Posted inଜାତୀୟ

ଆରଜି କର ମେଡିକାଲ ex ପ୍ରିନ୍ସପାଲଙ୍କ ଭୟାନକ କାଣ୍ଡ, ବାଂଲାଦେଶକୁ ବିକୁଥିଲେ ମୃତଦେହ

ନୂଆଦିଲ୍ଲୀ,୨୧।୮: ଆରଜି କର ମେଡିକାଲ କଲେଜ ଘଟଣାକୁ ନେଇ ସାରା ଦେଶରେ ଆଲୋଡନ ସୃଷ୍ଟି ହୋଇଛି। ପରିସ୍ଥିତି ଏପରି ହୋଇଛି ଯେ, ସାରା ଦେଶର ଡାକ୍ତରମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ତେବେ ଏହାରି ଭିତରେ ବଡ଼ ପର୍ଦ୍ଦାଫାଶ ହୋଇଛି। ଆରଜି ହସ୍ପିଟାଲର ପୂର୍ବ ପ୍ରିନ୍ସପାଲ ସନ୍ଦୀପ ଘୋଷଙ୍କ ନାଁ ସଙ୍ଗୀନ ଅଭିଯୋଗ ହୋଇଛି। ସନ୍ଦୀପ, ଟ୍ରେନି ଡାକ୍ତରଙ୍କ ଘଟଣା ପରେ କଲେଜରୁ ଇସ୍ତଫା ଦେଇଥିଲେ।

ହସ୍ପିଟାଲର ପୂର୍ବ ସୁପରିଟେଣ୍ଡଣ୍ଟ ଅଭିଯୋଗ ଆଣିଛନ୍ତି କି, ପୂର୍ବ ପ୍ରିନ୍ସପାଲ ସନ୍ଦୀପ କିଛି ଅନୈତିକ କାର୍ଯ୍ୟରେ ସାମିଲ୍‌ ଅଛନ୍ତି। ସେ ମୃତଦେହକୁ ବିକ୍ରି କରି ରାକେଟ ଚଳାଇଛନ୍ତି। ଚିହ୍ନଟ ହୋଇ ନ ଥିବା ମୃତଦେହକୁ ସେ ବିକ୍ରି କରୁଛନ୍ତି। ପୂର୍ବ ସୁପରିଟେଣ୍ଡଣ୍ଟ ଅଖତର ଅଲି ଏକ ଜାତୀୟ ଗଣମାଧ୍ୟକୁ ସାକ୍ଷାତକାରରେ କହିଛନ୍ତି, ସନ୍ଦୀପ ବାଂଲାଦେଶରେ ବାୟୋମେଡିକାଲ ଆବର୍ଜନା ଓ ମେଡିକାଲ ସପ୍ଲାଏ ଦୁର୍ନୀତିରେ ସାମିଲ୍‌ ଅଛନ୍ତି।

ସେ ଆହୁରି ଅଭିଯୋଗ କରିଛନ୍ତି, ଏହି ରାକେଟ ଚଳାଇବା ପରେ ସେ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏଥିପାଇଁ ତାଙ୍କ ଉପରେ ଏକ ଯାଞ୍ଚ କମିଟି ବସିଥିଲା। ହେଲେ ଅଭିଯୁକ୍ତ ହୋଇଥିଲେ ମଧ୍ୟ ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା।
ଆରଜି ମେଡିକାଲରେ ଇସ୍ତଫା ଦେଇଥିବା ଏକ୍ସ ପ୍ରିନ୍ସପାଲଙ୍କୁ କିଛି ଘଣ୍ଟା ମଧ୍ୟରେ କୋଲକାତା ମେଡିକାଲ କଲେଜରେ ନିଯୁକ୍ତି ମିଳି ଯାଇଥିଲା। ସୁପରିଟେଣ୍ଡଣ୍ଟ ଆହୁରି ସାଂଘାତିକ ଅଭିଯୋଗ କରିଛନ୍ତି କି, ସନ୍ଦୀପ ଘୋଷ ଆରଜି ମେଡିକାଲରୁ ଛାତ୍ରଙ୍କୁ ପାସ୍‌ କରିବା ପାଇଁ ଲାଞ୍ଚ ମାଗୁଥିଲେ। ଲାଞ୍ଚ ନ ଦେଲ ଜାଣିଶୁଣି କିଛି ଛାତ୍ରଙ୍କୁ ଫେଲ୍‌ କରିଦେଉଥିଲେ। ଏହାପରେ ତାଙ୍କଠାରୁ ମୋଟା ଅଙ୍କର କଲେଜ ଫି ଆଦାୟ କରୁଥିଲେ।

କୋଲକାତାର ଆର୍‌.ଜି. କର୍‌ ମେଡିକାଲ କଲେଜ ଓ ହସ୍ପିଟାଲ୍ସରେ ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାର ତଦନ୍ତ ଭାର କୋଲକାତା ହାଇକୋର୍ଟ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)କୁ ହସ୍ତାନ୍ତର କରିଛନ୍ତି। ସିବିଆଇ ମାମଲାର ତଦନ୍ତ ଜାରି ରଖିଛି। ତେବେ ଉକ୍ତ ମେଡିକାଲ କଲେଜରେ ଟ୍ରାନ୍ସଫର ପୋଷ୍ଟିଂ ପାଇଁ ଲାଞ୍ଚ କାରବାର ହେଉଥିବା ନେଇ ସିବିଆଇ ତଦନ୍ତରୁ ଜଣାପଡ଼ିଛି। ସେହିପରି ଦୀର୍ଘଦିନ ଧରି ବେଆଇନ ଔଷଧ କାରବାର ମଧ୍ୟ ଆର୍‌.ଜି. କର୍‌ ମେଡିକାଲ କଲେଜରେ ହେଉଥିବା ସିବିଆଇ ସୂତ୍ରରୁ ପ୍ରକାଶ ପାଇଛି।

ଏହି ବେଆଇନ ଔଷଧ ରାକେଟ ବର୍ଷ ବର୍ଷ ଧରି କେବଳ ଉକ୍ତ ମେଡିକାଲ କଲେଜ ନୁହେଁ ବରଂ ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ସଞ୍ଚାଳିତ ଅନ୍ୟାନ୍ୟ ମେଡିକାଲ କଲେଜକୁ ବ୍ୟାପିଛି। ପଶ୍ଚିମବଙ୍ଗ ରାଜ୍ୟ ସରକାରଙ୍କ ଦ୍ୱାରା କିଣାଯାଇଥିବା କୋଟି କୋଟି ମୂଲ୍ୟର ଏହି ମେଡିସିନ ବିଭିନ୍ନ ଅବୈଧ ନେଟ୍‌ଓ୍ବାର୍କ ମାଧ୍ୟମରେ ଘରୋଇ ମେଡିକାଲ ଷ୍ଟୋରଗୁଡ଼ିକୁ ସ୍ଥାନାନ୍ତରିତ କରାଯାଇଥିବା ସିବିଆଇ ସୂତ୍ରରୁ ପ୍ରକାଶ ପାଇଛି। ଯେଉଁ ଡାକ୍ତର କିମ୍ବା ହସ୍ପିଟାଲ କର୍ମଚାରୀ ବିଭିନ୍ନ ଫୋରମ୍‌ରେ ଏହି ଦୁର୍ନୀତି ଏବଂ ଅନିୟମିତତା ବିରୋଧରେ ସ୍ବର ଉଠାଉଥିଲେ ସେମାନଙ୍କୁ ଟାର୍ଗେଟ କରାଯାଇ ବଳାତ୍କାର ଏବଂ ହତ୍ୟା କରାଯାଉଥିଲା। ତେବେ ଉଭୟ ଦୁର୍ନୀତିରେ ରାଜ୍ୟ ସରକାରଙ୍କ କେତେଜଣ ବରିଷ୍ଠ ଅଧିକାରୀ ସାମିଲ ଥିବା ନେଇ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି।

ଦୁର୍ନୀତିରେ ସମ୍ପୃକ୍ତ ଅନ୍ୟ ଡାକ୍ତର ଏବଂ ବ୍ୟକ୍ତିବିଶେଷଙ୍କୁ ଖୋଜିବାକୁ ସିବିଆଇ ପ୍ରୟାସ ଜାରି ରଖିଛି। ଲାଞ୍ଚ ନେଇ ଡାକ୍ତରଙ୍କ ବଦଳି ଦୁର୍ନୀତିରେ କେତେଜଣ ଡାକ୍ତର ଏବଂ ରାଜ୍ୟ ପ୍ରଶାସନର ଗୋଟିଏ ରାକେଟ କାମ କରୁଛି ବୋଲି ସିବିଆଇର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଯେଉଁ ଡାକ୍ତରମାନେ ନିଜ ମନପସନ୍ଦର ମେଡିକାଲ କଲେଜକୁ ବଦଳିହେବାକୁ ଚାହୁଁଥିଲେ, ସେମାନଙ୍କୁ ପ୍ରାୟ ୨୦ରୁ ୩୦ ଲକ୍ଷ ଟଙ୍କା ଦେବାକୁ କୁହାଯାଉଛି। ଗତ ୯ରେ ଆର୍‌.ଜି. କର୍‌ ମେଡିକାଲ କଲେଜରେ ବଳାତ୍କାର ଓ ହତ୍ୟାର ଶିକାର ହୋଇଥିବା ପୀଡ଼ିତା ଏହି ବ୍ୟବସ୍ଥାକୁ ନେଇ ଅସନ୍ତୁଷ୍ଟ ରହିଥିଲେ। ସେ ବିଭିନ୍ନ ଫୋରମରେ ଏହା ବିରୋଧରେ ପ୍ରତିବାଦ କରିଥିଲେ ବୋଲି ସିବିଆଇ କହିଛି। ଅନ୍ୟପକ୍ଷରେ, ଆର୍‌.ଜି. କର୍‌ ମେଡିକାଲ କଲେଜରେ ଅଙ୍ଗ ପ୍ରତ୍ୟଙ୍ଗ ଚାଲାଣ ହେଉଥିବା ନେଇ ଭାଜପା ନେତ୍ରୀ ଲକେଟ ଚାଟାର୍ଜୀ ଅଭିଯୋଗ କରିଛନ୍ତି। ହସ୍ପିଟାଲକୁ ଚିକିତ୍ସା ପାଇଁ ଆସୁଥିବା ରୋଗୀମାନଙ୍କ ଅଙ୍ଗ ପ୍ରତ୍ୟଙ୍ଗକୁ ରାଜ୍ୟ ସରକାରଙ୍କ କିଛି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ସହଯୋଗରେ ହସ୍ପିଟାଲ କର୍ତ୍ତୃପକ୍ଷ ଚାଲାଣ କରନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri