ବନ୍ୟାସ୍ଥିତିର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ

ଭଦ୍ରକ ଅଫିସ,୨୮ା୮: ବୈତରଣୀରେ ସୃଷ୍ଟି ହୋଇଥିବା ବନ୍ୟାର ସ୍ଥତିି ସମ୍ପର୍କରେ ସମୀକ୍ଷା କରିଛନ୍ତି କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଅନିଲ କୁମାର ସାମଲ। ବୈତରଣୀରେ ବନ୍ୟା ଯୋଗୁ ଜିଲାର ଭଣ୍ଡାରିପୋଖରୀ, ଧାମନଗର ବ୍ଲକ ବିଶେଷ ପ୍ରଭାବିତ ହୋଇଥିବା ବେଳେ ଚାନ୍ଦବାଲି ଓ ତିହିଡ଼ି ବ୍ଲକର ମଧ୍ୟ କିଛି ଅଞ୍ଚଳ ପ୍ରଭାବିତ ହୋଇଛି। ତେବେ ବନ୍ୟା ଘେରରେ ରହିଥିବା ଲୋକଙ୍କୁ ଉଦ୍ଧାର ପ୍ରତି ଗୁରୁତ୍ୱ ଦେବାକୁ ଆରଡିସି ପରାମର୍ଶ ଦେଇଛନ୍ତି। ଏହା ବ୍ୟତୀତ ବନ୍ୟାଞ୍ଚଳରେ ରହିଥିବା ଲୋକଙ୍କୁ ଶୁଖିଲା ଖାଦ୍ୟ ତୁରନ୍ତ ପ୍ରଦାନ କରାଯିବା ସହିତ ଆବଶ୍ୟକ ପଡ଼ିଲେ ଲୋକଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯେଉଁମାନଙ୍କ ଘର ବନ୍ୟାରେ ଭାଙ୍ଗିଛି ଏବଂ ଯେଉଁ ସବୁ ଜମିରେ ଫସଲ ନଷ୍ଟ ହୋଇଛି ତାହାର ଆକଳନ କରି ତୁରନ୍ତ ରିପୋର୍ଟ ପ୍ରଦାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷ ଭାବେ ଯୁଦ୍ଧକାଳୀନ ଭିତ୍ତିରେ ଧନଜୀବନ ଉଦ୍ଧାର କରିବାକୁ ମୁତୟନ ହୋଇଥିବା ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ ଟିମ, ଅଗ୍ନିଶମ ବାହିନୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଉଦ୍ଧାର ସମୟରେ ବୟସ୍କ, ଗର୍ଭବତୀ ମହିଳା, ଶିଶୁ, ରୋଗଗ୍ରସ୍ତଙ୍କୁ ଅଧିକ ପ୍ରାଧାନ୍ୟ ଦିଆଯିବାକୁ ପରାମର୍ଶ ଦେଇଥିଲେ। ସରକାରୀ ଅଧିକାରୀମାନେ ଦାୟିତ୍ୱରେ ଥିବା ଅଞ୍ଚଳରେ ରହି ଏହି କାର୍ଯ୍ୟର ସୁପରିଚାଳନା ଓ ତଦାରଖ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ବନ୍ୟା ଦୁର୍ଗତଙ୍କୁ ରିଲିଫ୍‌ ଯୋଗାଣ ଉପରେ ମଧ୍ୟ ସେ ଆଲୋଚନା କରିଥିଲେ । ସମୀକ୍ଷା ବୈଠକରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ, ଅତିରିକ୍ତ ଜିଲାପାଳ(ସାଧାରଣ) ଶ୍ୟାମଭକ୍ତ ମିଶ୍ର, ପିଡି ମଧୁସୂଦନ ଦାସ, ଉପଜିଲାପାଳ ପୀତାମ୍ବର ସାମଲ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ପ୍ରଚେଷ୍ଟା ରହିଲେ ସଫଳତା ନିଶ୍ଚିତ ମିଳିବ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ସେଣ୍ଟ ଆନ୍ସ ଇଂଗ୍ରାଜୀ ମିଡିୟମ ସ୍କୁଲର ୧୯ ତମ ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି। ଆୟୋଜିତ ଉତ୍ସବରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri