ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ

ଭୁବନେଶ୍ବର, ୨ା୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକପ୍ରତିନିଧି ଆଇନ ୧୯୫୦/୧୯୫୧ର ପରିବର୍ତ୍ତନ କରାଯାଇ ଭୋଟର ତାଲିକାରେ କେତେଗୁଡ଼ିଏ ସଂଶୋଧନ କରାଯାଇଛି। ଏହା ସୋମବାରଠାରୁ କାର୍ଯ୍ୟକାରୀ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କହିବାନୁଯାୟୀ, ଭୋଟର ତାଲିକାରେ ନାମ ପଞ୍ଜୀକରଣ ଲାଗି କେବଳ ଫର୍ମ ନମ୍ବର-୬ରେ ଆବେଦନ କରାଯିବ। ପ୍ରବାସୀ ଭାରତୀୟ ନାଗରିକମାନେ ନାମ ପଞ୍ଜୀକରଣ ପାଇଁ ଫର୍ମ ନମ୍ବର-୬(କ)ରେ ଆବେଦନ କରିପାରିବେ। ଫର୍ମ ନମ୍ବର-୭ ଦ୍ୱାରା ଭୋଟର ତାଲିକାରୁ ନାମ ବାଦ୍‌ଦେବା ସହିତ ମୃତ୍ୟୁ ପ୍ରମାଣପତ୍ର ସଂଲଗ୍ନ କରାଯାଇପାରିବ। ସେହିପରି ଫର୍ମ ନମ୍ବର-୮ରେ ନିର୍ବଚାନମଣ୍ଡଳୀ ମଧ୍ୟରେ କିମ୍ବା ବାହାରକୁ ବାସସ୍ଥାନ ସ୍ଥାନାନ୍ତର ନିମନ୍ତେ ଆବେଦନ କରିବା, ଭୋଟର ତାଲିକାରେ ଥିବା ବିବରଣୀଗୁଡ଼ିକର ସଂଶୋଧନ, ପରିଚୟପତ୍ର ବଦଳ ଏବଂ ଦିବ୍ୟାଙ୍ଗ ଭୋଟରଙ୍କ ଚିହ୍ନଟ ନିମନ୍ତେ ଆବେଦନ କରିହେବ।
ସେହିପରି ଆଧାର ସଂଯୋଗୀକରଣ ନିମନ୍ତେ ଫର୍ମ ନମ୍ବର-୬(ଖ)ରେ ଆବେଦନ କରାଯିବ। ବୁଥ୍‌ସ୍ତରୀୟ ଅଧିକାରୀ ଭୋଟରଙ୍କଠାରୁ ଆଧାର ତଥ୍ୟ ଫର୍ମ ନମ୍ବର-୬(ଖ)ରେ ସଂଗ୍ରହ କରିବେ। ୨୦୨୩ ଏପ୍ରିଲ ୧ ସୁଦ୍ଧା ତାଲିକାଭୁକ୍ତ ଭୋଟରମାନେ ସେମାନଙ୍କ ଆଧାର ବିବରଣୀ ସମ୍ପୃକ୍ତ ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କୁ ଜଣାଇବାକୁ ନିଷ୍ପତ୍ତି ନିଆଯାଇଛି। ଭୋଟର ତାଲିକାରେ ନାମ ପଞ୍ଜୀକରଣ ଲାଗି ୪ଟି ଯୋଗ୍ୟତାସୂଚକ ତାରିଖ ତଥା ଜାନୁୟାରୀ ୧, ଏପ୍ରିଲ ୧, ଜୁଲାଇ ୧ ଏବଂ ଅକ୍ଟୋବର ୧ ତାରିଖ ରହିବ।
ପୂର୍ବରୁ କେବଳ ଜାନୁୟାରୀ ୧କୁ ଯୋଗ୍ୟତାସୂଚକ ତାରିଖ ଧରାଯାଉଥିଲା।
୧୭ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଯୁବବର୍ଗ ବର୍ତ୍ତମାନ ସେମାନଙ୍କ ନାମ ଭୋଟର ତାଲିକାରେ ପଞ୍ଜୀକରଣ କରିବା ପାଇଁ ଆଗୁଆ ଆବେଦନ କରିପାରିବେ। ଯେଉଁ ନୂତନ ଭୋଟରଙ୍କ ବୟସ ଉପରୋକ୍ତ ୪ଟି ତାରିଖ ସୁଦ୍ଧା ୧୮ ବର୍ଷ ପୂରଣ ହେଉଥିବ ସେମାନେ ନିଜ ନାମ ପଞ୍ଜୀକରଣ କରିପାରିବେ। ବର୍ତ୍ତମାନଠାରୁ ପ୍ରତି ୩ ମାସରେ ଭୋଟର ତାଲିକାରେ ନାମ ପଞ୍ଜୀକରଣ ହୋଇପାରିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?