‘ପ୍ରତି ମାସରେ ଯୋଜନାଗୁଡ଼ିକର ସମୀକ୍ଷା କର’

ଭୁବନେଶ୍ୱର, ୨୨।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ, ନିର୍ଦ୍ଦେଶକ ଏବଂ ଜିଲାସ୍ତରୀୟ ଅଧିକାରୀଙ୍କ ମିଳିତ ବୈଠକ ଶନିବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି କହିଲେ, ବିଭାଗ ଦ୍ୱାରା ଚାଷୀଙ୍କୁ ସର୍ବାଧିକ ଲାଭ ଦେବା ଉଦ୍ଦେଶ୍ୟରେ ଅନେକଗୁଡ଼ିଏ ଯୋଜନା ଏକତ୍ର କାର୍ଯ୍ୟକାରୀ କରାଯାଉଛି। ତେଣୁ ମାସକୁ ଅନ୍ତତଃପକ୍ଷେ ଥରେ ଏହି ଦୁଇ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ସମେତ ବିଭାଗ ଅଧୀନରେ ଥିବା ନିର୍ଦ୍ଦେଶାଳୟ ଏବଂ ଜିଲାସ୍ତରୀୟ ଅଧିକାରୀଙ୍କ ମିଳିତ ବୈଠକ ବସି ଯୋଜନାଗୁଡ଼ିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯିବା ଆବଶ୍ୟକ। ଏହାଦ୍ୱାରା କୃଷି ଉତ୍ପାଦନ ବୃଦ୍ଧି ହେବା ସହିତ ମତ୍ସ୍ୟ ଓ କୁକୁଡ଼ା ଚାଷ, ଗୋପାଳନ ଆଦି କ୍ଷେତ୍ରରେ ବିକାଶ ସାଧିତ ହୋଇପାରିବ ବୋଲି କହିଥିଲେ। ଚଳିତ ୨୦୨୨-୨୩ ବର୍ଷରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ୫୮୧ ଜଣ ଉଦ୍ୟୋଗୀଙ୍କୁ ମୋଟ ୪୪ କୋଟି ୭୯ ଲକ୍ଷ ଟଙ୍କା ସବ୍‌ସିଡି ଆକାରରେ ପ୍ରଦାନ କରାଯାଇଛି। ଘରଦୁଆରେ ପୁଷ୍ଟି ଯୋଜନାରେ ହିତାଧିକାରୀଙ୍କୁ ଫଳଚାରା ଓ ପରିବା ମିନିକିଟ୍‌ ବଣ୍ଟନ କାର୍ଯ୍ୟ ଆସନ୍ତା ୨୬ ତାରିଖ ସୁଦ୍ଧା ଶେଷ କରିବା ପାଇଁ ମନ୍ତ୍ରୀ କ୍ଷେତ୍ର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ କୃଷି ବିଭାଗର ସ୍ବତନ୍ତ୍ର ଶାସନ ସଚିବ ସଞ୍ଜୀବ କୁମାର ଚଢ଼ାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଦ୍ୱାରା ପ୍ରସ୍ତୁତ ‘କୃଷକଙ୍କ ଆୟବୃଦ୍ଧି, ଓଡ଼ିଶା ରୋଡ୍‌୍‌ମ୍ୟାପ୍‌ ୨୦୩୦’ ପୁସ୍ତିକାକୁ ମନ୍ତ୍ରୀ ଉନ୍ମୋଚନ କରିଥିଲେ।
କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯୋଜନାର ଅଗ୍ରଗତି ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ତଥା ଆପିକଲର ପରିଚାଳନା ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟ, ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନ, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡା ଉପସ୍ଥିତ ଥିଲେ। ଏଥିସହ ସମସ୍ତ ଜିଲା ମୁଖ୍ୟ କୃଷି ଅଧିକାରୀ, ସିଡିଭିଓ, ଜିଲା ମତ୍ସ୍ୟ ଅଧିକାରୀ, ଉଦ୍ୟାନ ବିଭାଗର ଉପନିର୍ଦ୍ଦେଶକ, ସହକାରୀ ଉପନିର୍ଦ୍ଦେଶକ ଏବଂ ଆପିକଲ ଡିଷ୍ଟ୍ରିକ୍ଟ ମ୍ୟାନେଜର ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri