ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ

ଭୁବନେଶ୍ବର, ୨ା୮(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଆଇନ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକପ୍ରତିନିଧି ଆଇନ ୧୯୫୦/୧୯୫୧ର ପରିବର୍ତ୍ତନ କରାଯାଇ ଭୋଟର ତାଲିକାରେ କେତେଗୁଡ଼ିଏ ସଂଶୋଧନ କରାଯାଇଛି। ଏହା ସୋମବାରଠାରୁ କାର୍ଯ୍ୟକାରୀ ହୋଇଛି ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ସୂଚନା ଦେଇଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କହିବାନୁଯାୟୀ, ଭୋଟର ତାଲିକାରେ ନାମ ପଞ୍ଜୀକରଣ ଲାଗି କେବଳ ଫର୍ମ ନମ୍ବର-୬ରେ ଆବେଦନ କରାଯିବ। ପ୍ରବାସୀ ଭାରତୀୟ ନାଗରିକମାନେ ନାମ ପଞ୍ଜୀକରଣ ପାଇଁ ଫର୍ମ ନମ୍ବର-୬(କ)ରେ ଆବେଦନ କରିପାରିବେ। ଫର୍ମ ନମ୍ବର-୭ ଦ୍ୱାରା ଭୋଟର ତାଲିକାରୁ ନାମ ବାଦ୍‌ଦେବା ସହିତ ମୃତ୍ୟୁ ପ୍ରମାଣପତ୍ର ସଂଲଗ୍ନ କରାଯାଇପାରିବ। ସେହିପରି ଫର୍ମ ନମ୍ବର-୮ରେ ନିର୍ବଚାନମଣ୍ଡଳୀ ମଧ୍ୟରେ କିମ୍ବା ବାହାରକୁ ବାସସ୍ଥାନ ସ୍ଥାନାନ୍ତର ନିମନ୍ତେ ଆବେଦନ କରିବା, ଭୋଟର ତାଲିକାରେ ଥିବା ବିବରଣୀଗୁଡ଼ିକର ସଂଶୋଧନ, ପରିଚୟପତ୍ର ବଦଳ ଏବଂ ଦିବ୍ୟାଙ୍ଗ ଭୋଟରଙ୍କ ଚିହ୍ନଟ ନିମନ୍ତେ ଆବେଦନ କରିହେବ।
ସେହିପରି ଆଧାର ସଂଯୋଗୀକରଣ ନିମନ୍ତେ ଫର୍ମ ନମ୍ବର-୬(ଖ)ରେ ଆବେଦନ କରାଯିବ। ବୁଥ୍‌ସ୍ତରୀୟ ଅଧିକାରୀ ଭୋଟରଙ୍କଠାରୁ ଆଧାର ତଥ୍ୟ ଫର୍ମ ନମ୍ବର-୬(ଖ)ରେ ସଂଗ୍ରହ କରିବେ। ୨୦୨୩ ଏପ୍ରିଲ ୧ ସୁଦ୍ଧା ତାଲିକାଭୁକ୍ତ ଭୋଟରମାନେ ସେମାନଙ୍କ ଆଧାର ବିବରଣୀ ସମ୍ପୃକ୍ତ ନିର୍ବାଚନ ପଞ୍ଜୀକରଣ ଅଧିକାରୀଙ୍କୁ ଜଣାଇବାକୁ ନିଷ୍ପତ୍ତି ନିଆଯାଇଛି। ଭୋଟର ତାଲିକାରେ ନାମ ପଞ୍ଜୀକରଣ ଲାଗି ୪ଟି ଯୋଗ୍ୟତାସୂଚକ ତାରିଖ ତଥା ଜାନୁୟାରୀ ୧, ଏପ୍ରିଲ ୧, ଜୁଲାଇ ୧ ଏବଂ ଅକ୍ଟୋବର ୧ ତାରିଖ ରହିବ।
ପୂର୍ବରୁ କେବଳ ଜାନୁୟାରୀ ୧କୁ ଯୋଗ୍ୟତାସୂଚକ ତାରିଖ ଧରାଯାଉଥିଲା।
୧୭ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଯୁବବର୍ଗ ବର୍ତ୍ତମାନ ସେମାନଙ୍କ ନାମ ଭୋଟର ତାଲିକାରେ ପଞ୍ଜୀକରଣ କରିବା ପାଇଁ ଆଗୁଆ ଆବେଦନ କରିପାରିବେ। ଯେଉଁ ନୂତନ ଭୋଟରଙ୍କ ବୟସ ଉପରୋକ୍ତ ୪ଟି ତାରିଖ ସୁଦ୍ଧା ୧୮ ବର୍ଷ ପୂରଣ ହେଉଥିବ ସେମାନେ ନିଜ ନାମ ପଞ୍ଜୀକରଣ କରିପାରିବେ। ବର୍ତ୍ତମାନଠାରୁ ପ୍ରତି ୩ ମାସରେ ଭୋଟର ତାଲିକାରେ ନାମ ପଞ୍ଜୀକରଣ ହୋଇପାରିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri