ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ ଖୋର୍ଦ୍ଧା ଜିଲା ପ୍ରଶାସନ ସହ ସମୀକ୍ଷା କରିଛନ୍ତି। ଭୁବନେଶ୍ୱରରେ ବୁଧବାର ଆୟୋଜିତ ଏହି ସମୀକ୍ଷା ବୈଠକରେ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ, ଯୁବଗୋଷ୍ଠୀ, ବନ ସୁରକ୍ଷା ସମିତି ସଦସ୍ୟ ଓ ବନ ଅଧିକାର ହିତାଧିକାରୀମାନେ ଯୋଗଦେଇଥିଲେ। ଅନୁସୂଚିତ ଜନଜାତିଙ୍କ ଜମି ଓ ଜଙ୍ଗଲ ସୁରକ୍ଷା, ବନ ଅଧିକାର, ପାରମ୍ପରିକ ସଂସ୍କୃତି ଓ ଐତିହ୍ୟର ସଂରକ୍ଷଣ ସହ ଜୀବିକା, ସାମାଜିକ ସୁରକ୍ଷା ଓ ବିକାଶମୂଳକ ପଦକ୍ଷେପ ଉପରେ ଆଲୋଚନା ହୋଇଥିଲା। ବିଭିନ୍ନ ସରକାରୀ କଲ୍ୟାଣକାରୀ ଯୋଜନାର ସଫଳ ରୂପାୟନ ନେଇ ମଧ୍ୟ ଆଲୋଚନା କରାଯାଇଥିଲା। ବିଭିନ୍ନ ସରକାରୀ ଓ ସଂଗଠନରେ କାର୍ଯ୍ୟରତ ଅନୁସୂଚିତ ଜନଜାତି ଅଧିକାରୀ ଓ କର୍ମଚାରୀଙ୍କ ସହ ଅଧ୍ୟକ୍ଷ ଆଲୋଚନା କରିଥିଲେ। ଖୋର୍ଦ୍ଧା ଜିଲାପାଳ ଅମ୍ରିତ ଋତୁରାଜ ଜିଲାରେ ଅନୁସୂଚିତ ଜନଜାତିଙ୍କ କଲ୍ୟାଣ ଓ ବିକାଶ ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କମିଶନ ଅଧ୍ୟକ୍ଷଙ୍କୁ ଅବଗତ କରାଇଥିଲେ। ଏହି ଅବସରରେ ଆର୍ଯ୍ୟ ଅନୁସୂଚିତ ଜନଜାତି ଛାତ୍ରୀଛାତ୍ର, ଯୁବଗୋଷ୍ଠୀ, ବନ ସୁରକ୍ଷା ସମିତି ସଦସ୍ୟ ଓ ବନ ଅଧିକାର ହିତାଧିକାରୀଙ୍କ ସହ ଆଲୋଚନା କରି ବିଭିନ୍ନ ପଦକ୍ଷେପର ସମୀକ୍ଷା କରିଥିଲେ। ପରେ ସେ ‘ଏକ ପେଡ୍‌ ମା’ କେ ନାମ୍‌’ କାର୍ଯ୍ୟକ୍ରମରେ ଯୋଗଦେଇ ଚାରା ରୋପଣ କରିଥିଲେ। ବୈଠକରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା, ଖୋର୍ଦ୍ଧା ଡିଏଫ୍‌ଓ ଲାଡେ ଗଜାନନ, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, ଭୁବନେଶ୍ୱର ବିଏମ୍‌ସି ଅଧିକାରୀ, ଜିଲା ମଙ୍ଗଳ ଅଧିକାରୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ପରେ କ୍ୟାପିଟାଲ ହସ୍ପିଟାଲରେ ସିକଲ୍‌ ସେଲ୍‌ ରୋଗ ସମ୍ପର୍କିତ ସ୍ବାସ୍ଥ୍ୟ ଶିବିରରେ ଆର୍ଯ୍ୟ ଯୋଗଦେଇଥିଲେ। ସିକିଲ୍‌ ସେଲ୍‌ ରୋଗୀଙ୍କ ସମସ୍ୟା ଦୂର ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ସିକିଲ୍‌ ସେଲ୍‌ ରୋଗ ସମ୍ପର୍କରେ କାର୍ଯ୍ୟରତ ସଂଗଠନ ପକ୍ଷରୁ ବିଭିନ୍ନ ସରକାୀ ହସ୍ପିଟାଲରେ ଏହି ରୋଗୀମାନେ ଅବହେଳାର ଶିକାର ହେଉଥିବା ଅଭିଯୋଗ ଉଠିଥିଲା। ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା, ନିୟମିତ ପରୀକ୍ଷା, ଆବଶ୍ୟକ ଔଷଧ ଓ ମାନବିକ ସେବା ଯୋଗାଇଦେବାକୁ ସଂଗଠନ ପକ୍ଷରୁ ଦାବି କରାଯାଇଥିଲା। ଅଭିଯୋଗଗୁଡ଼ିକୁ ଶୁଣି ଆର୍ଯ୍ୟ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ଆଲୋଚନା କରି ସିକିଲ୍‌ ସେଲ୍‌ ରୋଗୀଙ୍କ ସମସ୍ୟାର ସମାଧାନ ଓ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ରୋଗୀମାନଙ୍କ ପ୍ରତି ଅବହେଳା ନ କରି ଆବଶ୍ୟକ ସ୍ବାସ୍ଥ୍ୟସେବା ଓ ସୁବିଧା ସୁନିଶ୍ଚିତ କରିବାକୁ ସେ ପରାମର୍ଶ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାଟଡିହୀ ବିଇଓ ରାଜୀବ ଦଳେଇ ନିଲମ୍ବିତ: କାର୍ଯ୍ୟରେ ଅବହେଳା ଅଭିଯୋଗରେ କାର୍ଯ୍ୟାନୁଷ୍ଠାନ

ହାଟଡିହୀ/ଛେନାପଦୀ, ୯।୯(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ରାଜୀବ ଦଳେଇଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବୁଧବାର ମଧ୍ୟାହ୍ନରେ ସ୍ପେଶାଲ ମେସେଞ୍ଜର…

ବିନା ଅନୁମତିରେ ସାଉଣ୍ଡ ବାଜିଲେ ଜବତ ହେବ ଡିଜେ ଗାଡ଼ି, ସିଧା ହେବେ ଗିରଫ: ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ

ପୁରୁଷୋତ୍ତମପୁର,୯।୯(ସବିତା ମିଶ୍ର): ଆଗାମୀ ପୂଜାପାର୍ବଣ ସମୟରେ ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ପୁରୁଷୋତ୍ତମପୁର ପୋଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଉପଜିଲାପାଳଙ୍କ ବିନା ଅନୁମତିରେ କୌଣସି ସ୍ଥାନରେ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଭବାନୀପାଟଣା-ତାସିଗୁଡ଼ା ଓଏସଆରଟିସି ବସ୍ ବନ୍ଦ: ଲାଭଜନକ ରୁଟ୍‌ରେ ସେବା ଠପ୍, ଆସନ୍ତା ଶନିବାର ସୁଦ୍ଧା…

ଥୁଆମୂଳ ରାମପୁର, ୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ସଦର ମହକୁମା ଭବାନୀପାଟଣାରୁ ଥୁଆମୂଳ ରାମପୁର ଓ ଗୁଣପୁର ଦେଇ ତାସିଗୁଡ଼ା ପର୍ଯ୍ୟନ୍ତ ଚାଲୁଥିବା ସରକାରୀ (ଓଏସଆରଟିସି)…

ପ୍ରଶାସନର ନାକତଳେ ଖୋଲାଖୋଲି ଭାବେ ଶ୍ରମିକ ଚାଲାଣ, ସବୁ ଜାଣି ଶ୍ରମ ବିଭାଗ ଚୁପ୍‌

ଥୁଆମୂଳ ରାମପୁର,୯ା୯(ଦୁର୍ଗା କୀର୍ତ୍ତି): ଗ୍ରାମାଞ୍ଚଳରେ ଶ୍ରମିକଙ୍କୁ ସୋହାଗୀ ନିଯୁକ୍ତି ଏବଂ ମନରେଗା ଯୋଜନାରେ ବେକାର ଯୁବକ ଉପକୃତ ହେଉଥିବା ନେଇ ସରକାରୀ ଦାବିର ସତ୍ୟତା ଏବେ ପଦାରେ…

ତୁରୁମୁଙ୍ଗା ଜାତୀୟ ରାଜପଥ କଡ଼ରୁ ହଟିଲା ଜବରଦଖଲ: ଚାଲିଲା ଜେସିବି, ଥଇଥାନ ଦାବି କଲେ ବ୍ୟବସାୟୀ

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ର ତୁରୁମୁଙ୍ଗା ବଜାର ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ କଡ଼ରୁ ବୁଧବାର ବ୍ୟାପକ ଜବରଦଖଲ ଉଚ୍ଛେଦ…

ଘର ପଛ ଅଣ୍ଡରଗ୍ରାଉଣ୍ଡ୍‌ ସିକ୍ରେଟ୍‌ ଚାମ୍ବରରୁ ଚାଲିଥିଲା କଫ୍‌ ସିରପ୍‌ କାରବାର: ୮୧୩ ବୋତଲ ଜବତ, ମହିଳା ଗିରଫ, ସ୍ୱାମୀ ଫେରାର

ବରଗଡ଼,୯ା୯(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପୋଲିସ୍‌ ନିଶା କାରବାର ବିରୋଧରେ ନିଜର ଧରପଗଡ଼ ଅଭିଯାନକୁ ଅଧିକ ଜୋରଦାର କରିଛି। ବୁଧବାର ଭଟଲି ଥାନା ପୋଲିସ୍‌ ବଡ଼ମାଳ ଗ୍ରାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri