ଶିକ୍ଷା, କ୍ରୀଡ଼ା, ମିଶନ ଶକ୍ତି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା

ସୁନ୍ଦରଗଡ଼/ଟେନ୍‌ସା/କୁଅଁାରମୁଣ୍ଡା, ୧୨୩(ଡି.ଏନ୍‌.ଏ.)

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ଼ ଜିଲା ଗସ୍ତରେ ଆସି ଶନିବାର ବଣାଇ ଉପଖଣ୍ଡର ଚାରୋଟି ବ୍ଲକ ସମେତ ବୀରମିତ୍ରପୁର ମ୍ୟୁନିସିପାଲିଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ୫-ଟି ସଚିବଙ୍କ ସମେତ କ୍ରୀଡ଼ା ଏବଂ ଯୁବ ସେବା ସଚିବ ଆର. ଭିନିଲ କ୍ରିଷ୍ଣା ମଧ୍ୟ ଏହି ଗସ୍ତରେ ଯୋଗଦେଇଥିଲେ। ୫-ଟି ଅଧୀନରେ ରୂପାନ୍ତରିତ ସରକାରୀ ହାଇସ୍କୁଲ ସହିତ ମିଶନ ଶକ୍ତି କାଫେ, ନିର୍ମାଣାଧୀନ ହକି ପ୍ରଶିକ୍ଷଣ କେନ୍ଦ୍ର ଏବଂ ବଣାଇ ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ ସହିତ ବୀରମିତ୍ରପୁରର ପ୍ରସ୍ତାବିତ ପ୍ରକଳ୍ପ ଆଦିର କାର୍ଯ୍ୟ ସମୀକ୍ଷା କରିଛନ୍ତି।
୫-ଟି ସଚିବ ପ୍ରଥମେ ଗୁରୁଣ୍ଡିଆ ବ୍ଲକରେ ରୂପାନ୍ତରିତ ହୋଇଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବଣାଇର ବଇଦପାଲି ହାଇସ୍କୁଲ ପରିଦର୍ଶନ କରିଥିଲେ। ସେଠାରେ ସେ ସ୍ମାର୍ଟ କ୍ଲାସ୍‌ରୁମ୍‌, ଆଧୁନିକ ବିଜ୍ଞାନାଗାର, ଲାଇବ୍ରେରି ଏବଂ କମ୍ପ୍ୟୁଟର ଲାବ୍‌ ଆଦି ବୁଲି ଦେଖିଥିଲେ। ସରକାରୀ ହାଇସ୍କୁଲରେ ଏଭଳି ଅତ୍ୟାଧୁନିକ ବ୍ୟବସ୍ଥା ପିଲାମାନଙ୍କ ପାଠପଢ଼ାରେ କିପରି ସହାୟକ ହୋଇପାରୁଛି ସେ ବିଷୟରେ ଛାତ୍ରୀଛାତ୍ର ଏବଂ ଶିକ୍ଷୟିତ୍ରୀଶିକ୍ଷକଙ୍କଠାରୁ ପଚାରି ବୁଝିଥିଲେ। ଏହାପରେ ଲହୁଣିପଡ଼ା ବ୍ଲକର ତୁମକେଲାଠାରେ ନିର୍ମାଣାଧୀନ ବିଜୁସେତୁ କାର୍ଯ୍ୟର ସମୀକ୍ଷା କରିଥିଲେ। ବଣାଇର ଆର୍‌ଡିଡି ହାଇସ୍କୁଲ ପଡ଼ିଆରେ ନିର୍ମାଣାଧୀନ ହକି ପ୍ରଶିକ୍ଷଣ କେନ୍ଦ୍ରରେ ପ୍ରଶିକ୍ଷଣ ନେଉଥିବା ଖେଳାଳିମାନଙ୍କ ସହିତ ବାର୍ତ୍ତାଳାପ ମଧ୍ୟ କରିଥିଲେ। ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟସ୍ଥ ‘ମିଶନ ଶକ୍ତି କାଫେ’ ପରିଦର୍ଶନ କରିଥିଲେ। ଏହି କାଫେ ପରିଚାଳନା ଦାୟିତ୍ୱରେ ରହିଥିବା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନଙ୍କ ଜୀବିକା ବିଷୟରେ ପଚାରି ବୁଝିଥିଲେ ଏବଂ ଜଳଖିଆ ଗ୍ରହଣ କରିଥିଲେ। କାଫେର ପରିଚ୍ଛନ୍ନତା ଓ ଖାଦ୍ୟର ମାନ ଉପରେ ଗୁରୁତ୍ୱ ଦେବା ପାଇଁ ପରାମର୍ଶ ଦେଇଥିଲେ। ଏହାପରେ ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି ଆବଶ୍ୟକତା ପଚାରି ବୁଝିଥିଲେ।
କୋଇଡ଼ାର ଗୋପବନ୍ଧୁ ହାଇସ୍କୁଲ, ଡିଗ୍ରୀ କଲେଜ ଓ ଆଇଟିଆଇ କଲେଜ, ସୁଦକ୍ଷ କେନ୍ଦ୍ର ପରିଦର୍ଶନ କରି ଛାତ୍ରୀଛାତ୍ରମାନଙ୍କ ସହିତ ବାର୍ତ୍ତାଳାପ କରିଥିଲେ ଏବଂ ଆବଶ୍ୟକତା କ’ଣ ବୋଲି ପଚାରି ବୁଝିଥିଲେ। ବୀରମିତ୍ରପୁର ମ୍ୟୁନିସିପାଲିଟି ଅଞ୍ଚଳର ଓ୍ବାର୍ଡ ନମ୍ବର ୧୩ସ୍ଥିତ ନିର୍ମାଣାଧୀନ ସ୍ମାର୍ଟ ପାର୍କ, ପ୍ରସ୍ତାବିତ ନୂତନ ବସ୍‌ଷ୍ଟାଣ୍ଡ, ବସ୍‌ଷ୍ଟାଣ୍ଡ ପରିସରରେ ଥିବା ଆହାର କେନ୍ଦ୍ର, ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ମଧ୍ୟ ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସୁନ୍ଦରଗଡ଼ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମନୋଜ ସତ୍ୟବାନ ମହାଜନ, ବଣାଇ ଉପଜିଲାପାଳ ସୁରଞ୍ଜନ ସାହୁ, ପାନପୋଷ ଉପଜିଲାପାଳ ଅଭିମନ୍ୟୁ ମାଝିଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

ସ୍କୁଲ ଭିତରକୁ ଯାଉଥିଲେ ଛାତ୍ର, ହଠାତ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ କସନ୍ଦି ପଞ୍ଚାୟତର କାଲାଡି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକ ଭୁଶୁଡ଼ି ୨ ଛାତ୍ର ଗୁରୁବାର…

ଗାଁରେ ପସିଲେ ହାତୀ, ଦଳି ଚକଟି ନଷ୍ଟ କଲେ ଫସଲ

କଲ୍ୟାଣସିଂହପୁର, ୬।୮ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ଅଧୀନ କେଶବ ନାୟକଗୁଡ଼ା ନୂଆ ସାହି ଏବଂ ଘାଗୁଡ଼ିମାଳ ଅଞ୍ଚଳରେ ହାତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri