Posted inଫୁରସତ

ଷ୍ଟଣ୍ଟ୍‌ କରିବାରୁ ପୋଲିସ ଦ୍ୱାରା ପୁରସ୍କୃତ

ପୁନେ:ପୁନେଠାରୁ ପ୍ରାୟ ୧୫ କିଲୋମିଟର ଦୂରରେ ଥିବା ପିମ୍ପ୍ରି-ଚିଞ୍ଚ୍‌ୱାଡ଼ର ଏକ ରାସ୍ତାରେ ଜଣେ ଯୁବକ ଚଳନ୍ତା କାର ଉପରେ ବସି ଷ୍ଟଣ୍ଟ୍‌ ପ୍ରଦର୍ଶନ କରୁଥିବା ନେଇ ଏକ ଭିଡିଓ ସାମାଜିକ ଗଣମାଧ୍ୟମ ଏକ୍ସରେ ଭାଇରାଲ ହେବାରେ ଲାଗିଛି। ପୁନେ ପୋଲିସ ପକ୍ଷରୁ ଏହି ଭିଡିଓଟିକୁ ଶେୟାର କରାଯାଇଛି। ଏଭଳି ଷ୍ଟଣ୍ଟ୍‌ ନ କରିବାକୁ ଯୁବପିଢ଼ିଙ୍କୁ ପରାମର୍ଶ ଦେବା ସହ ଏହାର ପରିଣାମ ଭୟଙ୍କର ହୋଇଥିବା ଚେତାଇଛି ପୋଲିସ। ପିମ୍ପ୍ରି-ଚିଞ୍ଚ୍‌ୱାଡର ଏକ ଜନଗହଳି ପୂର୍ଣ୍ଣ ରାସ୍ତାରେ ଚଳନ୍ତା କାରରେ ଷ୍ଟଣ୍ଟବାଜି କରିବାରୁ ସମ୍ପୃକ୍ତ ଯୁବକଙ୍କୁ ପୁରସ୍କାର ଦିଆଯାଇଥିବା ଏହି ପୋଷ୍ଟରେ ସୂଚାଇଛି ପୋଲିସ। ଆଇପିସିର ଧାରା ୨୭୯ ଏବଂ ୩୩୬ ଏବଂ ମୋଟର ଯାନ ଅଧିନିୟମର ଧାରା ୧୮୪, ୧୧୯ ଏବଂ ୧୭୭ ଅନୁଯାୟୀ ସମ୍ପୃକ୍ତ ଯୁବକଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ସେହିପରି ଯୁବକଙ୍କ ଦ୍ୱାରା ଷ୍ଟଣ୍ଟରେ ବ୍ୟବହୃତ କାରକୁ ମଧ୍ୟ ପୁନେ ପୋଲିସ ଜବତ କରିଛି। ସର୍ବସାଧାରଣ ସ୍ଥାନଗୁଡ଼ିକରେ ଏଭଳି ଷ୍ଟଣ୍ଟ୍‌ର ପରିମାଣ ଭୟଙ୍କର ହୋଇଥିବା କହି, ଏଭଳି କାର୍ଯ୍ୟରେ ଲିପ୍ତ ନ ରହିବାକୁ ଜନସାଧାରଣଙ୍କୁ ଚେତାଇଛି ପୋଲିସ। ଏଭଳି କାର୍ଯ୍ୟକଳାପକୁ ରୋକିବା ପାଇଁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଥିବା ପୁନେ ପୋଲିସ ପକ୍ଷରୁ ଏହି ପୋଷ୍ଟରେ ସୂଚନା ଦିଆଯାଇଛି। ସାମାଜିକ ଗଣମାଧ୍ୟମ ଏକ୍ସ’ରେ ପୁନେ ପୋଲିସର ଏହି ପୋଷ୍ଟ ବହୁଳ ଭାବେ ଭାଇରାଲ ହେଉଥିବା ସହ ଷ୍ଟଣ୍ଟ୍‌ ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ଅନେକ ବେଶ୍‌ ପସନ୍ଦ କରିଛନ୍ତି। ଏଭଳି ଷ୍ଟଣ୍ଟ୍‌କୁ କମେଣ୍ଟ ମାଧ୍ୟମରେ ବିପଜ୍ଜନକ କହିଛନ୍ତି ଅନେକ ଏକ୍ସ ୟୁଜର୍ସ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri