ରିଆଙ୍କ ବ୍ୟାଙ୍କ୍‌ ଆକାଉଣ୍ଟ ଉପରୁ ହଟିଲା କଟକଣା

ମୁମ୍ବାଇ,୧୦।୧୧: ଦୀର୍ଘ ୧୪ ମାସ ପରେ ବଲିଉଡ୍‌ ଅଭିନେତ୍ରୀ ରିଆ ଚକ୍ରବର୍ତ୍ତୀଙ୍କ ବ୍ୟାଙ୍କ୍‌ ଆକାଉଣ୍ଟ ଉପରୁ କଟକଣା ଉଠାଇଛନ୍ତି ସ୍ବତନ୍ତ୍ର ଆଣ୍ଟି ଡ୍ରଗ୍ସ କୋର୍ଟ। ଏଥିସହିତ ତାଙ୍କ ଫୋନ ଓ ଲ୍ୟାପଟପ୍‌ ଫେରାଇବାକୁ କୋର୍ଟ ଅନୁମତି ଦେଇଛନ୍ତି। ବ୍ୟାଙ୍କ ଆକାଉଣ୍ଟ ଉପରୁ କଟକଣା ହଟାଇବା ଓ ଇଲେକ୍‌ଟ୍ରୋନିକ୍‌ ଗ୍ୟାଜେଟ୍‌ ଫେରାଇ ଦେବା ପାଇଁ କୋର୍ଟରେ ଅନୁରୋଧ କରିଥିଲେ ରିଆ। କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ତଦନ୍ତ ଶେଷ ନ ହେବା ପର୍ଯ୍ୟନ୍ତ ସେ ଫୋନ କିମ୍ବା ଲାପଟପ୍‌ ବିକ୍ରି କରିପାରିବେ ନାହିଁ।

ସ୍ବର୍ଗତ ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପାଇଁ ଡ୍ରଗ୍ସ ବ୍ୟବସ୍ଥା କରିବା ଅଭିଯୋଗରେ ଗତବର୍ଷ ସେପ୍ଟେମ୍ବର ୮ ତାରିଖରେ ଅଭିନେତ୍ରୀ ରିଆ ଓ ତାଙ୍କ ଭାଇଙ୍କ ସମେତ ୨୪ ଜଣଙ୍କୁ ଗିରଫ କରିଥିଲା ଏନ୍‌ସିବି। ଏହାପରେ ତାଙ୍କ ବ୍ୟାଙ୍କ୍‌ ଆକାଉଣ୍ଟ ଫ୍ରିଜ କରି ଦିଆଯାଇଥିଲା।

ଉଲ୍ଲେଖଯୋଗ୍ୟ, ୩୪ ବର୍ଷୀୟ ଅଭିନେତାଙ୍କ ମୃତଦେହ ଗତ ବର୍ଷ ଜୁନ ୧୪ ତାରିଖରେ ତାଙ୍କ ଫ୍ଲାଟରେ ମିଳିଥିଲା। ପ୍ରଥମେ ସୁଶାନ୍ତଙ୍କ ଆତ୍ମହତ୍ୟା ମାମଲାର ତଦନ୍ତ କରିଥିଲା ମୁମ୍ବାଇ ପୋଲିସ। କିନ୍ତୁ ପରବର୍ତ୍ତୀ ସମୟରେ ସୁଶାନ୍ତଙ୍କ ବାପା କେକେ ସିଂ ୨୯ ବର୍ଷୀୟା ଅଭିନେତ୍ରୀ ରିଆଙ୍କ ବିରୋଧରେ ପୁଅକୁ ମାନସିକ ନିର୍ଯାତନା ଦେବା ଏବଂ ଟଙ୍କା ଚୋରି କରିବା ଅଭିଯୋଗ ଆଣିଥିଲେ। ଏହାପରେ ତଦନ୍ତ ଦାୟିତ୍ୱ ସିବିଆଇକୁ ଦିଆଯାଇଥିଲା।

ଡ୍ରଗ୍ସ କାରବାର ଅଭିଯୋଗରେ ଅଭିନେତ୍ରୀଙ୍କୁ ୨୮ ଦିନ ଜେଲରେ ବିତାଇବାକୁ ପଡ଼ିଥିବା ବେଳେ ତାଙ୍କ ଭାଇ ଶୋଓ୍ବିକଙ୍କୁ ଜାମିନ ପାଇଁ ୩ ମାସ ଅପେକ୍ଷା କରିବାକୁ ପଡ଼ିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri