‘ବିପ୍ଳବୀ ଗୋବିନ୍ଦ’ ଶୁଟିଂ ଆରମ୍ଭ

ଢେଙ୍କାନାଳ ଅଫିସ, ୩୧।୧୨ ବିଶିଷ୍ଟ ଗାନ୍ଧୀବାଦୀ ତଥା ସଂଗ୍ରାମୀ ଗୋବିନ୍ଦ ମିଶ୍ରଙ୍କ ଜୀବନୀକୁ ନେଇ ପ୍ରାମାଣିକ ଟେଲି ଚଳଚ୍ଚିତ୍ର ‘ବିପ୍ଳବୀ ଗୋବିନ୍ଦ’ର ଶୁଟିଂ ଆରମ୍ଭ ହୋଇଛି। ସଂଗ୍ରାମୀଙ୍କ କର୍ମଭୂମି ଚମ୍ପାପୁର, କଇଥା ସମେତ ଏହାର ଆଖପାଖ ଅଞ୍ଚଳରେ ଏହାର ଶୁଟିଂ ଚାଲିଛି। ମହାତ୍ମା ଗାନ୍ଧୀ ରାତ୍ରିଯାପନ କରିଥିବା କଇଥା-ଚମ୍ପାପୁର ଗାନ୍ଧୀ ଶିକ୍ଷାଶ୍ରମ ପରିସରରେ ବୁଧବାର ଆନୁଷ୍ଠାନିକ ଭାବେ ପୂଜାର୍ଚ୍ଚନା କରାଯିବା ପରେ ଏହାର ଶୁଟିଂ ଆରମ୍ଭ ହୋଇଛି।
ନିରଞ୍ଜନ ମିଶ୍ରଙ୍କ ପରିଚାଳନାରେ ଗୋବିନ୍ଦ ମିଶ୍ର ସ୍ମୃତି ପରିଷଦ ପ୍ରଯୋଜନାରେ ପ୍ରସ୍ତୁତ କରାଯାଉଥିବା ଏହି ପ୍ରାମାଣିକ ଟେଲି ଚଳଚ୍ଚିତ୍ରରେ ବିପ୍ଳବୀ ଗୋବିନ୍ଦଙ୍କ ଜୀବନୀ, ସଂଗ୍ରାମ ଓ ଜାତିର ଗାନ୍ଧୀଙ୍କ ସହିତ ତାଙ୍କର ସମ୍ପର୍କ ବିଷୟରେ ଦର୍ଶକ ବହୁ ତଥ୍ୟ ଜାଣିବାକୁ ପାଇବେ। ଜାତୀୟ ଖ୍ୟାତି ସମ୍ପନ୍ନ ନାଟ୍ୟକାର ଦୀନେଶ ଦାସ ଏହାର ଚିତ୍ରନାଟ୍ୟ ଓ ସଂଳାପ ରଚନା କରିଥିବାବେଳେ ନିର୍ଦ୍ଦେଶନା ମଧ୍ୟ ଦେଇଛନ୍ତି। ବିପ୍ଳବୀ ଗୋବିନ୍ଦ ମିଶ୍ରଙ୍କ ତିରୋଧାନ ଦିବସରେ ଏହି ପ୍ରାମାଣିକ ଟେଲି ଚଳଚ୍ଚିତ୍ରଟି ମୁକ୍ତିଲାଭ କରିବାକୁ ଯୋଜନା କରାଯାଇଛି। ଚମ୍ପାପୁର, କଇଥା, ଦଶପଲ୍ଲା, ଢେଙ୍କାନାଳ ଜିଲାର ବିଭିନ୍ନ ସ୍ଥାନରେ ଏହାର ଶୁଟିଂ କରାଯିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

ଯୌତୁକ ନିର୍ଯ୍ୟାତନାରୁ ମହିଳାଙ୍କ ଆତ୍ମହତ୍ୟା ଘଟଣା: ୫ ମାସ ପରେ ଅଭିଯୁକ୍ତ ସ୍ବାମୀ ଗଲେ ଜେଲ  

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଆନନ୍ଦ ନଗର ର ବିଶ୍ଵନାଥ ମହାରଣାଙ୍କ ଝିଅ ଉଷାରାଣୀ ମହାରଣା ସ୍ବାମୀ ଓ…

ହାଇ ଆଲର୍ଟ: ଜିଲାରେ ଝାଡ଼ଖଣ୍ଡ ଓ ବାହାର ରାଜ୍ୟର ଅପରାଧୀ, ସତର୍କ ରହିବାକୁ ପୋଲିସର ଅପିଲ୍

ହାଟଡିହୀ/ଛେନାପଦୀ, ୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲାରେ ଝାଡ଼ଖଣ୍ଡ ସମେତ ବାହାର ରାଜ୍ୟର ଅପରାଧୀ ଗ୍ୟାଙ୍ଗର ଗତିବିଧି ନଜରକୁ ଆସିବା ପରେ ଜିଲା ପୋଲିସ ପକ୍ଷରୁ…

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?