ତରଣ କରାଯିବା ନେଇ ସେ ଘୋଷଣା କରିଛନ୍ତି।
ପ୍ରଥମେ ମନ୍ତେଇ ନଦୀର ବାଂଶଡ଼ା ପୋଲ, ଚାନ୍ଦବାଲି ଇନ୍‌ଡୋର ଷ୍ଟାଡିୟମ ଓ ମେଗା ପାନୀୟଜଳ ପ୍ରଳଳ୍ପ, ଚାନ୍ଦବାଲି ନାବିକ ପ୍ରଶିକ୍ଷଣ କେନ୍ଦ୍ର, ପର୍ଯ୍ୟଟନ ଜେଟି ଆଦି ୯ ସ୍ଥାନରେ ସମୀକ୍ଷା କରିଥିଲେ। ମା’ କାଳୀଙ୍କୁ ଦର୍ଶନ ସହ କାଳୀପଡ଼ିଆରେ ଆୟୋଜିତ ମହିଳା ସମାବେଶରେ ଯୋଗଦେଇ ଅଭିଯୋଗପତ୍ର ଗ୍ରହଣ କରିଥିଲେ। ସେଠାରୁ ବାସୁଦେବପୁରର ନିର୍ମାଣାଧୀନ ବସ୍‌ଷ୍ଟାଣ୍ଡ୍‌, ବାସୁଦେବପୁର ଡାକ୍ତରଖାନା ପରିଦର୍ଶନ କରିଥିଲେ। ଅନୁଷ୍ଠିତ ସଭାରେ ଯୋଗଦେଇ ଜଳସେଚନ ଓ ଚାଷୀଙ୍କ ସମସ୍ୟାକୁ ସର୍ବାଧିକ ଗୁରୁତ୍ୱ ଦିଆଯିବ। ଏଥିସହ ଅଞ୍ଚଳର ଧର୍ମାନୁଷ୍ଠାନର ଉନ୍ନତୀକରଣ ପାଇଁ ୭ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଖୁସି ଖବର ଦେବେ ବୋଲି ସେ କହିଥିଲେ। ପରେ ମନ୍ଦାରୀସ୍ଥିତ ୫-ଟି ରୂପାନ୍ତରିତ ସ୍କୁଲ, ରକ୍ତତୀର୍ଥ ଇରମଠାରେ ଶହୀଦ ସମାଧିପୀଠ ଓ ସ୍ମୃତିସ୍ତମ୍ଭ ପରିଦର୍ଶନ କରିଥିଲେ। ସେଠାରେ ଶହୀଦଙ୍କ ଉଦ୍ଦେଶ୍ୟରେ ମାଲ୍ୟାର୍ପଣ କରି ପୀଠର ବିକାଶ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ପରେ ଧାମନଗରରେ ନିର୍ମାଣାଧୀନ ଇନ୍‌ଡୋର ଷ୍ଟାଡିୟମ, ସମନ୍ବିତ ଭିତ୍ତିଭୂମି ପ୍ରତିଷ୍ଠାନ (ଆଇଆଇସି) ଜରାନିବାସ ପରିଦର୍ଶନ କରି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ବନ୍ଦେ ଉତ୍କଳ ଜନନୀର ସ୍ରଷ୍ଟା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଜନ୍ମପୀଠ ଏହି ନିର୍ବାଚନମଣ୍ଡଳୀ ଅଧୀନ ତିହିଡ଼ି ବ୍ଲକ ତାଳପଦାର ଉଚ୍ଚକୋଟୀର ରୂପାନ୍ତରୀକରଣ କରାଯିବା ନେଇ ଘୋଷଣା କରିଛନ୍ତି। ଶେଷରେ ଭଣ୍ଡାରିପୋଖରୀରେ ମିଶନ ଶକ୍ତି ଷ୍ଟଲକୁ ବୁଲି ଦେଖିଥିଲେ। କେନ୍ଦୁଆପଦା ଓ ମଞ୍ଜୁରୀରୋଡ୍‌ ରେଳ ଓଭରବ୍ରିଜ କରାଯିବ। ଏଥିସହ ଆଖୁଆପଦାସ୍ଥିତ ବୈତରଣୀ ନଦୀ ଉପରେ ଯଥାଶୀଘ୍ର ବ୍ୟାରେଜ୍‌ ନିର୍ମାଣ ହେବ ଏବଂ ଏଥିନିମନ୍ତେ ୪ କୋଟି ୮୦ ଲକ୍ଷ ଟଙ୍କା ବ୍ୟୟବରାଦ କରାଯିବ ବୋଲି କହିଥିଲେ। ୫-ଟି ସଚିବଙ୍କ ଗସ୍ତ ସମୟରେ ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର, ଏସ୍‌ପି ବରୁଣ ଗୁଣ୍ଟୁପାଲ୍ଲି, ଜିଲା ପରିଷଦ ଅଧ୍ୟକ୍ଷ ପ୍ରଫୁଲ୍ଲ ଜେନାଙ୍କ ସହ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri