‘ପ୍ରତି ମାସରେ ଯୋଜନାଗୁଡ଼ିକର ସମୀକ୍ଷା କର’

ଭୁବନେଶ୍ୱର, ୨୨।୧(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ଏବଂ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ, ନିର୍ଦ୍ଦେଶକ ଏବଂ ଜିଲାସ୍ତରୀୟ ଅଧିକାରୀଙ୍କ ମିଳିତ ବୈଠକ ଶନିବାର କୃଷି ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରି କହିଲେ, ବିଭାଗ ଦ୍ୱାରା ଚାଷୀଙ୍କୁ ସର୍ବାଧିକ ଲାଭ ଦେବା ଉଦ୍ଦେଶ୍ୟରେ ଅନେକଗୁଡ଼ିଏ ଯୋଜନା ଏକତ୍ର କାର୍ଯ୍ୟକାରୀ କରାଯାଉଛି। ତେଣୁ ମାସକୁ ଅନ୍ତତଃପକ୍ଷେ ଥରେ ଏହି ଦୁଇ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ସମେତ ବିଭାଗ ଅଧୀନରେ ଥିବା ନିର୍ଦ୍ଦେଶାଳୟ ଏବଂ ଜିଲାସ୍ତରୀୟ ଅଧିକାରୀଙ୍କ ମିଳିତ ବୈଠକ ବସି ଯୋଜନାଗୁଡ଼ିକର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯିବା ଆବଶ୍ୟକ। ଏହାଦ୍ୱାରା କୃଷି ଉତ୍ପାଦନ ବୃଦ୍ଧି ହେବା ସହିତ ମତ୍ସ୍ୟ ଓ କୁକୁଡ଼ା ଚାଷ, ଗୋପାଳନ ଆଦି କ୍ଷେତ୍ରରେ ବିକାଶ ସାଧିତ ହୋଇପାରିବ ବୋଲି କହିଥିଲେ। ଚଳିତ ୨୦୨୨-୨୩ ବର୍ଷରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ୫୮୧ ଜଣ ଉଦ୍ୟୋଗୀଙ୍କୁ ମୋଟ ୪୪ କୋଟି ୭୯ ଲକ୍ଷ ଟଙ୍କା ସବ୍‌ସିଡି ଆକାରରେ ପ୍ରଦାନ କରାଯାଇଛି। ଘରଦୁଆରେ ପୁଷ୍ଟି ଯୋଜନାରେ ହିତାଧିକାରୀଙ୍କୁ ଫଳଚାରା ଓ ପରିବା ମିନିକିଟ୍‌ ବଣ୍ଟନ କାର୍ଯ୍ୟ ଆସନ୍ତା ୨୬ ତାରିଖ ସୁଦ୍ଧା ଶେଷ କରିବା ପାଇଁ ମନ୍ତ୍ରୀ କ୍ଷେତ୍ର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ କୃଷି ବିଭାଗର ସ୍ବତନ୍ତ୍ର ଶାସନ ସଚିବ ସଞ୍ଜୀବ କୁମାର ଚଢ଼ାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଦ୍ୱାରା ପ୍ରସ୍ତୁତ ‘କୃଷକଙ୍କ ଆୟବୃଦ୍ଧି, ଓଡ଼ିଶା ରୋଡ୍‌୍‌ମ୍ୟାପ୍‌ ୨୦୩୦’ ପୁସ୍ତିକାକୁ ମନ୍ତ୍ରୀ ଉନ୍ମୋଚନ କରିଥିଲେ।
କୃଷି ବିଭାଗର ପ୍ରମୁଖ ଶାସନ ସଚିବ ଅରବିନ୍ଦ କୁମାର ପାଢ଼ୀ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଯୋଜନାର ଅଗ୍ରଗତି ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ତଥା ଆପିକଲର ପରିଚାଳନା ନିର୍ଦ୍ଦେଶକ ପ୍ରେମଚନ୍ଦ୍ର ଚୌଧାରୀ, ଉଦ୍ୟାନ କୃଷି ନିର୍ଦ୍ଦେଶକ ରୋହିତ କୁମାର ଲେଙ୍କା, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଡ. ୟେଦୁଲ୍ଲା ବିଜୟ, ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନ, ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡା ଉପସ୍ଥିତ ଥିଲେ। ଏଥିସହ ସମସ୍ତ ଜିଲା ମୁଖ୍ୟ କୃଷି ଅଧିକାରୀ, ସିଡିଭିଓ, ଜିଲା ମତ୍ସ୍ୟ ଅଧିକାରୀ, ଉଦ୍ୟାନ ବିଭାଗର ଉପନିର୍ଦ୍ଦେଶକ, ସହକାରୀ ଉପନିର୍ଦ୍ଦେଶକ ଏବଂ ଆପିକଲ ଡିଷ୍ଟ୍ରିକ୍ଟ ମ୍ୟାନେଜର ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡ଼ିଲେ ପ୍ରକାଶ ବେହେରା

ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା...

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri