ସମୀକ୍ଷାକଲେ ଡିଜିପି, ବାୟୁସେନା ଅଧିକାରୀ

ଚଣ୍ଡିଖୋଲ,୪ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୫ ତାରିଖରେ ଯାଜପୁର ଜିଲାର ଚଣ୍ଡିଖୋଲ ଆସୁଥିବାରୁ ପ୍ରଶାସନିକସ୍ତରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ରବିବାର ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ଆସି ଚଣ୍ଡିଖୋଲ ବେଣାପୁରଠାରେ ନିର୍ମାଣାଧୀନ ପ୍ରଧାନମନ୍ତ୍ରୀଙ୍କ ସଭାସ୍ଥଳ ପରିଦର୍ଶନ କରିବା ସହ ଆଇନଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଛନ୍ତି। ବାୟୁସେନାର ଅଧିକାରୀମାନେ ହେଲିକପ୍ଟରରେ ଆସି କାର୍ଯ୍ୟକ୍ରମର ତନଖି କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ ସରକାରୀ କାର୍ଯ୍ୟକ୍ରମରେ ଆସି ୩୫ ହଜାର କୋଟି ଟଙ୍କାର ବହୁ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିବେ। ଏହାପରେ ଉପସ୍ଥିତ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେବେ। ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ପ୍ରାୟ ୨ ଲକ୍ଷ ଲୋକଙ୍କ ସମାଗମ ହେବାର ଅଛି ବୋଲି ଯାଜପୁର ଜିଲା ଭାଜପା ସଭାପତି ଗୌତମ ରାୟ ପ୍ରକାଶ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଚଣ୍ଡିଖୋଲ-ପାରାଦୀପ ୫୩ନଂ. ଜାତୀୟ ରାଜପଥ ୮ ଲେନ କାର୍ଯ୍ୟର ଶିଳାନ୍ୟାସ, ଜୟପୁର-ନବରଙ୍ଗପୁର ରେଳପଥର ଶିଳାନ୍ୟାସ, ଝାଡ଼ପୋଖରିଆ-ବାରିପଦା-ବାଲେଶ୍ୱର ୧୮ନଂ. ଜାତୀୟ ରାଜପଥ, ଟାଙ୍ଗୀ- ଭୁବନେଶ୍ୱର ୧୬ନଂ. ଜାତୀୟ ରାଜପଥ ଅଂଶର ୬ ଲେନ କାର୍ଯ୍ୟ, ୪୯ନଂ. ଜାତୀୟ ରାଜପଥର ଅଂଶ, ଦୈତାରୀ-ଟମକା-ଯଖପୁରା ଦୋହରୀକରଣ ରେଳପଥ, ଖୋର୍ଦ୍ଧାରୋଡ-ବାରଙ୍ଗ ତୃତୀୟ ରେଳପଥର ଲୋକାର୍ପଣ କରିବା ସହ ପାରାଦୀପ ଏଲ୍‌ପିଜି ଟର୍ମିନାଲର ଶିଳାନ୍ୟାସ କରିବେ। ଏଥିସହିତ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳକୁ ଶୁଭାରମ୍ଭ କରିବେ। ପୁରୀରୁ ଭାୟା କେନ୍ଦୁଝର ଦେଇ ନୂଆଦିଲ୍ଲୀ ନୂତନ ରେଳ ଚଳାଚଳର ଶୁଭାରମ୍ଭ କରିବେ। ଯାଜପୁର ଜିଲାରେ ରେଳ କଣ୍ଟେନର ଡିପୋ ଓ ଯାଜପୁର-କେନ୍ଦୁଝର ମଧ୍ୟରେ ୱାଗନ ଯାଞ୍ଚ ପଏଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏହାସହିତ ଅନ୍ୟାନ୍ୟ କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏହି କାର୍ଯ୍ୟକ୍ରମ ପାଇଁ ରାଜ୍ୟ ଭାଜପା ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଛି॥ ବହୁ ରାଜ୍ୟସ୍ତରୀୟ ଭାଜପା ନେତା ସଭା ସ୍ଥଳକୁ ଆସି ତନଖି କରୁଥିବାବେଳେ ସୋମବାର ରାଜ୍ୟ ନେତୃତ୍ୱ ଓ କେନ୍ଦ୍ରମନ୍ତ୍ରୀ ସଭା ସ୍ଥଳ ପରିଦର୍ଶନରେ ଆସିବେ ବୋଲି ଦଳୀୟ ସୂତ୍ରରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?