Posted inଜାତୀୟ

ପ୍ରାଣୀ ଜବତ ନିୟମ ପ୍ରତ୍ୟାହାର କର

ନୂଆଦିଲ୍ଲୀ, ୫।୧(ପି.ଟି.): ପ୍ରାଣୀ ବ୍ୟବସାୟ କିମ୍ବା ପରିବହନରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଜୀବ ନିଷ୍ଠୁରତା ପ୍ରତିକାର ଆଇନରେ ମାମଲା ଚାଲିଲେ ସମ୍ପୃକ୍ତ ପ୍ରାଣୀଙ୍କୁ ଜବତ କରାଯାଇଥାଏ। ୨୦୧୭ରେ ସରକାର ଏଭଳି ନିୟମ ପ୍ରଚଳନ କରିଥିଲେ। ତେବେ ଏହା ଉକ୍ତ ଆଇନର ବିରୁଦ୍ଧାଚରଣ କରୁଥିବାରୁ ତୁରନ୍ତ ଉକ୍ତ ନିୟମାବଳୀ ପ୍ରତ୍ୟାହାର କରିବା କିମ୍ବା ସଂଶୋଧନ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଯଦି ଏହାକୁ ପ୍ରତ୍ୟାହାର କିମ୍ବା ସଂଶୋଧନ କରା ନ ଯାଏ ତେବେ ଏହାକୁ ସ୍ଥଗିତ ରଖାଯିବ। ଆଇନ ଅନୁଯାୟୀ ଅଭିଯୁକ୍ତ ଯଦି ଦୋଷୀସାବ୍ୟସ୍ତ ହୁଅନ୍ତି ତେବେ ସମ୍ପୃକ୍ତ ପ୍ରାଣୀଙ୍କୁ ଜବତ କରାଯାଇପାରିବ ବୋଲି ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ, ଜଷ୍ଟିସ୍‌ ଏ.ଏସ୍‌. ବୋପାନ୍ନା ଏବଂ ଭି. ରାମସୁବ୍ରମଣ୍ୟନଙ୍କ ଖଣ୍ଡପୀଠ କହିଛନ୍ତି। ଯେଉଁ ବ୍ୟକ୍ତିଙ୍କ ବିରୋଧରେ ଜୀବେ ନିଷ୍ଠୁରତା ନିରୋଧୀ ଆଇନରେ ମାମଲାର ବିଚାର ଚାଲୁଛି, ଜୀବଜନ୍ତୁ ସେମାନଙ୍କ ଜୀବିକାର ଉତ୍ସ। ତେଣୁ ସମ୍ପୃକ୍ତ ବ୍ୟକ୍ତି ଦୋଷୀସାବ୍ୟସ୍ତ ନ ହେବା ପର୍ଯ୍ୟନ୍ତ ଜୀବଜନ୍ତୁଙ୍କୁ ଜବତ କରାଯାଇପାରିବ ନାହିଁ ବୋଲି ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri