Posted inଜାତୀୟ

ଆର ଜି କର ମାମଲା: ଆମରଣ ଅନଶନରେ ବସିଥିବା ୭ ଜଣ ଡାକ୍ତରଙ୍କ ମଧ୍ୟରୁ ଜଣଙ୍କର ବିଗିଡିଲା ସ୍ବାସ୍ଥ୍ୟାବସ୍ଥା, ଆଇସିୟୁରେ ଭର୍ତ୍ତି

କୋଲକାତା,୧୧।୧୦: ଆରଜି କର ହସ୍ପିଟାଲରେ ଘଟିଥିବା ବଳାତ୍କାର ଓ ହତ୍ୟା ଘଟଣା ବିରୋଧରେ କୋଲକାତାରେ ଆମରଣ ଅନଶନ କରୁଥିବା ଜଣେ ଜୁନିଅର ଡାକ୍ତରଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଗୁରୁବାର ରାତିରେ ତାଙ୍କୁ ତୁରନ୍ତ ଆର.ଜି କର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସୂଚନାଯୋଗ୍ୟ, ଶନିବାର ରାତିରୁ ଜୁନିଅର ଡାକ୍ତରମାନେ ଉକ୍ତ ମାମଲାକୁ ବିରୋଧ କରି ଆମରଣ ଅନଶନରେ ବସିଛନ୍ତି।
ଏହି ଆନ୍ଦୋଳନକୁ ସମର୍ଥନ କରୁଥିବା ବରିଷ୍ଠ ଡାକ୍ତର ସୁବର୍ଣ୍ଣ ଗୋସ୍ବାମୀ କହିଛନ୍ତି ଜଣେ ଜୁନିଅର ଡାକ୍ତରଙ୍କ ସ୍ବାସ୍ଥ ଅବସ୍ଥା ବିଗିଡି ଯାଇଛି। ତାଙ୍କ ଅବସ୍ଥା ବର୍ତ୍ତମାନ ଭଲ ନାହଁି। ତାଙ୍କୁ ଆରଜି କର ହସ୍ପିଟାଲ ନିଆଯାଇ ଆଇସିୟୁରେ ଭର୍ତ୍ତି କରାଯାଇଛି।
ଗତ ଦୁଇମାସ ଧରି ଆରଜି କର ବଳାତ୍କାର ଓ ହତ୍ୟା ମାମଲାରେ ପୀଡିତାଙ୍କୁ ନ୍ୟାୟ ଦାବିରେ ଜୁନିଅର ଡାକ୍ତରମାନେ ଅନଶନରେ ବସିଛନ୍ତି। ଗୁରୁବାର ସାରେ ଗତ ୬ଦିନ ଧରି ଉପବାସରେ ଥିବା ୭ଜଣ ଡାକ୍ତରଙ୍କ ସ୍ବାସ୍ଥ୍ୟ ଅବସ୍ଥା ଦେଖିବାକୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଚାରିଜଣ ବିଶେଷଜ୍ଞ ଡାକ୍ତରଙ୍କ ଏକ ଟିମ ଫାଷ୍ଟ ସାଇଟକୁ ପଠାଇଥିଲା।
ଖବରଦାତାମାନଙ୍କ ସହ କଥାବାର୍ତ୍ତା କରି ଚାରି ସଦସ୍ୟ ବିଶିଷ୍ଟ ଡାକ୍ତରୀ ଦଳର ସଦସ୍ୟ ଦୀପ୍ତେନ୍ଦ୍ର ସରକାର କହିଛନ୍ତି ଯେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଦେଖିବାକୁ କରିବାକୁ ଆମେ ଏଠାକୁ ଆସିଛୁ। ପାଞ୍ଚ ଦିନ ଉପବାସ ପରେ ଗୁରୁବାର ପର୍ଯ୍ୟନ୍ତ ସେମାନଙ୍କର ସ୍ବାସ୍ଥ୍ୟ ପାରାମିଟରଗୁଡିକ ଭଲ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?