ଶିକ୍ଷା, କ୍ରୀଡ଼ା, ମିଶନ ଶକ୍ତି ପ୍ରକଳ୍ପର ଅଗ୍ରଗତି ସମୀକ୍ଷା

ସୁନ୍ଦରଗଡ଼/ଟେନ୍‌ସା/କୁଅଁାରମୁଣ୍ଡା, ୧୨୩(ଡି.ଏନ୍‌.ଏ.)

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ଼ ଜିଲା ଗସ୍ତରେ ଆସି ଶନିବାର ବଣାଇ ଉପଖଣ୍ଡର ଚାରୋଟି ବ୍ଲକ ସମେତ ବୀରମିତ୍ରପୁର ମ୍ୟୁନିସିପାଲିଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି। ୫-ଟି ସଚିବଙ୍କ ସମେତ କ୍ରୀଡ଼ା ଏବଂ ଯୁବ ସେବା ସଚିବ ଆର. ଭିନିଲ କ୍ରିଷ୍ଣା ମଧ୍ୟ ଏହି ଗସ୍ତରେ ଯୋଗଦେଇଥିଲେ। ୫-ଟି ଅଧୀନରେ ରୂପାନ୍ତରିତ ସରକାରୀ ହାଇସ୍କୁଲ ସହିତ ମିଶନ ଶକ୍ତି କାଫେ, ନିର୍ମାଣାଧୀନ ହକି ପ୍ରଶିକ୍ଷଣ କେନ୍ଦ୍ର ଏବଂ ବଣାଇ ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ ସହିତ ବୀରମିତ୍ରପୁରର ପ୍ରସ୍ତାବିତ ପ୍ରକଳ୍ପ ଆଦିର କାର୍ଯ୍ୟ ସମୀକ୍ଷା କରିଛନ୍ତି।
୫-ଟି ସଚିବ ପ୍ରଥମେ ଗୁରୁଣ୍ଡିଆ ବ୍ଲକରେ ରୂପାନ୍ତରିତ ହୋଇଥିବା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବଣାଇର ବଇଦପାଲି ହାଇସ୍କୁଲ ପରିଦର୍ଶନ କରିଥିଲେ। ସେଠାରେ ସେ ସ୍ମାର୍ଟ କ୍ଲାସ୍‌ରୁମ୍‌, ଆଧୁନିକ ବିଜ୍ଞାନାଗାର, ଲାଇବ୍ରେରି ଏବଂ କମ୍ପ୍ୟୁଟର ଲାବ୍‌ ଆଦି ବୁଲି ଦେଖିଥିଲେ। ସରକାରୀ ହାଇସ୍କୁଲରେ ଏଭଳି ଅତ୍ୟାଧୁନିକ ବ୍ୟବସ୍ଥା ପିଲାମାନଙ୍କ ପାଠପଢ଼ାରେ କିପରି ସହାୟକ ହୋଇପାରୁଛି ସେ ବିଷୟରେ ଛାତ୍ରୀଛାତ୍ର ଏବଂ ଶିକ୍ଷୟିତ୍ରୀଶିକ୍ଷକଙ୍କଠାରୁ ପଚାରି ବୁଝିଥିଲେ। ଏହାପରେ ଲହୁଣିପଡ଼ା ବ୍ଲକର ତୁମକେଲାଠାରେ ନିର୍ମାଣାଧୀନ ବିଜୁସେତୁ କାର୍ଯ୍ୟର ସମୀକ୍ଷା କରିଥିଲେ। ବଣାଇର ଆର୍‌ଡିଡି ହାଇସ୍କୁଲ ପଡ଼ିଆରେ ନିର୍ମାଣାଧୀନ ହକି ପ୍ରଶିକ୍ଷଣ କେନ୍ଦ୍ରରେ ପ୍ରଶିକ୍ଷଣ ନେଉଥିବା ଖେଳାଳିମାନଙ୍କ ସହିତ ବାର୍ତ୍ତାଳାପ ମଧ୍ୟ କରିଥିଲେ। ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟସ୍ଥ ‘ମିଶନ ଶକ୍ତି କାଫେ’ ପରିଦର୍ଶନ କରିଥିଲେ। ଏହି କାଫେ ପରିଚାଳନା ଦାୟିତ୍ୱରେ ରହିଥିବା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟାମାନଙ୍କ ଜୀବିକା ବିଷୟରେ ପଚାରି ବୁଝିଥିଲେ ଏବଂ ଜଳଖିଆ ଗ୍ରହଣ କରିଥିଲେ। କାଫେର ପରିଚ୍ଛନ୍ନତା ଓ ଖାଦ୍ୟର ମାନ ଉପରେ ଗୁରୁତ୍ୱ ଦେବା ପାଇଁ ପରାମର୍ଶ ଦେଇଥିଲେ। ଏହାପରେ ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି ଆବଶ୍ୟକତା ପଚାରି ବୁଝିଥିଲେ।
କୋଇଡ଼ାର ଗୋପବନ୍ଧୁ ହାଇସ୍କୁଲ, ଡିଗ୍ରୀ କଲେଜ ଓ ଆଇଟିଆଇ କଲେଜ, ସୁଦକ୍ଷ କେନ୍ଦ୍ର ପରିଦର୍ଶନ କରି ଛାତ୍ରୀଛାତ୍ରମାନଙ୍କ ସହିତ ବାର୍ତ୍ତାଳାପ କରିଥିଲେ ଏବଂ ଆବଶ୍ୟକତା କ’ଣ ବୋଲି ପଚାରି ବୁଝିଥିଲେ। ବୀରମିତ୍ରପୁର ମ୍ୟୁନିସିପାଲିଟି ଅଞ୍ଚଳର ଓ୍ବାର୍ଡ ନମ୍ବର ୧୩ସ୍ଥିତ ନିର୍ମାଣାଧୀନ ସ୍ମାର୍ଟ ପାର୍କ, ପ୍ରସ୍ତାବିତ ନୂତନ ବସ୍‌ଷ୍ଟାଣ୍ଡ, ବସ୍‌ଷ୍ଟାଣ୍ଡ ପରିସରରେ ଥିବା ଆହାର କେନ୍ଦ୍ର, ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ମଧ୍ୟ ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସୁନ୍ଦରଗଡ଼ ଜିଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି, ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ମନୋଜ ସତ୍ୟବାନ ମହାଜନ, ବଣାଇ ଉପଜିଲାପାଳ ସୁରଞ୍ଜନ ସାହୁ, ପାନପୋଷ ଉପଜିଲାପାଳ ଅଭିମନ୍ୟୁ ମାଝିଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri