ବନ୍ୟାସ୍ଥିତିର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ

ଭଦ୍ରକ ଅଫିସ,୨୮ା୮: ବୈତରଣୀରେ ସୃଷ୍ଟି ହୋଇଥିବା ବନ୍ୟାର ସ୍ଥତିି ସମ୍ପର୍କରେ ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ। ବୈତରଣୀରେ ବନ୍ୟା ଯୋଗୁ ଜିଲାର ଭଣ୍ଡାରିପୋଖରୀ, ଧାମନଗର ବ୍ଲକ ବିଶେଷ ପ୍ରଭାବିତ ହୋଇଥିବା ବେଳେ ଚାନ୍ଦବାଲି ଓ ତିହିଡ଼ି ବ୍ଲକର ମଧ୍ୟ କିଛି ଅଞ୍ଚଳ ପ୍ରଭାବିତ ହୋଇଛି। ତେବେ ବନ୍ୟା ଘେରରେ ରହିଥିବା ଲୋକଙ୍କୁ ଉଦ୍ଧାର ପ୍ରତି ଗୁରୁତ୍ୱ ଦେବାକୁ ଆରଡିସି ପରାମର୍ଶ ଦେଇଛନ୍ତି। ଏହା ବ୍ୟତୀତ ବନ୍ୟାଞ୍ଚଳରେ ରହିଥିବା ଲୋକଙ୍କୁ ଶୁଖିଲା ଖାଦ୍ୟ ତୁରନ୍ତ ପ୍ରଦାନ କରାଯିବା ସହିତ ଆବଶ୍ୟକ ପଡ଼ିଲେ ଲୋକଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯେଉଁମାନଙ୍କ ଘର ବନ୍ୟାରେ ଭାଙ୍ଗିଛି ଏବଂ ଯେଉଁ ସବୁ ଜମିରେ ଫସଲ ନଷ୍ଟ ହୋଇଛି ତାହାର ଆକଳନ କରି ତୁରନ୍ତ ରିପୋର୍ଟ ପ୍ରଦାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷ ଭାବେ ଯୁଦ୍ଧକାଳୀନ ଭିତ୍ତିରେ ଧନଜୀବନ ଉଦ୍ଧାର କରିବାକୁ ମୁତୟନ ହୋଇଥିବା ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ ଟିମ, ଅଗ୍ନିଶମ ବାହିନୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଉଦ୍ଧାର ସମୟରେ ବୟସ୍କ, ଗର୍ଭବତୀ ମହିଳା, ଶିଶୁ, ରୋଗଗ୍ରସ୍ତଙ୍କୁ ଅଧିକ ପ୍ରାଧାନ୍ୟ ଦିଆଯିବାକୁ ପରାମର୍ଶ ଦେଇଥିଲେ। ସରକାରୀ ଅଧିକାରୀମାନେ ଦାୟିତ୍ୱରେ ଥିବା ଅଞ୍ଚଳରେ ରହି ଏହି କାର୍ଯ୍ୟର ସୁପରିଚାଳନା ଓ ତଦାରଖ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ଦୁର୍ଗତଙ୍କୁ ରିଲିଫ୍‌ ଯୋଗାଣ ଉପରେ ମଧ୍ୟ ସେ ଆଲୋଚନା କରିଥିଲେ । ସମୀକ୍ଷା ବୈଠକରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ, ଅତିରିକ୍ତ ଜିଲାପାଳ(ସାଧାରଣ) ଶ୍ୟାମଭକ୍ତ ମିଶ୍ର, ପିଡି ମଧୁସୂଦନ ଦାସ, ଉପଜିଲାପାଳ ପୀତାମ୍ବର ସାମଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri