Posted inରାଜ୍ୟ

ପ୍ରତି ସପ୍ତାହରେ ପ୍ରକଳ୍ପର ସ୍ଥିତି ଅନୁଧ୍ୟାନ କର

ଭୁବନେଶ୍ୱର,୬ା୧(ବ୍ୟୁରୋ): କୋଭିଡ୍‌ ପରବର୍ତ୍ତୀ ସ୍ଥିତିରେ ଜୀବିକା ଅର୍ଜନ ଓ ନିଯୁକ୍ତି ସୃଷ୍ଟିଭିତ୍ତିକ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଦ୍ୟାନ କୃଷି, ପ୍ରାଣୀପାଳନ, ସମନ୍ବିତ କୃଷି, ଉଠା ଜଳସେଚନ, ପାନୀୟ ଜଳ ଯୋଗାଣ, ଗ୍ରାମୀଣ ଗୃହ ନିର୍ମାଣ, ରାସ୍ତାଘାଟ ନିର୍ମାଣ ଆଦି ପ୍ରକଳ୍ପ କ୍ଷେତ୍ରସ୍ତରୀୟ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର ଲୋକସେବା ଭବନଠାରେ ଭିଡିଓ କନ୍‌ଫରେନ୍ସରେ ସଚିବ ଜିଲାପାଳମାନଙ୍କ ସହ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଆଲୋଚନା କରିଥିଲେ। ପ୍ରକଳ୍ପଗୁଡ଼ିକର ବାସ୍ତବ ସ୍ଥିତି ସମ୍ପର୍କରେ ପ୍ରତି ସପ୍ତାହରେ ଅନୁଧ୍ୟାନ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରତ୍ୟେକ ଜିଲାର ପ୍ରାକୃତିକ ପରିବେଶ, ଜଳବାୟୁ ଓ ମାନବ ସମ୍ବଳ ସ୍ବତନ୍ତ୍ର ରହିଛି। ବିଭିନ୍ନ ପ୍ରକାର କୃଷିଭିତ୍ତିକ ଫାର୍ମ ଓ କୃଷି ଉଦ୍ୟୋଗର ମଧ୍ୟ ସମ୍ଭାବନା ରହିଛି। ଏହି ସବୁ ସମ୍ବଳ ଓ ସମ୍ଭାବନା ଅନୁଧ୍ୟାନ କରି ଅଭିନବ ପ୍ରକଳ୍ପ ପ୍ରସ୍ତାବ ପ୍ରସ୍ତୁତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏ ପ୍ରକାର ପ୍ରକଳ୍ପ ନିମନ୍ତେ ଅର୍ଥର ଅଭାବ ରହିବ ନାହିଁ। ଅର୍ଥ ସହ ଆବଶ୍ୟକ ବୈଷୟିକ କୌଶଳ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯିବ ବୋଲି ମହାପାତ୍ର କହିଛନ୍ତି।
ଆସନ୍ତା ୧୦ ଦିନ ମଧ୍ୟରେ ନିଜ ନିଜ ଜିଲାରେ ବିଭିନ୍ନ ବିଭାଗ ମାଧ୍ୟମରେ କାର୍ଯ୍ୟକାରୀ କରାଯାଉଥିବା ପ୍ରକଳ୍ପଗୁଡ଼ିକର ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ଶୂନ୍ୟସ୍ଥାନଗୁଡିକୁ ଚିହ୍ନଟ କରିବା ନିମନ୍ତେ ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କୃଷି, ପ୍ରାଣୀପାଳନ, ମତ୍ସ୍ୟଚାଷ, ଉଦ୍ୟାନ କୃଷି ଓ ଅନ୍ୟାନ୍ୟ ଅର୍ଥକରୀ ଫସଲ ରାଜ୍ୟ ଆର୍ଥିକ ବ୍ୟବସ୍ଥାର ଏକ ନିରନ୍ତର ଉତ୍ସ। ଏ ସବୁ ମାଧ୍ୟମରେ ଲୋକଙ୍କ ଖାଦ୍ୟ ନିରାପତ୍ତା, ନିଯୁକ୍ତି ଓ ଜୀବନ ଧାରଣମାନର ବିକାଶ ସହ ଆର୍ଥିକ ବ୍ୟବସ୍ଥାର ଦ୍ରୁତ ଅଭିବୃଦ୍ଧି ହେବ। ତେଣୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ନୂତନ ପ୍ରକଳ୍ପ ପ୍ରସ୍ତୁତ ଉପରେ ଗୁରୁତ୍ୱ ଦେବାକୁ କୃଷି ଉତ୍ପାଦନ କମିଶନର ରାଜ କୁମାର ଶର୍ମା ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି।
ଲୋକମାନଙ୍କ ଅଭିଯୋଗ ଶୁଣାଣି ଓ ସେଗୁଡ଼ିକର ସମାଧାନ ଦିଗରେ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜିଲାପାଳ ଲୋକମାନଙ୍କୁ ଉପଲବ୍ଧ ହେବା ଦରକାର। ବିଭିନ୍ନ ସେବା ପ୍ରଦାନକାରୀ ଅଧିକାରୀ ଓ କର୍ମଚାରୀମାନେ ଧୈର୍ଯ୍ୟ ଏବଂ ସହୃଦୟତାର ସହ ଲୋକମାନଙ୍କ ସମସ୍ୟା ଶୁଣି ସେସବୁର ସମାଧାନ ନିମନ୍ତେ ଯତ୍ନବାନ ହେବା ଉଚିତ। ଏଥିରେ ଅବହେଳା ଗ୍ରହଣୀୟ ନୁହେଁ ବୋଲି ମୁଖ୍ୟ ଶାସନ ସଚିବ ଜିଲାପାଳଙ୍କୁ ଚେତାଇ ଦେଇଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଦ୍ୱାରା ଯୋଗାଇ ଦିଆଯାଉଥିବା ଅନେକ ସେବା ଅନ୍‌ଲାଇନରେ ଉପଲବ୍ଧ ହେଉଛି। ଜାତି, ଆୟ, ଆବାସିକ ଆଦି ପ୍ରମାଣପତ୍ର ଅନ୍‌ଲାଇନରେ ଉପଲବ୍ଧ ହେଉଛି। କେତେକ ସ୍ଥାନରେ ଜମି ସୀମା ଚିହ୍ନଟ, ନାମଜାରି କାର୍ଯ୍ୟ ପାଇଁ ଲୋକମାନଙ୍କୁ ତହସିଲ ଦୌଡିବାକୁ ପଡୁଛି। ଜମିଜମା ବିବାଦ ମଧ୍ୟ ବଢୁଛି। ଗ୍ରାମ ଓ ପଞ୍ଚାୟତ ଓ୍ବାରି କାର୍ଯ୍ୟ ନିର୍ଘଣ୍ଟ ପ୍ରସ୍ତୁତ କରି ବିବାଦର ସମାଧାନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ଗୃହ ଓ ସାଧାରଣ ପ୍ରଶାସନ ବିଭାଗ ଅତିରିକ୍ତ ଶାସନ ସଚିବ ସଞ୍ଜୀବ ଚୋପ୍ରାଙ୍କ ସମେତ ସମସ୍ତ ରାଜସ୍ବ ଡିଭିଜନର ଆର୍‌ଡିସି, ଉପଜିଲାପାଳ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

ଶୃଙ୍ଖଳା ନାଁରେ ବର୍ବରତା! ୮୨ ଛାତ୍ରଙ୍କୁ ଅଧାଲଣ୍ଡା କରିଦେଲେ ଶିକ୍ଷକ, ରାଜ୍ୟରେ ହଇଚଇ

ମୁମ୍ବାଇ,୫।୧୦: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିମୁର ତାଲୁକାର ଜାମ୍ଭୁଲଘାଟସ୍ଥିତ ଏକ ସରକାରୀ ମାଧ୍ୟମିକ ଆଶ୍ରମ ବିଦ୍ୟାଳୟରେ ପ୍ରାୟ ୮୨ ଜଣ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ଥାଲାସିମିଆ ରୋଗ କ’ଣ? ଗର୍ଭବତୀ ମହିଳାଙ୍କର ଏହି ସମସ୍ୟା ଥିଲେ କେମିତି କରାଯିବ ଚିକିତ୍ସା ଜାଣନ୍ତୁ…

ଥାଲାସିମିଆ ହେଉଛି ଏକ ବଂଶଗତ ରୋଗ । ଏହି ରୋଗରେ ଶରୀରରେ ସଠିକ୍ ପରିମାଣରେ ହିମୋଗ୍ଲୋବିନ୍ ଏବଂ ସୁସ୍ଥ ଲୋହିତ ରକ୍ତ କଣିକା ତିଆରି ହୋଇପାରେ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?